Isaiah 63:15 in Oriya 15 ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତିସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋ' ପ୍ରତି ନିବୃତ୍ତ ହୋଇଅଛି।
Other Translations King James Version (KJV) Look down from heaven, and behold from the habitation of thy holiness and of thy glory: where is thy zeal and thy strength, the sounding of thy bowels and of thy mercies toward me? are they restrained?
American Standard Version (ASV) Look down from heaven, and behold from the habitation of thy holiness and of thy glory: where are thy zeal and thy mighty acts? the yearning of thy heart and thy compassions are restrained toward me.
Bible in Basic English (BBE) Let your eyes be looking down from heaven, from your holy and beautiful house: where is your deep feeling, the working of your power? do not keep back the moving of your pity and your mercies:
Darby English Bible (DBY) Look down from the heavens, and behold from the habitation of thy holiness and of thy glory! Where is thy zeal and thy strength, the sounding of thy bowels and of thy tender mercies? Are they restrained toward me?
World English Bible (WEB) Look down from heaven, and see from the habitation of your holiness and of your glory: where are your zeal and your mighty acts? the yearning of your heart and your compassion is restrained toward me.
Young's Literal Translation (YLT) Look attentively from the heavens, And see from Thy holy and beauteous habitation, Where `is' Thy zeal and Thy might? The multitude of Thy bowels and Thy mercies Towards me have refrained themselves.
Cross Reference Deuteronomy 26:15 in Oriya 15 ତୁମ୍ଭେ ଆପଣା ପବିତ୍ର ନିବାସ ସ୍ୱର୍ଗରୁ ଦୃଷ୍ଟିପାତ କର, ପୁଣି ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁଗ୍ଧ ଓ ମଧୁପ୍ରବାହୀ ଦେଶକୁ ଆଶୀର୍ବାଦ କର।
1 Kings 8:27 in Oriya 27 ମାତ୍ର, ପରମେଶ୍ୱର କ'ଣ ପୃଥିବୀରେ ନିତାନ୍ତ ବାସ କରିବେ ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋ' ନିର୍ମିତ ଏହି ଗୃହ କ'ଣ ପାରିବ ?
2 Chronicles 30:27 in Oriya 27 ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।
Psalm 25:6 in Oriya 6 ହେ ସଦାପ୍ରଭୁ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ।
Psalm 33:14 in Oriya 14 ସେ ଆପଣା ନିବାସ-ସ୍ଥାନରୁ ପୃଥିବୀ-ନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି;
Psalm 77:7 in Oriya 7 ପ୍ରଭୁ କ'ଣ ସଦାକାଳ ପରିତ୍ୟାଗ କରିବେ ? ସେ କ'ଣ ଆଉ ସୁପ୍ରସନ୍ନ ହେବେ ନାହିଁ ?
Psalm 80:14 in Oriya 14 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର
Psalm 89:49 in Oriya 49 ହେ ପ୍ରଭୁ, ତୁମ୍ଭେ ଆପଣା ବିଶ୍ୱସ୍ତତା ଦ୍ୱାରା ଦାଉଦଙ୍କ ନିକଟରେ ଯାହା ଶପଥ କରିଥିଲ, ତୁମ୍ଭର ସେହି ପୂର୍ବ ବିବିଧ ଦୟା କାହିଁ ?
Psalm 102:19 in Oriya 19 କାରଣ ବନ୍ଦୀର ହାହାକାର ଶୁଣିବାକୁ, ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ;
Psalm 113:5 in Oriya 5 ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,
Psalm 123:1 in Oriya 1 ଆରୋହଣ-ଗୀତ। ହେ ସ୍ୱର୍ଗୋପବିଷ୍ଟ, ମୁଁ ତୁମ୍ଭ ଆଡ଼େ ଉର୍ଦ୍ଧ୍ୱ ଦୃଷ୍ଟି କରେ।
Isaiah 9:7 in Oriya 7 ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।
Isaiah 26:11 in Oriya 11 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।
Isaiah 49:15 in Oriya 15 ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।
Isaiah 51:9 in Oriya 9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?
Isaiah 57:15 in Oriya 15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
Isaiah 59:17 in Oriya 17 ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ର ରୂପେ ଉଦ୍ଯୋଗରୂପ ବସ୍ତ୍ର ପିନ୍ଧିଲେ।
Isaiah 63:9 in Oriya 9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
Isaiah 66:1 in Oriya 1 ସଦାପ୍ରଭୁ ଏହି କଥା କହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କିପ୍ରକାର ଗୃହ ନିର୍ମାଣ କରିବ ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ ସ୍ଥାନ ହେବ ?
Jeremiah 31:20 in Oriya 20 ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର ? ସେ କି ଆନନ୍ଦଦାୟୀ ବାଳକ ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେ ଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା,” ଏହା ସଦାପ୍ରଭୁ କହନ୍ତି।
Lamentations 3:50 in Oriya 50 ସେଯାଏ, ମୋର ଚକ୍ଷୁ ଅବିଶ୍ରାନ୍ତ ଅଶ୍ରୁ ବର୍ଷାଉଅଛି, ନିବୃତ୍ତ ହେଉ ନାହିଁ।
Hosea 11:8 in Oriya 8 ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା ? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା ? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା ? ଆମ୍ଭେ କିପରି ତୁମ୍ଭକୁ ସବୋୟିମର ନଗରୀ ତୁଲ୍ୟ ରଖିବା ? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।
Luke 1:78 in Oriya 78 ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ ସ୍ୱର୍ଗରୁ ଆମ୍ଭମାନଙ୍କ ପ୍ରତି ସୂର୍ଯ୍ୟ ଉଦୟ ହେଲା ପରି ହେବ,
Philippians 2:1 in Oriya 1 ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,
1 John 3:17 in Oriya 17 କିନ୍ତୁ ଯେ ଜାଗତିକ ଭାବେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଇଶ୍ବରଙ୍କ ପ୍ରେମ କିପରି ରହିପାରେ ?