Isaiah 57:17 in Oriya 17 ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା।
Other Translations King James Version (KJV) For the iniquity of his covetousness was I wroth, and smote him: I hid me, and was wroth, and he went on frowardly in the way of his heart.
American Standard Version (ASV) For the iniquity of his covetousness was I wroth, and smote him; I hid `my face' and was wroth; and he went on backsliding in the way of his heart.
Bible in Basic English (BBE) I was quickly angry with his evil ways, and sent punishment on him, veiling my face in wrath: and he went on, turning his heart from me.
Darby English Bible (DBY) For the iniquity of his covetousness was I wroth, and smote him; I hid me, and was wroth, and he went on backslidingly in the way of his heart.
World English Bible (WEB) For the iniquity of his covetousness was I angry, and struck him; I hid [my face] and was angry; and he went on backsliding in the way of his heart.
Young's Literal Translation (YLT) For the iniquity of his dishonest gain, I have been wroth, and I smite him, Hiding -- and am wroth, And he goeth on turning back in the way of his heart.
Cross Reference Ecclesiastes 6:9 in Oriya 9 ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
Isaiah 1:4 in Oriya 4 ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।
Isaiah 5:8 in Oriya 8 ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର !
Isaiah 8:17 in Oriya 17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।
Isaiah 9:13 in Oriya 13 ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି।
Isaiah 45:15 in Oriya 15 ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଆତ୍ମଗୋପନକାରୀ ପରମେଶ୍ୱର ଅଟ।
Isaiah 56:11 in Oriya 11 ଆହୁରି, ସେହି କୁକୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।
Jeremiah 2:30 in Oriya 30 ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣଙ୍କୁ ଗ୍ରାସ କରିଅଛି।
Jeremiah 5:3 in Oriya 3 ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କ'ଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।
Jeremiah 6:13 in Oriya 13 ଯେହେତୁ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।
Jeremiah 8:10 in Oriya 10 ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।
Jeremiah 22:17 in Oriya 17 ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।
Ezekiel 33:31 in Oriya 31 ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।
Micah 2:2 in Oriya 2 ଆଉ, ସେମାନେ କ୍ଷେତ୍ରକୁ ଲୋଭ କରନ୍ତି ଓ ବଳରେ ତାହା ଛଡ଼ାଇ ନିଅନ୍ତି ଓ ଗୃହକୁ ଲୋଭ କରି ତାହା ହରଣ କରି ନିଅନ୍ତି; ଆଉ, ସେମାନେ ପୁରୁଷ ଓ ତାହାର ଗୃହ ପ୍ରତି, ଏବଂ, ମନୁଷ୍ୟ ଓ ତାହାର ପୈତୃକ ଅଧିକାର ପ୍ରତି ଦୌରାତ୍ମ୍ୟ କରନ୍ତି।
Luke 12:15 in Oriya 15 ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।
Luke 15:14 in Oriya 14 କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା।
Ephesians 5:3 in Oriya 3 କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହି ସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
Colossians 3:5 in Oriya 5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ;
1 Timothy 6:9 in Oriya 9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହି ସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
2 Peter 2:3 in Oriya 3 ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।
2 Peter 2:14 in Oriya 14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,