Isaiah 57:13 in Oriya 13 ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ୱାସ ସେସମସ୍ତଙ୍କୁ ନେଇ ଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ।
Other Translations King James Version (KJV) When thou criest, let thy companies deliver thee; but the wind shall carry them all away; vanity shall take them: but he that putteth his trust in me shall possess the land, and shall inherit my holy mountain;
American Standard Version (ASV) When thou criest, let them that thou hast gathered deliver thee; but the wind shall take them, a breath shall carry them all away: but he that taketh refuge in me shall possess the land, and shall inherit my holy mountain.
Bible in Basic English (BBE) Your false gods will not keep you safe in answer to your cry; but the wind will take them, they will be gone like a breath: but he who puts his hope in me will take the land, and will have my holy mountain as his heritage.
Darby English Bible (DBY) When thou criest, let them that are gathered by thee deliver thee! But a wind shall carry them all away, a breath shall take them; but he that putteth his trust in me shall inherit the land, and possess my holy mountain.
World English Bible (WEB) When you cry, let those who you have gathered deliver you; but the wind shall take them, a breath shall carry them all away: but he who takes refuge in me shall possess the land, and shall inherit my holy mountain.
Young's Literal Translation (YLT) When thou criest, let thy gatherings deliver thee, And all of them carry away doth wind, Take away doth vanity, And whoso is trusting in Me inheriteth the land, And doth possess My holy mountain.
Cross Reference Judges 10:14 in Oriya 14 ତୁମ୍ଭେମାନେ ଯେଉଁ ଦେବଗଣକୁ ମନୋନୀତ କରିଅଛ, ସେମାନଙ୍କ ନିକଟକୁ ଯାଇ କ୍ରନ୍ଦନ କର; ତୁମ୍ଭମାନଙ୍କ ସଙ୍କଟ ସମୟରେ ସେମାନେ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତୁ।
2 Kings 3:13 in Oriya 13 ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ତୁମ୍ଭ ସହିତ ମୋହର କ'ଣ କରିବାର ଅଛି ? ତୁମ୍ଭ ପିତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଯାଅ।” ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, “ନାହିଁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”
Job 21:18 in Oriya 18 ସେମାନେ ବାୟୁ ଆଗରେ କୁଟା ପରି ଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି ?
Psalm 1:4 in Oriya 4 ଦୁଷ୍ଟମାନେ ସେପ୍ରକାର ନୁହଁନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି।
Psalm 37:3 in Oriya 3 ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।
Psalm 37:9 in Oriya 9 କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ।
Psalm 58:9 in Oriya 9 ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ।
Psalm 84:12 in Oriya 12 ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।
Psalm 125:1 in Oriya 1 ଆରୋହଣ-ଗୀତ। ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।
Proverbs 28:25 in Oriya 25 ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।
Isaiah 11:9 in Oriya 9 ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
Isaiah 26:3 in Oriya 3 ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
Isaiah 40:24 in Oriya 24 ହଁ, ସେମାନେ ରୋପିତ ହୋଇ ନାହାନ୍ତି; ହଁ, ସେମାନେ ବୁଣାଯାଇ ନାହାନ୍ତି; ହଁ, ସେମାନଙ୍କ ଗଣ୍ଡିର ଚେର ଭୂମିରେ ମାଡ଼ି ନାହିଁ, ଆହୁରି ସେ ସେମାନଙ୍କ ଉପରେ ଫୁଙ୍କ ଦିଅନ୍ତି, ତହିଁରେ ସେମାନେ ଶୁଷ୍କ ହୁଅନ୍ତି ଓ ଘୂର୍ଣ୍ଣିବାୟୁ ନଡ଼ା ପରି ସେମାନଙ୍କୁ ଉଡ଼ାଇ ନିଏ।
Isaiah 41:16 in Oriya 16 ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ, ବାୟୁ ସେମାନଙ୍କୁ ଉଡ଼ାଇ ନେଇ ଯିବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ; ପୁଣି, ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଦର୍ପ କରିବ।
Isaiah 56:7 in Oriya 7 ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।
Isaiah 57:9 in Oriya 9 ପୁଣି, ତୁମ୍ଭେ ତୈଳ ଘେନି ରାଜା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ।
Isaiah 65:9 in Oriya 9 ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ।
Isaiah 65:11 in Oriya 11 ମାତ୍ର ସଦାପ୍ରଭୁଙ୍କୁ ତ୍ୟାଗ କରୁଅଛ, ଆମ୍ଭ ପବିତ୍ର ପର୍ବତକୁ ପାସୋରୁଅଛ, ଭାଗ୍ୟଦେବ ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀର ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂର୍ଣ୍ଣ କରୁଅଛ ଯେ ତୁମ୍ଭେମାନେ,
Isaiah 65:25 in Oriya 25 କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ,” ସଦାପ୍ରଭୁ ଏହା କହନ୍ତି।
Isaiah 66:20 in Oriya 20 ପୁଣି, ସଦାପ୍ରଭୁ କହନ୍ତି, “ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ୱ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ।”
Jeremiah 17:7 in Oriya 7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ।
Jeremiah 22:20 in Oriya 20 ତୁମ୍ଭେ ଲିବାନୋନ୍କୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।
Jeremiah 22:22 in Oriya 22 ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ।
Ezekiel 20:40 in Oriya 40 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।
Hosea 13:3 in Oriya 3 ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।
Joel 3:17 in Oriya 17 “ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।
Zechariah 7:13 in Oriya 13 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,