Isaiah 65:12 in Oriya 12 ତୁମ୍ଭମାନଙ୍କୁ ଆମ୍ଭେ ଖଡ଼୍ଗ ନିମନ୍ତେ ନିରୂପଣ କରିବା ଓ ତୁମ୍ଭେ ସମସ୍ତେ ବଧ ସ୍ଥାନରେ ନଇଁ ପଡ଼ିବ; କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ତୁମ୍ଭେମାନେ କଲ ଓ ଯହିଁରେ ଆମ୍ଭେ ସନ୍ତୁଷ୍ଟ ନୋହୁଁ, ତାହା ହିଁ ମନୋନୀତ କଲ।”
Other Translations King James Version (KJV) Therefore will I number you to the sword, and ye shall all bow down to the slaughter: because when I called, ye did not answer; when I spake, ye did not hear; but did evil before mine eyes, and did choose that wherein I delighted not.
American Standard Version (ASV) I will destine you to the sword, and ye shall all bow down to the slaughter; because when I called, ye did not answer; when I spake, ye did not hear; but ye did that which was evil in mine eyes, and chose that wherein I delighted not.
Bible in Basic English (BBE) Your fate will be the sword, and you will all go down to death: because when my voice came to you, you made no answer; you did not give ear to my word; but you did what was evil in my eyes, desiring what was not pleasing to me.
Darby English Bible (DBY) I will even assign you to the sword, and ye shall all bow down in the slaughter; because I called, and ye did not answer, I spoke, and ye did not hear; but ye did what was evil in mine eyes, and chose that wherein I delight not.
World English Bible (WEB) I will destine you to the sword, and you shall all bow down to the slaughter; because when I called, you did not answer; when I spoke, you did not hear; but you did that which was evil in my eyes, and chose that in which I didn't delight.
Young's Literal Translation (YLT) And I have numbered you for the sword, And all of you for slaughter bow down, Because I called, and ye have not answered, I have spoken, and ye have not hearkened, And ye do the evil thing in Mine eyes, And on that which I desired not -- fixed.
Cross Reference Leviticus 26:25 in Oriya 25 ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ।
Deuteronomy 32:25 in Oriya 25 ବାହାରେ ଖଡ଼୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଙ୍କୁ, ପୁଣି ଦୁଗ୍ଧ ପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।
2 Chronicles 36:15 in Oriya 15 ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ-ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;
Proverbs 1:24 in Oriya 24 ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
Isaiah 1:16 in Oriya 16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
Isaiah 3:25 in Oriya 25 ତୁମ୍ଭର ପୁରୁଷମାନେ ଖଡ଼୍ଗାଘାତରେ ଓ ତୁମ୍ଭର ବିକ୍ରମୀଗଣ ଯୁଦ୍ଧରେ ପତିତ ହେବେ।
Isaiah 10:4 in Oriya 4 ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 27:1 in Oriya 1 ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଧୟ, ବୃହତ ଓ ଶକ୍ତିଶାଳୀ ଖଡ଼୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବୀୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।
Isaiah 41:28 in Oriya 28 ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ, ସେମାନଙ୍କ ମଧ୍ୟରେ ଏପରି ମନ୍ତ୍ରଣାଦାତା ସୁଦ୍ଧା କେହି ନାହିଁ।
Isaiah 50:2 in Oriya 2 ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା ? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା ? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।
Isaiah 65:3 in Oriya 3 ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଗୁଡ଼ିଏ ଇଟା ଉପରେ ଧୂମ ଜ୍ୱଳାଇ ଆମ୍ଭ ମୁଖ ଆଗରେ ନିତ୍ୟ ନିତ୍ୟ ଆମ୍ଭକୁ ବିରକ୍ତ କରନ୍ତି;
Isaiah 66:3 in Oriya 3 ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;
Jeremiah 7:13 in Oriya 13 ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ;
Jeremiah 16:17 in Oriya 17 କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ।
Jeremiah 18:21 in Oriya 21 ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ି ଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।
Jeremiah 34:17 in Oriya 17 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।
Ezekiel 14:17 in Oriya 17 ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣୁ, ଆଉ ଆଜ୍ଞା କରୁ, ହେ ଖଡ଼୍ଗ, ଦେଶ ମଧ୍ୟ ଦେଇ ଗମନ କର ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ,”
Zephaniah 1:4 in Oriya 4 ପୁଣି, ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;
Zechariah 7:7 in Oriya 7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ୍ ନୁହେଁ ?”
Zechariah 7:11 in Oriya 11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।
Matthew 21:34 in Oriya 34 ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ।
Matthew 22:3 in Oriya 3 ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ।
Matthew 22:7 in Oriya 7 କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ।
John 1:11 in Oriya 11 ସେ ଆପଣା ରାଜ୍ୟକୁ ଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।