Isaiah 59:15 in Oriya 15 ହଁ, ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ, ସେ ଆପଣାକୁ ଲୁଟିତ ସ୍ୱରୂପ କରେ; ପୁଣି, ସଦାପ୍ରଭୁ ଏହା ଦେଖିଲେ: ଆଉ, ନ୍ୟାୟବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ।
Other Translations King James Version (KJV) Yea, truth faileth; and he that departeth from evil maketh himself a prey: and the LORD saw it, and it displeased him that there was no judgment.
American Standard Version (ASV) Yea, truth is lacking; and he that departeth from evil maketh himself a prey. And Jehovah saw it, and it displeased him that there was no justice.
Bible in Basic English (BBE) Yes, faith is gone; and he whose heart is turned from evil comes into the power of the cruel: and the Lord saw it, and he was angry that there was no one to take up their cause.
Darby English Bible (DBY) And truth faileth; and he that departeth from evil maketh himself a prey. And Jehovah saw [it], and it was evil in his sight that there was no judgment.
World English Bible (WEB) Yes, truth is lacking; and he who departs from evil makes himself a prey. Yahweh saw it, and it displeased him who there was no justice.
Young's Literal Translation (YLT) And the truth is lacking, And whoso is turning aside from evil, Is making himself a spoil. And Jehovah seeth, and it is evil in His eyes, That there is no judgment.
Cross Reference Genesis 38:10 in Oriya 10 ତାହାର ଏରୂପ କର୍ମ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା; ଏଣୁ ସେ ତାକୁ ମଧ୍ୟ ନାଶ କଲେ।
2 Samuel 11:27 in Oriya 27 ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା।
2 Kings 9:11 in Oriya 11 ତହିଁରେ ଯେହୂ ବାହାର ହୋଇ ଆପଣା ପ୍ରଭୁର ଦାସମାନଙ୍କ ନିକଟକୁ ଆସନ୍ତେ, ଜଣେ ତାଙ୍କୁ ପଚାରିଲା, “ସବୁ ମଙ୍ଗଳ ତ ? ସେ ବାତୁଳଟି କାହିଁକି ତୁମ୍ଭ ନିକଟକୁ ଆସିଥିଲା ?” ତହିଁରେ ଯେହୂ ସେମାନଙ୍କୁ କହିଲେ, “ସେ ଲୋକକୁ ଓ ତାହାର କଥା କଅଣ, ତୁମ୍ଭେମାନେ ତ ଜାଣ।”
2 Chronicles 21:7 in Oriya 7 ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ।
Psalm 5:9 in Oriya 9 କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ; ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି।
Psalm 12:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଶମୀନୀତ୍ ସ୍ୱରରେ ଦାଉଦଙ୍କର ଗୀତ। ସଦାପ୍ରଭୁ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଇଅଛନ୍ତି; ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ୱସ୍ତ ଲୋକର ହ୍ରାସ ହୋଇଅଛି।
Isaiah 48:1 in Oriya 1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।
Jeremiah 5:1 in Oriya 1 ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।
Jeremiah 7:28 in Oriya 28 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି।
Jeremiah 29:26 in Oriya 26 କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।
Hosea 4:1 in Oriya 1 ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।
Hosea 9:7 in Oriya 7 ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।
Micah 7:2 in Oriya 2 ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।
Habakkuk 1:13 in Oriya 13 ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ୱାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ ?
Mark 3:21 in Oriya 21 ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି।
John 8:52 in Oriya 52 ଯିହୂଦୀମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁର ଆସ୍ୱାଦ ପାଇବ ନାହିଁ।
John 10:20 in Oriya 20 ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ ?
Acts 9:1 in Oriya 1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,
Acts 9:23 in Oriya 23 ଅନେକ ଦିନ ଗତ ହେଲା ଉତ୍ତାରେ ଯିହୂଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ;
Acts 26:24 in Oriya 24 ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି।
Romans 8:36 in Oriya 36 ଯେପରି ଲେଖା ଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।”
2 Corinthians 5:13 in Oriya 13 ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଇଶ୍ବରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ।
Hebrews 11:36 in Oriya 36 ଅନ୍ୟମାନେ ବିଦ୍ରୁପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ;
1 John 3:11 in Oriya 11 କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;