Isaiah 59:18 in Oriya 18 ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ।
Other Translations King James Version (KJV) According to their deeds, accordingly he will repay, fury to his adversaries, recompence to his enemies; to the islands he will repay recompence.
American Standard Version (ASV) According to their deeds, accordingly he will repay, wrath to his adversaries, recompense to his enemies; to the islands he will repay recompense.
Bible in Basic English (BBE) He will give them the right reward of their doings, wrath to his attackers, punishment to his haters, and even on the sea-lands he will send punishment.
Darby English Bible (DBY) According to deeds, so will he repay: fury to his adversaries, recompence to his enemies; to the islands he will repay recompence.
World English Bible (WEB) According to their deeds, accordingly he will repay, wrath to his adversaries, recompense to his enemies; to the islands he will repay recompense.
Young's Literal Translation (YLT) According to deeds -- so He repayeth. Fury to His adversaries, `their' deed to His enemies, To the isles `their' deed He repayeth.
Cross Reference Job 34:11 in Oriya 11 ମନୁଷ୍ୟର କର୍ମାନୁସାରେ ସେ ତାହାକୁ ଫଳ ଦେବେ ଓ ପ୍ରତ୍ୟେକ ଲୋକକୁ ତାହାର ଆଚରଣ ପ୍ରମାଣେ ଫଳଭୋଗ କରାଇବେ।
Psalm 18:24 in Oriya 24 ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋ' ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇ ଅଛନ୍ତି।
Psalm 21:8 in Oriya 8 ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ।
Psalm 62:12 in Oriya 12 ଆହୁରି, ହେ ପ୍ରଭୁ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।
Isaiah 1:24 in Oriya 24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, ଆଃ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;
Isaiah 49:25 in Oriya 25 ମାତ୍ର ସଦାପ୍ରଭୁ ଏହି କଥା କହନ୍ତି, “ବୀରର ବନ୍ଦୀକୃତ ଲୋକମାନେ ହିଁ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଟିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭ ବିରୋଧକାରୀର ସଙ୍ଗେ ଆମ୍ଭେ ବିରୋଧ କରିବା ଓ ତୁମ୍ଭ ସନ୍ତାନଗଣକୁ ଆମ୍ଭେ ରକ୍ଷା କରିବା।
Isaiah 63:3 in Oriya 3 ଆମ୍ଭେ ଏକାକୀ ଦ୍ରାକ୍ଷାମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲା; ଆମ୍ଭେ ଆପଣା କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ଆପଣା କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ; ଏଣୁ ସେମାନଙ୍କ ପ୍ରାଣରକ୍ତର ଛିଟା ଆମ୍ଭ ବସ୍ତ୍ରରେ ପଡ଼ିଲା ଓ ଆମ୍ଭେ ଆପଣାର ପରିହିତ ବସ୍ତ୍ରସବୁ ଦାଗଯୁକ୍ତ କରିଅଛୁ।
Isaiah 63:6 in Oriya 6 ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣରକ୍ତ ଢାଳି ପକାଇଲୁ।
Isaiah 66:15 in Oriya 15 କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ।
Jeremiah 17:10 in Oriya 10 ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।
Jeremiah 50:29 in Oriya 29 “ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।”
Lamentations 4:11 in Oriya 11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।
Ezekiel 5:13 in Oriya 13 ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶାନ୍ତ ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ୱାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ।
Ezekiel 6:12 in Oriya 12 ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ଼୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।
Ezekiel 38:18 in Oriya 18 ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଯେଉଁ ଦିନ ଗୋଗ୍ ଇସ୍ରାଏଲ ଦେଶ ବିରୁଦ୍ଧରେ ଆସିବ, ସେହି ସମୟରେ ଆମ୍ଭର କୋପ ଆମ୍ଭର ନାସାରନ୍ଧ୍ରକୁ ଉଠିବ।
Nahum 1:2 in Oriya 2 ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।
Matthew 16:27 in Oriya 27 ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।
Luke 19:27 in Oriya 27 କିନ୍ତୁ ମୋର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋର ସାକ୍ଷାତରେ ହତ୍ୟା କର।
Luke 21:22 in Oriya 22 କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ।
Romans 2:6 in Oriya 6 ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ;
Revelation 16:19 in Oriya 19 ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୂଦୀମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ୱର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।
Revelation 19:15 in Oriya 15 ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଇଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।
Revelation 20:12 in Oriya 12 ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।