Isaiah 64:2 in Oriya 2 ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ !
Other Translations King James Version (KJV) As when the melting fire burneth, the fire causeth the waters to boil, to make thy name known to thine adversaries, that the nations may tremble at thy presence!
American Standard Version (ASV) as when fire kindleth the brushwood, `and' the fire causeth the waters to boil; to make thy name known to thine adversaries, that the nations may tremble at thy presence!
Bible in Basic English (BBE) While you do acts of power for which we are not looking, and which have not come to the ears of men in the past.
Darby English Bible (DBY) -- as fire kindleth brushwood, as the fire causeth water to boil, to make thy name known to thine adversaries, that the nations might tremble at thy presence!
World English Bible (WEB) as when fire kindles the brushwood, [and] the fire causes the waters to boil; to make your name known to your adversaries, that the nations may tremble at your presence!
Young's Literal Translation (YLT) (As fire kindleth stubble -- Fire causeth water to boil,) To make known Thy name to Thine adversaries, From Thy presence do nations tremble.
Cross Reference Exodus 14:4 in Oriya 4 ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।
Exodus 15:14 in Oriya 14 ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରାନ୍ତ କରିଅଛି।
Deuteronomy 2:25 in Oriya 25 ଆଜି ଆମ୍ଭେ ସମସ୍ତ ଆକାଶମଣ୍ଡଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ବାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।”
1 Samuel 17:46 in Oriya 46 ଆଜିଦିନ ସଦାପ୍ରଭୁ ତୁମ୍ଭକୁ ମୋ' ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।
1 Kings 8:41 in Oriya 41 ଆହୁରି ଯେ ତୁମ୍ଭର ଇସ୍ରାଏଲ-ଲୋକଙ୍କର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭ ନାମ ସକାଶୁ ଦୂର ଦେଶରୁ ଆସେ;
Psalm 9:20 in Oriya 20 ହେ ସଦାପ୍ରଭୁ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। ସେଲା
Psalm 46:10 in Oriya 10 କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।
Psalm 48:4 in Oriya 4 କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ।
Psalm 67:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ। ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। ସେଲା
Psalm 79:10 in Oriya 10 ଅନ୍ୟ ଦେଶୀୟମାନେ କାହିଁକି କହିବେ, “ସେମାନଙ୍କର ପରମେଶ୍ୱର କାହାନ୍ତି ?” ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।
Psalm 83:13 in Oriya 13 ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।
Psalm 98:1 in Oriya 1 ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି।
Psalm 99:1 in Oriya 1 ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।
Psalm 102:15 in Oriya 15 ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ।
Psalm 106:8 in Oriya 8 ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ।
Isaiah 37:20 in Oriya 20 ଏଣୁ ଏବେ, ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
Isaiah 63:12 in Oriya 12 ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତ କାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,
Jeremiah 5:22 in Oriya 22 ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ୱନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ।
Jeremiah 33:9 in Oriya 9 ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।'”
Ezekiel 38:22 in Oriya 22 ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ୱାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଳାବନକାରୀ ବୃଷ୍ଟି, ବୃହତ୍ ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା।
Ezekiel 39:27 in Oriya 27 ସେତେବେଳେ ସେମାନେ ଆପଣାମାନଙ୍କର ଅପମାନ ଓ ଆମ୍ଭ ବିରୁଦ୍ଧରେ ଯେଉଁସବୁ ସତ୍ୟ ଲଙ୍ଘନ କଲେ, ସେହି ସକଳ ସତ୍ୟ ଲଙ୍ଘନର ଫଳ ଭୋଗ କରିବେ।
Daniel 4:1 in Oriya 1 ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାର (ବିଜ୍ଞାପନ); ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ।
Daniel 4:32 in Oriya 32 ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।
Daniel 6:25 in Oriya 25 ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।
Joel 3:16 in Oriya 16 ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।
Micah 7:15 in Oriya 15 ମିସର ଦେଶରୁ ତୁମ୍ଭର ବାହାର ହୋଇ ଆସିବା ଦିନର ନ୍ୟାୟ ଆମ୍ଭେ ତାହାକୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖାଇବା।
Revelation 11:11 in Oriya 11 ସାଢ଼େ ତିନି ଦିନ ଉତ୍ତାରେ ଈଶ୍ୱରଙ୍କଠାରୁ ଜୀବନବାୟୁ ଆସି ସେମାନଙ୍କଠାରେ ପ୍ରବେଶ କଲେ, ସେଥିରେ ସେମାନେ ପାଦରେ ଭରା ଦେଇ ଠିଆ ହେଲେ, ଆଉ ସେମାନଙ୍କୁ ଦେଖିବା ଲୋକମାନେ ଅତ୍ୟନ୍ତ ଭୟଭୀତ ହେଲେ।