Isaiah 60:21 in Oriya 21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।
Other Translations King James Version (KJV) Thy people also shall be all righteous: they shall inherit the land for ever, the branch of my planting, the work of my hands, that I may be glorified.
American Standard Version (ASV) Thy people also shall be all righteous; they shall inherit the land for ever, the branch of my planting, the work of my hands, that I may be glorified.
Bible in Basic English (BBE) Your people will all be upright, the land will be their heritage for ever; the branch of my planting, the work of my hands, to be for my glory.
Darby English Bible (DBY) Thy people also shall be all righteous: they shall possess the land for ever -- the branch of my planting, the work of my hands, that I may be glorified.
World English Bible (WEB) Your people also shall be all righteous; they shall inherit the land forever, the branch of my planting, the work of my hands, that I may be glorified.
Young's Literal Translation (YLT) And thy people `are' all of them righteous, To the age they possess the earth, A branch of My planting, A work of My hands, to be beautified.
Cross Reference Psalm 37:11 in Oriya 11 ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।
Psalm 37:22 in Oriya 22 କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ
Psalm 92:13 in Oriya 13 ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।
Isaiah 4:3 in Oriya 3 ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେ;
Isaiah 19:25 in Oriya 25 କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, “ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।”
Isaiah 29:23 in Oriya 23 ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ।
Isaiah 43:7 in Oriya 7 ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।
Isaiah 43:21 in Oriya 21 ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।
Isaiah 44:23 in Oriya 23 ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ।
Isaiah 45:11 in Oriya 11 ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ।
Isaiah 49:3 in Oriya 3 ପୁଣି, ସେ ମୋତେ କହିଲେ, “ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”
Isaiah 51:2 in Oriya 2 ତୁମ୍ଭମାନଙ୍କ ପିତା ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।
Isaiah 52:1 in Oriya 1 ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।
Isaiah 57:13 in Oriya 13 ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ୱାସ ସେସମସ୍ତଙ୍କୁ ନେଇ ଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ।
Isaiah 61:3 in Oriya 3 ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
Isaiah 61:7 in Oriya 7 ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇ ଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇ ଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ।
Isaiah 62:4 in Oriya 4 ତୁମ୍ଭେ “ପରିତ୍ୟକ୍ତା” ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ “ଅନାଥା” ବୋଲି ଆଉ ଡକାଯିବ ନାହିଁ; ମାତ୍ର “ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା)” ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ।
Zechariah 14:20 in Oriya 20 ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।
Matthew 5:5 in Oriya 5 ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ।
Matthew 15:13 in Oriya 13 କିନ୍ତୁ ଯୀଶୁ ଉତ୍ତର ଦେଲେ, ଯେଉଁ ସବୁ ବୃକ୍ଷ ମୋହର ସ୍ୱର୍ଗସ୍ଥ ପିତା ରୋପଣ କରି ନାହାଁନ୍ତି, ସେ ସବୁ ଉତ୍ପାଟିତ ହେବ।
John 15:2 in Oriya 2 ମୋ'ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି।
Ephesians 1:6 in Oriya 6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
Ephesians 1:12 in Oriya 12 ଯେପରି ଖ୍ରୀଷ୍ଟଙ୍କଠାରେ ପୁର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଇଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।
Ephesians 2:7 in Oriya 7 ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।
Ephesians 2:10 in Oriya 10 କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତକାର୍ଯ୍ୟ ଆମ୍ଭେମାନେ କରିବୁ ବୋଲି ଈଶ୍ୱର ପୁର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହି ସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।
2 Thessalonians 1:10 in Oriya 10 ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ପାଖରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।
2 Peter 3:13 in Oriya 13 ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।
Revelation 5:10 in Oriya 10 ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଇଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।
Revelation 21:7 in Oriya 7 ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ୱର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।
Revelation 21:27 in Oriya 27 କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।