Isaiah 56:2 in Oriya 2 ଯେଉଁ ମନୁଷ୍ୟ ଏହା କରେ ଓ ଯେଉଁ ମନୁଷ୍ୟ-ସନ୍ତାନ ଏହା ଦୃଢ଼ ରୂପେ ଅବଲମ୍ବନ କରେ; ଯେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁ ପ୍ରକାର କୁକର୍ମରୁ ଆପଣା ହସ୍ତକୁ ନିବାରଣ କରେ, ସେ ଧନ୍ୟ।”
Other Translations King James Version (KJV) Blessed is the man that doeth this, and the son of man that layeth hold on it; that keepeth the sabbath from polluting it, and keepeth his hand from doing any evil.
American Standard Version (ASV) Blessed is the man that doeth this, and the son of man that holdeth it fast; that keepeth the sabbath from profaning it, and keepeth his hand from doing any evil.
Bible in Basic English (BBE) Happy is the man who does this, and the son of man whose behaviour is so ordered; who keeps the Sabbath holy, and his hand from doing any evil.
Darby English Bible (DBY) Blessed is the man that doeth this, and the son of man that holdeth fast to it; that keepeth the sabbath from profaning it, and keepeth his hand from doing any evil.
World English Bible (WEB) Blessed is the man who does this, and the son of man who holds it fast; who keeps the Sabbath from profaning it, and keeps his hand from doing any evil.
Young's Literal Translation (YLT) O the happiness of a man who doth this, And of a son of man who keepeth hold on it, Keeping the sabbath from polluting it, And keeping his hand from doing any evil.
Cross Reference Exodus 20:8 in Oriya 8 ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର।
Exodus 20:10 in Oriya 10 ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ।
Exodus 31:13 in Oriya 13 “ତୁମ୍ଭେ ଆହୁରି ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ନିଶ୍ଚୟ ତୁମ୍ଭେମାନେ ଆମ୍ଭର ବିଶ୍ରାମଦିନ ପାଳନ କରିବ; ଯେହେତୁ ଆମ୍ଭେ ଯେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ତାହା ଏକ ଚିହ୍ନ ହେବ।
Leviticus 19:30 in Oriya 30 ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
Nehemiah 13:17 in Oriya 17 ତହିଁରେ ମୁଁ ଯିହୁଦାର ନେତାମାନଙ୍କ ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ବିଶ୍ରାମଦିନ ଅପବିତ୍ର କରି ଏ କି କୁକର୍ମ କରୁଅଛ ?”
Psalm 1:1 in Oriya 1 ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
Psalm 15:1 in Oriya 1 ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ ?
Psalm 34:14 in Oriya 14 ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।
Psalm 37:27 in Oriya 27 ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ।
Psalm 106:3 in Oriya 3 ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ।
Psalm 112:1 in Oriya 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ।
Psalm 119:1 in Oriya 1 ଆଲେଫ୍। ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।
Psalm 119:101 in Oriya 101 ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି।
Psalm 128:1 in Oriya 1 ଆରୋହଣ-ଗୀତ। ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।
Proverbs 4:13 in Oriya 13 ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ି ଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ।
Proverbs 4:27 in Oriya 27 ଡାହାଣ କି ବାମ ପାର୍ଶ୍ୱକୁ ଯାଅ ନାହିଁ, ପୁଣି ତୁମ୍ଭ ପାଦ ମନ୍ଦଠାରୁ ଦୂର କର।
Proverbs 14:16 in Oriya 16 ଜ୍ଞାନୀ ଲୋକ ଭୟ କରେ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।
Proverbs 16:6 in Oriya 6 ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ୍ତ ହୁଏ, ପୁଣି, ସଦାପ୍ରଭୁ ବିଷୟକ ଭୟ ଦ୍ୱାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି।
Proverbs 16:17 in Oriya 17 ମନ୍ଦତା ତ୍ୟାଗ କରିବାର ସରଳ ଲୋକମାନଙ୍କର ରାଜଦାଣ୍ଡ, ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ।
Ecclesiastes 7:18 in Oriya 18 ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ।
Isaiah 56:4 in Oriya 4 କାରଣ, ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁମାନେ ଆମ୍ଭର ବିଶ୍ରାମଦିନ ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;
Isaiah 56:6 in Oriya 6 ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍, ଯେଉଁମାନେ ବିଶ୍ରାମଦିନ ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;
Isaiah 58:13 in Oriya 13 ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:
Jeremiah 17:21 in Oriya 21 ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହ ନାହିଁ, କିଅବା ଯିରୂଶାଲମର ଦ୍ୱାର ଦେଇ ତାହା ଭିତରକୁ ଆଣ ନାହିଁ;
Ezekiel 20:12 in Oriya 12 ଆହୁରି ମଧ୍ୟ ଆମ୍ଭେ ଯେ ସେମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭର ଓ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପ ହେବା ନିମନ୍ତେ ଆମ୍ଭେ ଆପଣାର ବିଶ୍ରାମ ଦିନସକଳ ସେମାନଙ୍କୁ ଦେଲୁ।
Ezekiel 20:20 in Oriya 20 ପୁଣି, ଆମ୍ଭର ବିଶ୍ରାମ ଦିନସକଳ ପବିତ୍ର କର; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତାହାସବୁ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ୱରୂପ ହେବ।
Luke 11:28 in Oriya 28 ମାତ୍ର ସେ କହିଲେ, ନା, ବରଂ ଯେଉଁମାନେ ଇଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେହିମାନେ ଧନ୍ୟ।
Luke 12:43 in Oriya 43 ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ।
John 13:17 in Oriya 17 ଯଦି ତୁମ୍ଭେମାନେ ଏହି ସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ।
Romans 12:9 in Oriya 9 ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
Revelation 22:14 in Oriya 14 ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।