Isaiah 60:6 in Oriya 6 ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ।
Other Translations King James Version (KJV) The multitude of camels shall cover thee, the dromedaries of Midian and Ephah; all they from Sheba shall come: they shall bring gold and incense; and they shall shew forth the praises of the LORD.
American Standard Version (ASV) The multitude of camels shall cover thee, the dromedaries of Midian and Ephah; all they from Sheba shall come; they shall bring gold and frankincense, and shall proclaim the praises of Jehovah.
Bible in Basic English (BBE) You will be full of camel-trains, even the young camels of Midian and Ephah; all from Sheba will come, with gold and spices, giving word of the great acts of the Lord.
Darby English Bible (DBY) A multitude of camels shall cover thee, young camels of Midian and Ephah; all they from Sheba shall come: they shall bring gold and incense; and they shall publish the praises of Jehovah.
World English Bible (WEB) The multitude of camels shall cover you, the dromedaries of Midian and Ephah; all they from Sheba shall come; they shall bring gold and frankincense, and shall proclaim the praises of Yahweh.
Young's Literal Translation (YLT) A company of camels covereth thee, Dromedaries of Midian and Ephah, All of them from Sheba do come, Gold and frankincense they bear, And of the praises of Jehovah they proclaim the tidings.
Cross Reference Genesis 10:7 in Oriya 7 ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ। ଶିବା ଓ ଦାଦାନ, ଏମାନେ ରୟମାର ସନ୍ତାନ।
Genesis 25:3 in Oriya 3 ସେହି ଯକ୍ଷନ୍ ଶିବା ଓ ଦଦାନ୍କୁ ଜାତ କଲା। ଦଦାନ୍ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।
Genesis 25:13 in Oriya 13 ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାଏଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାଏଲର ଜ୍ୟେଷ୍ଠପୁତ୍ର ନବାୟୋତ୍; ତାହା ଉତ୍ତାରେ କେଦର ଓ ଅଦ୍ବେଲ ଓ ମିବ୍ସମ୍,
Judges 6:5 in Oriya 5 କାରଣ ସେମାନେ ଆପଣା ଆପଣା ପଶୁ ଓ ତମ୍ବୁ ଘେନି ଚଢ଼ି ଆସନ୍ତି, ସେମାନେ ପଙ୍ଗପାଳ ପରି ବହୁସଂଖ୍ୟକ ହୋଇ ଆସନ୍ତି, ସେମାନେ ଓ ସେମାନଙ୍କ ଓଟ ଉଭୟ ଅସଂଖ୍ୟ; ଆଉ ସେମାନେ ଦେଶକୁ ଉଚ୍ଛିନ୍ନ କରିବାକୁ ଆସନ୍ତି।
Judges 7:12 in Oriya 12 ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେ; ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ।
1 Kings 10:2 in Oriya 2 ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ।
2 Kings 8:9 in Oriya 9 ଏଥିରେ ହସାୟେଲ ତାଙ୍କୁ ସାକ୍ଷାତ କରିବାକୁ ଗଲା ଓ ଦମ୍ମେଶକର ସକଳ ଉତ୍ତମ ବସ୍ତୁର ଚାଳିଶ ଓଟର ବୋଝ ଉପହାର ସଙ୍ଗେ ନେଇ ଆସି ତାଙ୍କ ସମ୍ମୁଖରେ ଉଭା ହୋଇ କହିଲା, “ଆପଣଙ୍କ ପୁତ୍ର ଅରାମର ରାଜା ବିନ୍ହଦଦ୍ ଆପଣଙ୍କ ନିକଟକୁ ମୋତେ ପଠାଇ ପଚାରୁଅଛନ୍ତି, ‘ମୁଁ କ'ଣ ଏହି ପୀଡ଼ାରୁ ମୁକ୍ତ ହେବି ?’”
2 Chronicles 9:1 in Oriya 1 ଏଥିଉତ୍ତାରେ ଶିବା ଦେଶର ରାଣୀ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ଯିରୂଶାଲମରେ ଶଲୋମନଙ୍କର ପରୀକ୍ଷା କରିବା ପାଇଁ ସୁଗନ୍ଧି ଦ୍ରବ୍ୟ ଓ ବିସ୍ତର ସୁବର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା।
Psalm 72:10 in Oriya 10 ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସିବାର ରାଜାଗଣ ଭେଟୀ ଦାନ କରିବେ।
Psalm 72:15 in Oriya 15 ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ। ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ।
Isaiah 30:6 in Oriya 6 ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତ ବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।
Isaiah 42:10 in Oriya 10 ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ୱୀପଗଣ ଓ ତନ୍ନିବାସୀମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଓ ପୃଥିବୀର ପ୍ରାନ୍ତରୁ ତାହାଙ୍କର ପ୍ରଶଂସା ଗାନ କର।
Isaiah 45:14 in Oriya 14 ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।”
Isaiah 61:6 in Oriya 6 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।
Malachi 1:11 in Oriya 11 କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।”
Matthew 2:11 in Oriya 11 ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରିୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।
Romans 15:9 in Oriya 9 ପୁଣି, ଯେପରି ଅଣଯିହୂଦୀମାନେ ଇଶ୍ବରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, “ଏଥିପାଇଁ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।”
Philippians 2:17 in Oriya 17 ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,
1 Peter 2:5 in Oriya 5 ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଇଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 7:9 in Oriya 9 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରିବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;