Isaiah 65:23 in Oriya 23 ସେମାନେ ବୃଥା ପରିଶ୍ରମ କରିବେ ନାହିଁ, କିଅବା ବିପଦର ପାଇଁ ପ୍ରସବ କରିବେ ନାହିଁ; କାରଣ ସେମାନେ ଓ ସେମାନଙ୍କ ସଙ୍ଗେ ସେମାନଙ୍କ ସନ୍ତାନଗଣ, ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ରର ବଂଶ।
Other Translations King James Version (KJV) They shall not labour in vain, nor bring forth for trouble; for they are the seed of the blessed of the LORD, and their offspring with them.
American Standard Version (ASV) They shall not labor in vain, nor bring forth for calamity; for they are the seed of the blessed of Jehovah, and their offspring with them.
Bible in Basic English (BBE) Their work will not be for nothing, and they will not give birth to children for destruction; for they are a seed to whom the Lord has given his blessing, and their offspring will be with them.
Darby English Bible (DBY) They shall not labour in vain, nor bring forth for terror; for they are the seed of the blessed of Jehovah, and their offspring with them.
World English Bible (WEB) They shall not labor in vain, nor bring forth for calamity; for they are the seed of the blessed of Yahweh, and their offspring with them.
Young's Literal Translation (YLT) They labour not for a vain thing, Nor do they bring forth for trouble, For the seed of the blessed of Jehovah `are' they, And their offspring with them.
Cross Reference Genesis 12:2 in Oriya 2 ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।
Genesis 17:7 in Oriya 7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
Leviticus 26:3 in Oriya 3 ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;
Leviticus 26:20 in Oriya 20 ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ।
Leviticus 26:22 in Oriya 22 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ବନ୍ୟ ପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁମାନଙ୍କୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଜନମାନବ ଶୂନ୍ୟ ହେବ।
Leviticus 26:29 in Oriya 29 ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ଓ କନ୍ୟାଗଣର ମାଂସ ଭୋଜନ କରିବ।
Deuteronomy 28:3 in Oriya 3 ତୁମ୍ଭେ ନଗରରେ ଧନ୍ୟ ହେବ ଓ କ୍ଷେତ୍ରରେ ଧନ୍ୟ ହେବ।
Deuteronomy 28:38 in Oriya 38 ତୁମ୍ଭେ କ୍ଷେତ୍ରକୁ ବହୁତ ବିହନ ବହି ନେବ, ମାତ୍ର ଅଳ୍ପ ସଂଗ୍ରହ କରିବ; କାରଣ ପଙ୍ଗପାଳ ତାହା ଖାଇ ପକାଇବ।
Psalm 115:14 in Oriya 14 ସଦାପ୍ରଭୁ ତୁମ୍ଭମାନଙ୍କୁ, ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ସନ୍ତାନଗଣକୁ ଆହୁରି ଆହୁରି ବୃଦ୍ଧି କରନ୍ତୁ।
Isaiah 49:4 in Oriya 4 ମାତ୍ର ମୁଁ କହିଲି, ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ୱରଙ୍କଠାରେ ଅଛି।
Isaiah 55:2 in Oriya 2 ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।
Isaiah 61:9 in Oriya 9 ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।
Jeremiah 32:38 in Oriya 38 ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;
Hosea 9:11 in Oriya 11 ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ।
Haggai 1:6 in Oriya 6 ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।
Haggai 2:19 in Oriya 19 ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି ? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷର, ଡାଳିମ୍ବ ଓ ଜୀତ ବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।
Zechariah 10:8 in Oriya 8 ଆମ୍ଭେ ସେମାନଙ୍କ ପାଇଁ ଶୀଷ୍ ଶବ୍ଦ କରି ସେମାନଙ୍କୁ ଏକତ୍ର କରିବା; କାରଣ ଆମ୍ଭେ ସେମାନଙ୍କୁ ମୁକ୍ତ କରିବା ଓ ସେମାନେ ଯେପରି ବହୁବଂଶ ହୋଇଥିଲେ, ସେପରି ବହୁବଂଶ ହେବେ।
Malachi 3:10 in Oriya 10 “ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,
Acts 2:39 in Oriya 39 କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।
Acts 3:25 in Oriya 25 ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି, ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ୱର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି।
Romans 4:16 in Oriya 16 ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ମୋଶାଙ୍କ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;
Romans 9:7 in Oriya 7 କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ “ଇସ୍ହାକଠାରେ ତୁମ୍ଭର ବଂଶ ଖ୍ୟାତ ହେବ।”
1 Corinthians 15:58 in Oriya 58 ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।
Galatians 3:29 in Oriya 29 ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।