Isaiah 57:4 in Oriya 4 ତୁମ୍ଭେମାନେ କାହାକୁ ଉପହାସ କରୁଅଛ ? ତୁମ୍ଭେମାନେ କାହାଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ ? ତୁମ୍ଭେମାନେ କି ଅଧର୍ମର ସନ୍ତାନ ଓ ଅସତ୍ୟତାର ବଂଶ ନୁହଁ ?
Other Translations King James Version (KJV) Against whom do ye sport yourselves? against whom make ye a wide mouth, and draw out the tongue? are ye not children of transgression, a seed of falsehood.
American Standard Version (ASV) Against whom do ye sport yourselves? against whom make ye a wide mouth, and put out the tongue? are ye not children of transgression, a seed of falsehood,
Bible in Basic English (BBE) Of whom do you make sport? against whom is your mouth open wide and your tongue put out? are you not uncontrolled children, a false seed,
Darby English Bible (DBY) Against whom do ye sport yourselves? Against whom do ye make a wide mouth, [and] draw out the tongue? Are ye not children of transgression, a seed of falsehood,
World English Bible (WEB) Against whom do you sport yourselves? against whom make you a wide mouth, and put out the tongue? Aren't you children of disobedience, a seed of falsehood,
Young's Literal Translation (YLT) Against whom do ye sport yourselves? Against whom enlarge ye the mouth? Prolong ye the tongue? Are not ye children of transgression? a false seed?
Cross Reference Exodus 9:17 in Oriya 17 ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ ?
Exodus 16:7 in Oriya 7 ପୁଣି, ପ୍ରାତଃ କାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର ?”
Numbers 16:11 in Oriya 11 ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ ?
Joshua 10:21 in Oriya 21 ତହୁଁ ସମସ୍ତ ଲୋକ ମକ୍କେଦା ଛାଉଣିକି ଯିହୋଶୂୟଙ୍କ ନିକଟକୁ କୁଶଳରେ ଫେରି ଆସିଲେ; ଇସ୍ରାଏଲ ସନ୍ତାନଗଣର କାହାରି ପ୍ରତିକୂଳରେ କେହି ମୁଖ ଖୋଲିବା ପାଇଁ ସାହସ କଲେ ନାହିଁ।
Judges 16:25 in Oriya 25 ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, ଶାମ୍ଶୋନ୍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ। ତହୁଁ ସେମାନେ ଶାମ୍ଶୋନ୍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା। ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।
Job 16:9 in Oriya 9 ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋ' ଉପରେ ଦନ୍ତ କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋ' ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି।
Psalm 22:7 in Oriya 7 ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି,
Psalm 22:13 in Oriya 13 ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋ' ପ୍ରତି ମୁଖ ମେଲାଇ ଅଛନ୍ତି।
Psalm 22:17 in Oriya 17 ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥା'ନ୍ତି।
Psalm 35:21 in Oriya 21 ହଁ, ସେମାନେ ମୋ' ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।”
Psalm 69:12 in Oriya 12 ନଗର-ଦ୍ୱାରରେ ବସିବା ଲୋକମାନେ ମୋ' ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।
Isaiah 1:4 in Oriya 4 ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।
Isaiah 10:15 in Oriya 15 କୁରାଢି କ'ଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ ? କରତ କ'ଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କ'ଣ ସେମାନଙ୍କୁ ହଲାଇବ ? ଯେ କାଷ୍ଠ ନୁହେଁ, ଯଷ୍ଟି କ'ଣ ତାହାକୁ ଉଠାଇବ ?
Isaiah 30:1 in Oriya 1 ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ” ମନ୍ତ୍ରଣା କରନ୍ତି, ମାତ୍ର “ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର !
Isaiah 30:9 in Oriya 9 କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;
Isaiah 37:23 in Oriya 23 ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।
Isaiah 37:29 in Oriya 29 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।”
Lamentations 2:15 in Oriya 15 ପଥିକମାନେ ତୁମ୍ଭ ପ୍ରତି ହାତ ତାଳି ଦିଅନ୍ତି; ସେମାନେ ଶୀସ୍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି ?
Ezekiel 2:4 in Oriya 4 ସେହି ସନ୍ତାନମାନେ ନିର୍ଲଜ୍ଜ ମୁଖ ଓ କଠିନ ଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।
Hosea 10:9 in Oriya 9 ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ।
Matthew 13:38 in Oriya 38 କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ;
Matthew 27:29 in Oriya 29 ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାଣୁ ପାତି, ହେ ଯିହୂଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କୁ ପରିହାସ କଲେ।
Matthew 27:39 in Oriya 39 ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ,
Luke 10:16 in Oriya 16 ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।
Acts 9:4 in Oriya 4 ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ ?
Ephesians 2:2 in Oriya 2 ଅର୍ଥାତ୍ ଯେଉଁ ଆତ୍ମା ଏବେ ହେଁ ଅନାଜ୍ଞାବହ ସନ୍ତାନମାନଙ୍କ ଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୁର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;
Ephesians 5:6 in Oriya 6 କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଇଶ୍ବରଙ୍କ କ୍ରୋଧ ବର୍ତ୍ତେ।
Colossians 3:6 in Oriya 6 ଏହି ସବୁ ହେତୁରୁ ଇଶ୍ବରଙ୍କ କ୍ରୋଧ ବର୍ତ୍ତେ
2 Peter 2:13 in Oriya 13 ପୁଣି, ଅନ୍ୟାୟ ବେତନ ସ୍ୱରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି, କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି।