Isaiah 63:7 in Oriya 7 ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁ ସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।
Other Translations King James Version (KJV) I will mention the lovingkindnesses of the LORD, and the praises of the LORD, according to all that the LORD hath bestowed on us, and the great goodness toward the house of Israel, which he hath bestowed on them according to his mercies, and according to the multitude of his lovingkindnesses.
American Standard Version (ASV) I will make mention of the lovingkindnesses of Jehovah, `and' the praises of Jehovah, according to all that Jehovah hath bestowed on us, and the great goodness toward the house of Israel, which he hath bestowed on them according to his mercies, and according to the multitude of his lovingkindnesses.
Bible in Basic English (BBE) I will give news of the mercies of the Lord, and his great acts, even all the things the Lord has done for us, in his great grace to the house of Israel; even all he has done for us in his unnumbered mercies.
Darby English Bible (DBY) I will record the loving-kindnesses of Jehovah, the praises of Jehovah, according to all that Jehovah hath bestowed upon us, and the great goodness toward the house of Israel which he hath bestowed upon them according to his mercies, and according to the multitude of his loving-kindnesses.
World English Bible (WEB) I will make mention of the loving kindnesses of Yahweh, [and] the praises of Yahweh, according to all that Yahweh has bestowed on us, and the great goodness toward the house of Israel, which he has bestowed on them according to his mercies, and according to the multitude of his loving kindnesses.
Young's Literal Translation (YLT) The kind acts of Jehovah I make mention of, The praises of Jehovah, According to all that Jehovah hath done for us, And the abundance of the goodness to the house of Israel, That He hath done for them, According to His mercies, And according to the abundance of His kind acts.
Cross Reference Exodus 34:6 in Oriya 6 ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;
Numbers 14:18 in Oriya 18 ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞାଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।
1 Kings 8:66 in Oriya 66 ଅଷ୍ଟମ ଦିନରେ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ରାଜାଙ୍କୁ ଧନ୍ୟବାଦ କଲେ, ପୁଣି, ସଦାପ୍ରଭୁ ଆପଣା ଦାସ ଦାଉଦଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେସବୁ ମଙ୍ଗଳ ଦେଖାଇ ଥିଲେ, ତହିଁ ସକାଶୁ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ଆପଣା ଆପଣା ତମ୍ବୁକୁ ଗଲେ।
2 Chronicles 7:10 in Oriya 10 ଆଉ ସେ ସପ୍ତମ ମାସର ତେଇଶ ଦିନରେ ଲୋକମାନଙ୍କୁ ସେମାନଙ୍କ ତମ୍ବୁକୁ ବିଦାୟ କଲେ; ସଦାପ୍ରଭୁ ଦାଉଦଙ୍କ ପ୍ରତି ଓ ଶଲୋମନଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେଉଁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ସେମାନେ ଆନନ୍ଦିତ ଓ ହୃଷ୍ଟଚିତ୍ତ ହେଲେ।
Nehemiah 9:7 in Oriya 7 ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ, ତୁମ୍ଭେ ଅବ୍ରାମକୁ ମନୋନୀତ କଲ ଓ କଲ୍ଦୀୟମାନଙ୍କ ଊର ଦେଶରୁ ତାହାକୁ ବାହାର କରି ଆଣି ଅବ୍ରହାମ ନାମ ଦେଲ;
Nehemiah 9:19 in Oriya 19 ସେତେବେଳେ ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ; ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ, କିଅବା ସେମାନଙ୍କୁ ଆଲୁଅ ଓ ଗନ୍ତବ୍ୟ ପଥ ଦେଖାଇବା ନିମନ୍ତେ ରାତ୍ରିରେ ଅଗ୍ନିସ୍ତମ୍ଭ ସେମାନଙ୍କ ଆଗରୁ ପ୍ରସ୍ଥାନ କଲା ନାହିଁ।
Nehemiah 9:25 in Oriya 25 ତହିଁରେ ସେମାନେ ପ୍ରାଚୀରବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ।
Nehemiah 9:27 in Oriya 27 ଏହେତୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ କ୍ଳେଶ ଦେଲେ; ମାତ୍ର କ୍ଳେଶ ସମୟରେ ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଆପଣାର ବହୁବିଧ ଦୟାନୁସାରେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
Nehemiah 9:31 in Oriya 31 ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ।
Nehemiah 9:35 in Oriya 35 ଯେଣୁ ସେମାନେ ଆପଣାମାନଙ୍କ ରାଜ୍ୟରେ, ସେମାନଙ୍କୁ ତୁମ୍ଭର ପ୍ରଦତ୍ତ ମହାମଙ୍ଗଳରେ ଓ ସେମାନଙ୍କ ସମ୍ମୁଖରେ ତୁମ୍ଭର ସମର୍ପିତ ପ୍ରଶସ୍ତ ଓ ଉର୍ବର ଦେଶରେ ତୁମ୍ଭର ସେବା କରି ନାହାନ୍ତି, କିଅବା ଆପଣା ଆପଣା ଦୁଷ୍କର୍ମରୁ ଫେରି ନାହାନ୍ତି।
Psalm 51:1 in Oriya 1 ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବଥ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ। ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ' ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।
Psalm 63:3 in Oriya 3 କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।
Psalm 78:11 in Oriya 11 ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲି ଗଲେ।
Psalm 86:5 in Oriya 5 ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
Psalm 86:15 in Oriya 15 ମାତ୍ର ହେ ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
Psalm 105:5 in Oriya 5 ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ,
Psalm 107:8 in Oriya 8 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।
Psalm 107:15 in Oriya 15 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ !
Psalm 107:21 in Oriya 21 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।
Psalm 107:31 in Oriya 31 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ !
Psalm 136:1 in Oriya 1 ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Psalm 147:19 in Oriya 19 ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି।
Isaiah 41:8 in Oriya 8 ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;
Isaiah 51:2 in Oriya 2 ତୁମ୍ଭମାନଙ୍କ ପିତା ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।
Isaiah 54:8 in Oriya 8 ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା,” ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି।
Isaiah 55:7 in Oriya 7 ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।
Lamentations 3:32 in Oriya 32 କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।
Ezekiel 16:6 in Oriya 6 ଏଥିଉତ୍ତାରେ ଆମ୍ଭେ ଯେତେବେଳେ ତୁମ୍ଭ ନିକଟ ଦେଇ ଗଲୁ ଓ ତୁମ୍ଭକୁ ରକ୍ତରେ ଛଟପଟ ହେବାର ଦେଖିଲୁ, ସେତେବେଳେ ଆମ୍ଭେ ତୁମ୍ଭକୁ କହିଲୁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ହଁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ଏହି କଥା ଆମ୍ଭେ ତୁମ୍ଭକୁ କହିଲୁ।
Hosea 2:19 in Oriya 19 ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍ଦାନ କରିବା।
Zechariah 9:17 in Oriya 17 ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।
Romans 2:4 in Oriya 4 କିମ୍ବା ଇଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ ?
Romans 5:20 in Oriya 20 ଏହାଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
Ephesians 1:6 in Oriya 6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
Ephesians 2:4 in Oriya 4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ୱର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,
1 Timothy 1:14 in Oriya 14 ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା।
Titus 3:4 in Oriya 4 କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଇଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,