Isaiah 60:2 in Oriya 2 କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ।
Other Translations King James Version (KJV) For, behold, the darkness shall cover the earth, and gross darkness the people: but the LORD shall arise upon thee, and his glory shall be seen upon thee.
American Standard Version (ASV) For, behold, darkness shall cover the earth, and gross darkness the peoples; but Jehovah will arise upon thee, and his glory shall be seen upon thee.
Bible in Basic English (BBE) For truly, the earth will be dark, and the peoples veiled in blackest night; but the Lord will be shining on you, and his glory will be seen among you.
Darby English Bible (DBY) For behold, darkness shall cover the earth, and gross darkness the peoples; but Jehovah will arise upon thee, and his glory shall be seen on thee.
World English Bible (WEB) For, behold, darkness shall cover the earth, and gross darkness the peoples; but Yahweh will arise on you, and his glory shall be seen on you.
Young's Literal Translation (YLT) For, lo, the darkness doth cover the earth, And thick darkness the peoples, And on thee rise doth Jehovah, And His honour on thee is seen.
Cross Reference Leviticus 9:23 in Oriya 23 ଏଥିଉତ୍ତାରେ ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା।
Numbers 16:19 in Oriya 19 ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।
1 Kings 8:11 in Oriya 11 ତହିଁରେ ସେହି ମେଘ ସକାଶୁ ଯାଜକମାନେ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେଲା।
Psalm 80:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍- ଏଦୂତ୍ ସ୍ୱରରେ ଆସଫର ଗୀତ। ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।
Jeremiah 13:16 in Oriya 16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।
Ezekiel 10:4 in Oriya 4 ପୁଣି, ସଦାପ୍ରଭୁଙ୍କର ପ୍ରତାପ କିରୂବର ଉପରରୁ ଉଠି ଗୃହର ଏରୁଣ୍ଡିର ଉପରେ ଠିଆ ହେଲା; ତହିଁରେ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ପ୍ରତାପର ତେଜରେ ପରିପୂର୍ଣ୍ଣ ହେଲା।
Habakkuk 3:3 in Oriya 3 ପରମେଶ୍ୱର ତୈମନରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା।
Haggai 2:7 in Oriya 7 ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Malachi 4:2 in Oriya 2 ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।
Matthew 15:14 in Oriya 14 ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।
Matthew 23:19 in Oriya 19 ରେ ଅନ୍ଧମାନେ, ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ବେଦି, ଏହି ଦୁଇ ମଧ୍ୟରେ କେଉଁଟି ଶ୍ରେଷ୍ଠ ?
Matthew 23:24 in Oriya 24 ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ।
John 1:1 in Oriya 1 ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଇଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ।
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
John 1:18 in Oriya 18 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।
John 8:55 in Oriya 55 ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ। ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ।
Acts 14:16 in Oriya 16 ସେ ଅତୀତ ପୁରୁଷପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ।
Acts 17:23 in Oriya 23 କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, ‘ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।' ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି।
Acts 17:30 in Oriya 30 ଈଶ୍ୱର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;
Acts 26:18 in Oriya 18 ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।
Romans 1:21 in Oriya 21 କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
2 Corinthians 3:18 in Oriya 18 କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁ ଏହି ସବୁ ହେଉଅଛି।
2 Corinthians 4:4 in Oriya 4 ଇଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
Ephesians 4:17 in Oriya 17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
Colossians 1:13 in Oriya 13 ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି;
Hebrews 1:2 in Oriya 2 ଏହି ଶେଷକାଳରେ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ତାହାଙ୍କୁ ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।