Isaiah 56:11 in Oriya 11 ଆହୁରି, ସେହି କୁକୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।
Other Translations King James Version (KJV) Yea, they are greedy dogs which can never have enough, and they are shepherds that cannot understand: they all look to their own way, every one for his gain, from his quarter.
American Standard Version (ASV) Yea, the dogs are greedy, they can never have enough; and these are shepherds that cannot understand: they have all turned to their own way, each one to his gain, from every quarter.
Bible in Basic English (BBE) Yes, the dogs are for ever looking for food; while these, the keepers of the sheep, are without wisdom: they have all gone after their pleasure, every one looking for profit; they are all the same.
Darby English Bible (DBY) and the dogs are greedy, they know not to be satisfied, and these are shepherds that know not how to discern: they all turn to their own way, every one for his gain, even to the last of them:
World English Bible (WEB) Yes, the dogs are greedy, they can never have enough; and these are shepherds who can't understand: they have all turned to their own way, each one to his gain, from every quarter.
Young's Literal Translation (YLT) And the dogs `are' strong of desire, They have not known sufficiency, And they `are' shepherds! They have not known understanding, All of them to their own way they did turn, Each to his dishonest gain from his quarter:
Cross Reference Exodus 23:3 in Oriya 3 କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁ।
1 Samuel 2:12 in Oriya 12 ଏଲିଙ୍କର ପୁତ୍ରମାନେ ପାପାଧମ ସନ୍ତାନ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।
1 Samuel 2:29 in Oriya 29 ତେବେ ଆମ୍ଭେ ଆପଣା ଆବାସରେ ଯେ ଯେ ବଳି ଓ ନୈବେଦ୍ୟ ଉତ୍ସର୍ଗ କରିବାକୁ ଆଜ୍ଞା ଦେଇଅଛୁ, ତୁମ୍ଭେମାନେ କାହିଁକି ତହିଁରେ ପଦାଘାତ କରୁଅଛ ? ପୁଣି, ଆମ୍ଭ ଲୋକ ଇସ୍ରାଏଲର ସର୍ବୋତ୍ତମ ସମସ୍ତ ନୈବେଦ୍ୟରେ ଆପଣାମାନଙ୍କୁ ହୃଷ୍ଟପୁଷ୍ଟ କରିବା ନିମନ୍ତେ ଆମ୍ଭ ଅପେକ୍ଷା ଆପଣା ପୁତ୍ରମାନଙ୍କର ଅଧିକ ଗୌରବ କରୁଅଛ ?
Ecclesiastes 5:10 in Oriya 10 ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।
Isaiah 1:3 in Oriya 3 ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।
Isaiah 57:17 in Oriya 17 ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା।
Jeremiah 22:17 in Oriya 17 ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।
Ezekiel 13:19 in Oriya 19 ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।
Ezekiel 34:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ?
Micah 3:5 in Oriya 5 ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:
Micah 3:11 in Oriya 11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।
Zechariah 11:15 in Oriya 15 ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ।”
Malachi 1:10 in Oriya 10 ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା ! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।”
Matthew 13:14 in Oriya 14 ଆଉ ଯିଶାଇୟଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
John 8:43 in Oriya 43 ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ।
Acts 20:29 in Oriya 29 ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ,
Acts 20:33 in Oriya 33 ମୁଁ କାହାରି ରୁପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି।
2 Corinthians 4:4 in Oriya 4 ଇଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
Philippians 3:2 in Oriya 2 କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;
Philippians 3:19 in Oriya 19 ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି।
1 Timothy 3:3 in Oriya 3 ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,
1 Timothy 3:8 in Oriya 8 ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ,
Titus 1:7 in Oriya 7 କାରଣ ଅଧ୍ୟକ୍ଷ, ଇଶ୍ବରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟ ପ୍ରିୟ,
Titus 1:11 in Oriya 11 ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।
1 Peter 5:2 in Oriya 2 ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଇଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଇଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;
2 Peter 2:3 in Oriya 3 ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।
2 Peter 2:14 in Oriya 14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,
Jude 1:11 in Oriya 11 ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।
Jude 1:16 in Oriya 16 ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।
Revelation 22:15 in Oriya 15 କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।