Isaiah 65:16 in Oriya 16 ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ୱରଙ୍କଠାରୁ ଆପଣାକୁ ଆଶୀର୍ବାଦ କରିବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରେ, ସେ ସତ୍ୟ ପରମେଶ୍ୱରଙ୍କ ଦ୍ୱାରା ଶପଥ କରିବ; ଯେହେତୁ ପୂର୍ବକାଳର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହାସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି।
Other Translations King James Version (KJV) That he who blesseth himself in the earth shall bless himself in the God of truth; and he that sweareth in the earth shall swear by the God of truth; because the former troubles are forgotten, and because they are hid from mine eyes.
American Standard Version (ASV) so that he who blesseth himself in the earth shall bless himself in the God of truth; and he that sweareth in the earth shall swear by the God of truth; because the former troubles are forgotten, and because they are hid from mine eyes.
Bible in Basic English (BBE) So that he who is requesting a blessing will make use of the name of the true God, and he who takes an oath will do so by the true God; because the past troubles are gone out of mind, and because they are covered from my eyes.
Darby English Bible (DBY) so that he who blesseth himself in the land shall bless himself by the God of truth; and he that sweareth in the land shall swear by the God of truth: because the former troubles shall be forgotten, and because they shall be hidden from mine eyes.
World English Bible (WEB) so that he who blesses himself in the earth shall bless himself in the God of truth; and he who swears in the earth shall swear by the God of truth; because the former troubles are forgotten, and because they are hid from my eyes.
Young's Literal Translation (YLT) So that he who is blessing himself in the earth, Doth bless himself In the God of faithfulness, And he who is swearing in the earth, Doth swear by the God of faithfulness, Because the former distresses have been forgotten, And because they have been hid from Mine eyes.
Cross Reference Deuteronomy 6:13 in Oriya 13 ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବ ଓ ତୁମ୍ଭେ ତାହାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ।
Deuteronomy 10:20 in Oriya 20 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ।
Deuteronomy 32:4 in Oriya 4 ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
Psalm 31:5 in Oriya 5 ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୁ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।
Psalm 63:11 in Oriya 11 ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ।
Psalm 72:17 in Oriya 17 ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
Psalm 86:15 in Oriya 15 ମାତ୍ର ହେ ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
Isaiah 11:16 in Oriya 16 ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେହିପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ।
Isaiah 19:18 in Oriya 18 ସେହି ଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ।
Isaiah 35:10 in Oriya 10 ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇ ଯିବ।
Isaiah 45:23 in Oriya 23 ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ।
Isaiah 48:1 in Oriya 1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।
Isaiah 54:4 in Oriya 4 ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷର୍ଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।
Isaiah 65:19 in Oriya 19 ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶବ୍ଦ, କିଅବା କ୍ରନ୍ଦନର ଶବ୍ଦ ଆଉ ଶୁଣାଯିବ ନାହିଁ।
Jeremiah 4:2 in Oriya 2 ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।
Jeremiah 10:10 in Oriya 10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।
Jeremiah 12:16 in Oriya 16 ଆଉ, ସେମାନେ ଯେପରି ବାଲ୍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେପରି ସଦାପ୍ରଭୁ ଜୀବିତ ବୋଲି, ଆମ୍ଭ ନାମରେ ଶପଥ କରିବା ପାଇଁ ଯଦି ଆମ୍ଭ ଲୋକମାନଙ୍କର ଆଚରଣ ଯତ୍ନପୂର୍ବକ ଶିଖିବେ, ତେବେ ସେମାନେ ଆମ୍ଭ ଲୋକମାନଙ୍କ ମଧ୍ୟରେ ସ୍ଥାପିତ ହେବେ।
Jeremiah 31:12 in Oriya 12 ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।
Ezekiel 36:25 in Oriya 25 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।
Daniel 12:1 in Oriya 1 ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।
Daniel 12:11 in Oriya 11 ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ହଜାର ଦୁଇ ଶହ ନବେ ଦିନ ହେବ।
Zephaniah 1:5 in Oriya 5 ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍କମ୍ ନାମରେ ଶପଥ କରି ପ୍ରଣାମ କରନ୍ତି;
Zephaniah 3:14 in Oriya 14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର।
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
John 1:17 in Oriya 17 କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।
John 14:6 in Oriya 6 ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
Romans 14:11 in Oriya 11 ଯେଣୁ ଲେଖା ଅଛି, “ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଇଶ୍ବରଙ୍କ ପ୍ରଶଂସା କରିବ।”
Philippians 2:11 in Oriya 11 ପୁଣି, ପିତା ଇଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।
Hebrews 6:17 in Oriya 17 ଏଣୁ ଈଶ୍ୱର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,
Revelation 20:4 in Oriya 4 ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଇଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।