Isaiah 61:6 in Oriya 6 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।
Other Translations King James Version (KJV) But ye shall be named the Priests of the LORD: men shall call you the Ministers of our God: ye shall eat the riches of the Gentiles, and in their glory shall ye boast yourselves.
American Standard Version (ASV) But ye shall be named the priests of Jehovah; men shall call you the ministers of our God: ye shall eat the wealth of the nations, and in their glory shall ye boast yourselves.
Bible in Basic English (BBE) But you will be named the priests of the Lord, the servants of our God: you will have the wealth of the nations for your food, and you will be clothed with their glory.
Darby English Bible (DBY) But as for you, ye shall be called priests of Jehovah; it shall be said of you: Ministers of our God. Ye shall eat the wealth of the nations, and into their glory shall ye enter.
World English Bible (WEB) But you shall be named the priests of Yahweh; men shall call you the ministers of our God: you shall eat the wealth of the nations, and in their glory shall you boast yourselves.
Young's Literal Translation (YLT) And ye are called `Priests of Jehovah,' `Ministers of our God,' is said of you, The strength of nations ye consume, And in their honour ye do boast yourselves.
Cross Reference Exodus 19:6 in Oriya 6 ପୁଣି, ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶ ଓ ଏକ ପବିତ୍ର ଗୋଷ୍ଠୀ ହେବ; ଏହି ସବୁ କଥା ତୁମ୍ଭେ ଇସ୍ରାଏଲ-ସନ୍ତାନମାନଙ୍କୁ କୁହ।
Isaiah 23:18 in Oriya 18 ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ଡାରରେ ରଖାଯିବ ନାହିଁ କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ।
Isaiah 60:5 in Oriya 5 ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ।
Isaiah 60:10 in Oriya 10 ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ।
Isaiah 60:16 in Oriya 16 ତୁମ୍ଭେ ଅନ୍ୟ ଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜାଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ।
Isaiah 66:12 in Oriya 12 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ୱର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟ ପାନ କରିବ ଓ ତୁମ୍ଭେମାନେ ବାହୁରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ।
Isaiah 66:21 in Oriya 21 “ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ନିମନ୍ତେ ଲୋକ ଗ୍ରହଣ କରିବା,” ଏହା ସଦାପ୍ରଭୁ କହନ୍ତି।
Ezekiel 14:11 in Oriya 11 ତହିଁରେ ଇସ୍ରାଏଲ ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞା ଲଘଂନ ଦ୍ୱାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Acts 11:28 in Oriya 28 ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା।
Romans 12:1 in Oriya 1 ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଇଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଇଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।
Romans 15:26 in Oriya 26 କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ଡଳୀସମୂହ ସହଭାଗିତାସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି।
1 Corinthians 3:5 in Oriya 5 ଆପଲ୍ଲ କିଏ ? ପାଉଲ ବା କିଏ ? ସେମାନେ ତ ସେବକମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ।
1 Corinthians 4:1 in Oriya 1 ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଇଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ।
2 Corinthians 6:4 in Oriya 4 ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,
2 Corinthians 11:23 in Oriya 23 ସେମାନେ କି ଖ୍ରୀଷ୍ଟଙ୍କ ସେବକ ? (ମୁଁ ପାଗଳପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;
Ephesians 4:11 in Oriya 11 ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
1 Peter 2:5 in Oriya 5 ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଇଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
Revelation 1:6 in Oriya 6 ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ୱର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତି କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।
Revelation 5:10 in Oriya 10 ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଇଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।
Revelation 20:6 in Oriya 6 ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଇଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।