Isaiah 58:7 in Oriya 7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ ?
Other Translations King James Version (KJV) Is it not to deal thy bread to the hungry, and that thou bring the poor that are cast out to thy house? when thou seest the naked, that thou cover him; and that thou hide not thyself from thine own flesh?
American Standard Version (ASV) Is it not to deal thy bread to the hungry, and that thou bring the poor that are cast out to thy house? when thou seest the naked, that thou cover him; and that thou hide not thyself from thine own flesh?
Bible in Basic English (BBE) Is it not to give your bread to those in need, and to let the poor who have no resting-place come into your house? to put a robe on the unclothed one when you see him, and not to keep your eyes shut for fear of seeing his flesh?
Darby English Bible (DBY) Is it not to deal thy bread to the hungry, and that thou bring to thy house the needy wanderers; when thou seest the naked, that thou cover him; and that thou hide not thyself from thine own flesh?
World English Bible (WEB) Isn't it to deal your bread to the hungry, and that you bring the poor who are cast out to your house? when you see the naked, that you cover him; and that you not hide yourself from your own flesh?
Young's Literal Translation (YLT) Is it not to deal to the hungry thy bread, And the mourning poor bring home, That thou seest the naked and cover him, And from thine own flesh hide not thyself?
Cross Reference Genesis 18:2 in Oriya 2 ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବା ମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,
Genesis 19:2 in Oriya 2 “ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ଡରେ ସମସ୍ତ ରାତ୍ରି କ୍ଷେପଣ କରିବୁ।”
Genesis 19:14 in Oriya 14 ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏ ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ।
Judges 9:2 in Oriya 2 ବିନୟ କରୁଅଛି, ତୁମ୍ଭେମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ଯିରୁବ୍ବାଲ୍ର ସତୁରି ପୁତ୍ରଯାକ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ, ନା ଜଣେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ତୁମ୍ଭମାନଙ୍କ ପକ୍ଷରେ କି ଭଲ ? ଏହା ମଧ୍ୟ ମନେ କର ଯେ, ମୁଁ ତୁମ୍ଭମାନଙ୍କର ଅସ୍ଥି ଓ ମାଂସ ଅଟେ।
Judges 19:20 in Oriya 20 ତହୁଁ ସେହି ବୃଦ୍ଧ ଲୋକ କହିଲା, ତୁମ୍ଭର ମଙ୍ଗଳ ହେଉ; ଯେ କୌଣସିମତେ ହେଉ, ତୁମ୍ଭର ସବୁ ଅଭାବର ଭାର ମୋହର ଉପରେ; କୌଣସିମତେ ଦାଣ୍ଡରେ ରୁହ ନାହିଁ।
2 Chronicles 28:15 in Oriya 15 ତହିଁରେ ପୂର୍ବୋକ୍ତ ଲୋକମାନେ ଉଠି ବନ୍ଦୀମାନଙ୍କୁ ନେଲେ ଓ ଲୁଟିତ ଦ୍ରବ୍ୟ ନେଇ ସେମାନଙ୍କ ମଧ୍ୟରେ ସମସ୍ତ ବସ୍ତ୍ରହୀନ ଲୋକଙ୍କୁ ବସ୍ତ୍ର ଓ ପାଦୁକା ପିନ୍ଧାଇଲେ ଓ ସେମାନଙ୍କୁ ଭୋଜନ ପାନ କରିବାକୁ ଦେଇ ତୈଳ ମର୍ଦ୍ଦନ କଲେ ଓ ସେମାନଙ୍କ ମଧ୍ୟରୁ ଦୁର୍ବଳ ସମସ୍ତଙ୍କୁ ଗର୍ଦ୍ଦଭରେ ଚଢ଼ାଇ ଖର୍ଜ୍ଜୁରପୁର ଯିରୀହୋକୁ ସେମାନଙ୍କ ଭ୍ରାତୃଗଣ ନିକଟକୁ ନେଇଗଲେ; ଏଥିଉତ୍ତାରେ ସେମାନେ ଶମରୀୟାକୁ ଫେରି ଆସିଲେ।
Nehemiah 5:5 in Oriya 5 ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।
Job 22:7 in Oriya 7 ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ।
Job 31:18 in Oriya 18 (ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋ' ନିକଟରେ ବଢ଼ିଲା ଓ ମୋ' ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି।)
Psalm 112:9 in Oriya 9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।
Proverbs 22:9 in Oriya 9 ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
Proverbs 25:21 in Oriya 21 ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ; ପୁଣି, ସେ ତୃଷିତ ହେଲେ, ତାହାକୁ ଜଳ ପାନ କରାଅ;
Proverbs 28:27 in Oriya 27 ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ।
Ecclesiastes 11:1 in Oriya 1 ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ।
Isaiah 16:3 in Oriya 3 ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର; ବହିଷ୍କୃତ ଲୋକମାନଙ୍କୁ ଲୁଚାଅ; ଭ୍ରମଣକାରୀମାନଙ୍କୁ ପ୍ରକାଶ କର ନାହିଁ।
Isaiah 58:10 in Oriya 10 ପୁଣି, ଯଦି କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ;
Ezekiel 18:7 in Oriya 7 ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;
Ezekiel 18:16 in Oriya 16 କିଅବା କାହାରି ପ୍ରତି ଅନ୍ୟାୟ କରି ନାହିଁ, କୌଣସି ବନ୍ଧକି ଦ୍ରବ୍ୟ ଗ୍ରହଣ କରି ନାହିଁ, କିଅବା ଦୌରାତ୍ମ୍ୟ ଦ୍ୱାରା ଅପହରଣ କରି ନାହିଁ, ମାତ୍ର କ୍ଷୁଧିତକୁ ଆପଣା ଭକ୍ଷ୍ୟ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି,
Daniel 4:27 in Oriya 27 ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।
Matthew 25:35 in Oriya 35 କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ;
Luke 3:11 in Oriya 11 ସେ ସେମାନଙ୍କୁ ଉତ୍ତର ଦେଲେ, ଯାହାର ଦୁଇଟି ପୋଷାକ ଅଛି, ସେ ଯାହାର ନାହିଁ, ତାହାକୁ ଗୋଟିଏ ଦେଉ; ପୁଣି, ଯାହାର ଖାଦ୍ୟ ଅଛି, ସେ ସେହିପରି କରୁ।
Luke 10:26 in Oriya 26 ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ କ'ଣ ଲେଖା ଅଛି ? ତୁମ୍ଭେ କିପରି ପାଠ କରୁଅଛ ?
Luke 11:41 in Oriya 41 ବରଂ ଭିତରେ ଯାହା ଯାହା ଅଛି, ସେହି ସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।
Luke 19:8 in Oriya 8 କିନ୍ତୁ ଜଖିୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।
Acts 16:15 in Oriya 15 ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ।
Acts 16:34 in Oriya 34 ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ୱରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ।
Romans 12:13 in Oriya 13 ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ।
Romans 12:20 in Oriya 20 ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାକୁ ଭୋଜନ କରାଅ; ଯଦି ସେ ତୃଷିତ ତାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତା'ର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ।
2 Corinthians 9:6 in Oriya 6 କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ।
1 Timothy 5:10 in Oriya 10 ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦ ଧୋଇଥାଏ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।
Philemon 1:7 in Oriya 7 କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି।
Hebrews 13:2 in Oriya 2 ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।
James 2:15 in Oriya 15 ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,
1 John 3:17 in Oriya 17 କିନ୍ତୁ ଯେ ଜାଗତିକ ଭାବେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଇଶ୍ବରଙ୍କ ପ୍ରେମ କିପରି ରହିପାରେ ?