Isaiah 63:11 in Oriya 11 ସେତେବେଳେ ସେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, “ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି ? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,
Other Translations King James Version (KJV) Then he remembered the days of old, Moses, and his people, saying, Where is he that brought them up out of the sea with the shepherd of his flock? where is he that put his holy Spirit within him?
American Standard Version (ASV) Then he remembered the days of old, Moses `and' his people, `saying', Where is he that brought them up out of the sea with the shepherds of his flock? where is he that put his holy Spirit in the midst of them?
Bible in Basic English (BBE) Then the early days came to their minds, the days of Moses his servant: and they said, Where is he who made the keeper of his flock come up from the sea? where is he who put his holy spirit among them,
Darby English Bible (DBY) But he remembered the days of old, Moses [and] his people: Where is he that brought them up out of the sea with the shepherds of his flock? Where is he that put his holy Spirit within him,
World English Bible (WEB) Then he remembered the days of old, Moses [and] his people, [saying], Where is he who brought them up out of the sea with the shepherds of his flock? where is he who put his holy Spirit in the midst of them?
Young's Literal Translation (YLT) And He remembereth the days of old, Moses -- his people. Where `is' He who is bringing them up from the sea, The shepherd of his flock? Where `is' He who is putting in its midst His Holy Spirit?
Cross Reference Exodus 14:22 in Oriya 22 ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।
Exodus 14:30 in Oriya 30 ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସ୍ରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।
Exodus 32:11 in Oriya 11 ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ ?
Leviticus 26:40 in Oriya 40 ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;
Numbers 11:17 in Oriya 17 ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।
Numbers 11:25 in Oriya 25 ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ୍ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।
Numbers 11:29 in Oriya 29 ତେବେ ମୋଶା କହିଲେ, “ତୁମ୍ଭେ ମୋ' ସକାଶୁ କ'ଣ ଈର୍ଷା କରୁଅଛ ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍-ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ !”
Numbers 14:13 in Oriya 13 ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିସ୍ରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।
Deuteronomy 4:30 in Oriya 30 ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ।
Nehemiah 9:20 in Oriya 20 ଆହୁରି, ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ପାଇଁ ଆପଣାର ମଙ୍ଗଳମୟ ଆତ୍ମା ପ୍ରଦାନ କଲ ଓ ସେମାନଙ୍କ ମୁଖରୁ ଆପଣା ମାନ୍ନା ଅଟକାଇଲ ନାହିଁ ଓ ସେମାନଙ୍କ ତୃଷା ନିବାରଣାର୍ଥେ ସେମାନଙ୍କୁ ଜଳ ଦେଲ।
Psalm 25:6 in Oriya 6 ହେ ସଦାପ୍ରଭୁ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ।
Psalm 77:5 in Oriya 5 ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି।
Psalm 77:20 in Oriya 20 ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।
Psalm 89:47 in Oriya 47 ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ ସନ୍ତାନ ସମସ୍ତଙ୍କୁ ସୃଷ୍ଟି କରିଅଛ !
Psalm 143:5 in Oriya 5 ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।
Isaiah 51:9 in Oriya 9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?
Isaiah 63:15 in Oriya 15 ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତିସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋ' ପ୍ରତି ନିବୃତ୍ତ ହୋଇଅଛି।
Jeremiah 2:6 in Oriya 6 ଅଥବା ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି, ଏହା ସେମାନେ କହିଲେ ନାହିଁ।
Daniel 4:8 in Oriya 8 ମାତ୍ର ଅବଶେଷରେ ମୋ' ଦେବତାର ନାମାନୁସାରେ ବେଲ୍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋ' ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି,
Haggai 2:5 in Oriya 5 କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ମିସର ଦେଶରୁ ବାହାରି ଆସିବା ବେଳେ ଓ ଆମ୍ଭ ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଧିଷ୍ଠାନ କରିବା ବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଯେଉଁ ନିୟମ ସ୍ଥିର କଲୁ, ସେହି ନିୟମର ବାକ୍ୟ ପ୍ରମାଣେ ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛୁ; ତୁମ୍ଭେମାନେ ଭୟ କର ନାହିଁ।
Zechariah 4:6 in Oriya 6 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”
Luke 1:54 in Oriya 54 ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି,