Isaiah 59:6 in Oriya 6 ସେମାନଙ୍କର ଜାଲ ବସ୍ତ୍ର ହେବ ନାହିଁ, କିଅବା ସେମାନେ ଆପଣା କର୍ମରେ ଆପଣାମାନଙ୍କୁ ଆଚ୍ଛାଦନ କରିବେ ନାହିଁ; ସେମାନଙ୍କର କର୍ମସବୁ ଅଧର୍ମର କର୍ମ ଓ ସେମାନଙ୍କ ହସ୍ତରେ ଦୌରାତ୍ମ୍ୟର କାର୍ଯ୍ୟ ଥାଏ।
Other Translations King James Version (KJV) Their webs shall not become garments, neither shall they cover themselves with their works: their works are works of iniquity, and the act of violence is in their hands.
American Standard Version (ASV) Their webs shall not become garments, neither shall they cover themselves with their works: their works are works of iniquity, and the act of violence is in their hands.
Bible in Basic English (BBE) Their twisted threads will not make clothing, and their works will give them nothing for covering themselves: their works are works of sin, and violent acts are in their hands.
Darby English Bible (DBY) Their webs shall not become garments, neither shall they cover themselves with their works; their works are works of iniquity, and the act of violence is in their hands.
World English Bible (WEB) Their webs shall not become garments, neither shall they cover themselves with their works: their works are works of iniquity, and the act of violence is in their hands.
Young's Literal Translation (YLT) Their webs become not a garment, Nor do they cover themselves with their works, Their works `are' works of iniquity, And a deed of violence `is' in their hands.
Cross Reference Genesis 6:11 in Oriya 11 ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା।
Job 8:14 in Oriya 14 ତାହାର ପ୍ରତ୍ୟାଶା ଉଚ୍ଛିନ୍ନ ହେବ, ଯେଣୁ ତାହାର ଆଶ୍ରୟ ମାକଡ଼ସାର ଜାଲ ସ୍ୱରୂପ।
Psalm 58:2 in Oriya 2 ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ୱହସ୍ତର ଦୌରାତ୍ମ୍ୟ ତୌଲୁଅଛ।
Isaiah 5:7 in Oriya 7 ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।
Isaiah 28:18 in Oriya 18 ପୁଣି, ମୃତ୍ୟୁୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ।
Isaiah 30:1 in Oriya 1 ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ” ମନ୍ତ୍ରଣା କରନ୍ତି, ମାତ୍ର “ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର !
Isaiah 30:12 in Oriya 12 ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି, ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର ରଖୁଅଛ;
Isaiah 57:12 in Oriya 12 ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ।
Isaiah 58:4 in Oriya 4 ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଉର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ।
Isaiah 64:6 in Oriya 6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।
Jeremiah 6:7 in Oriya 7 ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ।
Ezekiel 7:11 in Oriya 11 ଦୌରାତ୍ମ୍ୟ ବଢ଼ି ଉଠି ଦୁଷ୍ଟତାରୂପ ଯଷ୍ଟି ହୋଇଅଛି; ସେମାନଙ୍କର କେହି କିଅବା ସେମାନଙ୍କର ଲୋକସମୂହ କିଅବା ସେମାନଙ୍କର ଧନ ରହିବ ନାହିଁ; ଅଥବା ସେମାନଙ୍କ ମଧ୍ୟରେ ଶ୍ରେଷ୍ଠତା ରହିବ ନାହିଁ।
Ezekiel 7:23 in Oriya 23 ଶିକୁଳି ପ୍ରସ୍ତୁତ କର; କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ଅଟେ।
Amos 3:10 in Oriya 10 କାରଣ ସଦାପ୍ରଭୁ କହନ୍ତି , “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।”
Amos 6:3 in Oriya 3 ଏହି ଲୋକମାନେ ଅମଙ୍ଗଳର ଦିନକୁ ଦୂରରେ ରଖୁଅଛନ୍ତି ଓ ଦୌରାତ୍ମ୍ୟର ଆସନକୁ ନିକଟବର୍ତ୍ତୀ କରାଉଅଛନ୍ତି;
Micah 2:1 in Oriya 1 ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର ! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।
Micah 2:8 in Oriya 8 ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚିନ୍ତ ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ।
Micah 3:1 in Oriya 1 ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ ?
Micah 6:12 in Oriya 12 ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।
Habakkuk 1:2 in Oriya 2 ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ ? ମୁଁ ଦୌରାତ୍ମ୍ୟ ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ।
Zephaniah 1:9 in Oriya 9 ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯା'ନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।
Zephaniah 3:3 in Oriya 3 ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ।
Romans 3:20 in Oriya 20 କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ।
Romans 4:6 in Oriya 6 ଏହି ପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ୱର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାକୁ ଧନ୍ୟ ବୋଲି କହନ୍ତି, ଯଥା,
Revelation 3:17 in Oriya 17 ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ;