Isaiah 58:1 in Oriya 1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
Other Translations King James Version (KJV) Cry aloud, spare not, lift up thy voice like a trumpet, and shew my people their transgression, and the house of Jacob their sins.
American Standard Version (ASV) Cry aloud, spare not, lift up thy voice like a trumpet, and declare unto my people their transgression, and to the house of Jacob their sins.
Bible in Basic English (BBE) Make a loud cry, do not be quiet, let your voice be sounding like a horn, and make clear to my people their evil doings, and to the family of Jacob their sins.
Darby English Bible (DBY) Cry aloud, spare not, lift up thy voice like a trumpet, and declare unto my people their transgression, and to the house of Jacob their sins.
World English Bible (WEB) Cry aloud, don't spare, lift up your voice like a trumpet, and declare to my people their disobedience, and to the house of Jacob their sins.
Young's Literal Translation (YLT) Call with the throat, restrain not, As a trumpet lift up thy voice, And declare to My people their transgression, And to the house of Jacob their sins;
Cross Reference Psalm 40:9 in Oriya 9 ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ।
Isaiah 27:13 in Oriya 13 ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।
Isaiah 40:6 in Oriya 6 ଏକ ଜଣର ରବ କହେ, “ପ୍ରଚାର କର,” ତହିଁରେ ଜଣେ କହିଲା, “କଅଣ ପ୍ରଚାର କରିବା ?” “ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ;
Isaiah 40:9 in Oriya 9 ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର !”
Isaiah 56:10 in Oriya 10 ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ସୁଖ ପା'ନ୍ତି।
Jeremiah 1:7 in Oriya 7 ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
Jeremiah 1:17 in Oriya 17 ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା।
Jeremiah 7:8 in Oriya 8 ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ।
Jeremiah 15:19 in Oriya 19 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରି ଯିବ ନାହିଁ।”
Ezekiel 2:3 in Oriya 3 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି।
Ezekiel 3:5 in Oriya 5 କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ ବଂଶ ନିକଟକୁ ପ୍ରେରିତ ହେଉଅଛ;
Ezekiel 3:17 in Oriya 17 ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।
Ezekiel 20:4 in Oriya 4 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ ? ତୁମ୍ଭେ କି ସେମାନଙ୍କର ବିଚାର କରିବ ? ସେମାନଙ୍କ ପିତୃପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ,”
Ezekiel 22:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।”
Hosea 8:1 in Oriya 1 “ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି।
Micah 3:8 in Oriya 8 ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।
Matthew 3:7 in Oriya 7 କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
Acts 20:26 in Oriya 26 ଏ ହେତୁରୁ ମୁଁ ଯେ ପ୍ରତ୍ୟେକଙ୍କ ରକ୍ତର ଦାୟିତ୍ୱରୁ ମୁକ୍ତ, ମୁଁ ଆଜି ଏହି ସାକ୍ଷ୍ୟ ତୁମ୍ଭମାନଙ୍କୁ ଦେଉଅଛି।
Titus 2:15 in Oriya 15 ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର। କେହି ତୁମ୍ଭକୁ ତୁଚ୍ଛ ନ କରୁ।
Revelation 1:10 in Oriya 10 ମୁଁ ପ୍ରଭୁଙ୍କ ଦିନରେ ଆତ୍ମାଙ୍କ ଦ୍ୱାରା ସମ୍ପୂର୍ଣ୍ଣ ଭାବରେ ଚାଳିତ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,
Revelation 4:1 in Oriya 1 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶଦ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହି ସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ।
Revelation 14:9 in Oriya 9 ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ତୃତୀୟ ଦୂତ ଆସି ଉଚ୍ଚ ସ୍ଵରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ,