Isaiah 64:6 in Oriya 6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।
Other Translations King James Version (KJV) But we are all as an unclean thing, and all our righteousnesses are as filthy rags; and we all do fade as a leaf; and our iniquities, like the wind, have taken us away.
American Standard Version (ASV) For we are all become as one that is unclean, and all our righteousnesses are as a polluted garment: and we all do fade as a leaf; and our iniquities, like the wind, take us away.
Bible in Basic English (BBE) And there is no one who makes prayer to your name, or who is moved to keep true to you: for your face is veiled from us, and you have given us into the power of our sins.
Darby English Bible (DBY) And we are all become as an unclean [thing], and all our righteousnesses are as filthy rags; and we all fade as a leaf, and our iniquities, like the wind, have carried us away;
World English Bible (WEB) For we are all become as one who is unclean, and all our righteousness are as a polluted garment: and we all do fade as a leaf; and our iniquities, like the wind, take us away.
Young's Literal Translation (YLT) And we are as unclean -- all of us, And as a garment passing away, all our righteous acts; And we fade as a leaf -- all of us. And our iniquities as wind do take us away.
Cross Reference Job 14:4 in Oriya 4 ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ ? ଜଣେ ନାହିଁ।
Job 15:14 in Oriya 14 ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ ?
Job 25:4 in Oriya 4 ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ ?
Job 40:4 in Oriya 4 “ଦେଖ, ମୁଁ ଅକିଞ୍ଚନ; ତୁମ୍ଭକୁ କି ଉତ୍ତର ଦେବି ? ମୁଁ ନିଜ ମୁଖରେ ଆପଣା ହାତ ଦିଏ।
Job 42:5 in Oriya 5 ମୁଁ କର୍ଣ୍ଣରେ ତୁମ୍ଭ ବିଷୟ ଶୁଣିଥିଲି; ମାତ୍ର ଏବେ ମୋହର ଚକ୍ଷୁ ତୁମ୍ଭଙ୍କୁ ଦେଖୁଅଛି,
Psalm 1:4 in Oriya 4 ଦୁଷ୍ଟମାନେ ସେପ୍ରକାର ନୁହଁନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି।
Psalm 51:5 in Oriya 5 ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋ' ମାତା ମୋତେ ଗର୍ଭରେ ଧାରଣ କଲା।
Psalm 90:5 in Oriya 5 ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।
Isaiah 6:5 in Oriya 5 ତେବେ ମୁଁ କହିଲି, “ହାୟ ହାୟ ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି !”
Isaiah 40:6 in Oriya 6 ଏକ ଜଣର ରବ କହେ, “ପ୍ରଚାର କର,” ତହିଁରେ ଜଣେ କହିଲା, “କଅଣ ପ୍ରଚାର କରିବା ?” “ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ;
Isaiah 46:12 in Oriya 12 ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ।
Isaiah 48:1 in Oriya 1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।
Isaiah 53:6 in Oriya 6 ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।
Isaiah 57:12 in Oriya 12 ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ।
Jeremiah 4:11 in Oriya 11 ସେହି ସମୟରେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ କୁହାଯିବ, “ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କର କନ୍ୟା ଆଡ଼କୁ ଉଷ୍ମ ବାୟୁ ଆସୁଅଛି, ତାହା ଶସ୍ୟ ଝାଡ଼ିବା କି ପରିଷ୍କାର କରିବା ନିମନ୍ତେ ନୁହେଁ;
Hosea 4:19 in Oriya 19 ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ।
Zechariah 3:3 in Oriya 3 ଏହି ସମୟରେ ଯିହୋଶୂୟ ମଳିନ ବସ୍ତ୍ର ପିନ୍ଧି ଦୂତ ସମ୍ମୁଖରେ ଠିଆ ହୋଇଥିଲେ।
Zechariah 5:8 in Oriya 8 ପୁଣି, ସେ ମୋତେ କହିଲେ, “ଏହା ଦୁଷ୍ଟତା !” ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇ ଦେଲେ ଓ ତହିଁର ମୁହଁକୁ ବନ୍ଦ କରି ଦେଲେ।
Romans 7:18 in Oriya 18 କାରଣ ମୋ'ଠାରେ, ଅର୍ଥାତ୍, ମୋ' ଶରୀରରେ ଯେକୌଣସି ଉତ୍ତମ ବିଷୟ ବାସ କରେ ନାହିଁ, ଏହା ମୁଁ ଜାଣେ, ଯେଣୁ ମୁଁ ଇଚ୍ଛା କରି ପାରୁଅଛି, କିନ୍ତୁ ଯାହା ଉତ୍ତମ, ତାହା କରିବା ନିମନ୍ତେ ମୋହର ସାମର୍ଥ୍ୟ ନାହିଁ।
Romans 7:24 in Oriya 24 ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ ?
Ephesians 2:1 in Oriya 1 ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,
Philippians 3:9 in Oriya 9 ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,
Titus 3:3 in Oriya 3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।
James 1:10 in Oriya 10 ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ।
1 Peter 1:24 in Oriya 24 କାରଣ ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,
Revelation 3:17 in Oriya 17 ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ;
Revelation 7:13 in Oriya 13 ପୁଣି, ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଧଳା ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି ?