Isaiah 65:9 in Oriya 9 ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ।
Other Translations King James Version (KJV) And I will bring forth a seed out of Jacob, and out of Judah an inheritor of my mountains: and mine elect shall inherit it, and my servants shall dwell there.
American Standard Version (ASV) And I will bring forth a seed out of Jacob, and out of Judah an inheritor of my mountains; and my chosen shall inherit it, and my servants shall dwell there.
Bible in Basic English (BBE) And I will take a seed out of Jacob, and out of Judah one who will have my mountains for a heritage: and the people I have taken to be mine will have it for themselves, and my servants will have their resting-place there.
Darby English Bible (DBY) And I will bring forth a seed out of Jacob, and out of Judah a possessor of my mountains; and mine elect shall possess it, and my servants shall dwell there.
World English Bible (WEB) I will bring forth a seed out of Jacob, and out of Judah an inheritor of my mountains; and my chosen shall inherit it, and my servants shall dwell there.
Young's Literal Translation (YLT) And I have brought out from Jacob a seed, And from Judah a possessor of My mount, And possess it do My chosen ones, And My servants do dwell there.
Cross Reference Isaiah 10:20 in Oriya 20 ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ।
Isaiah 11:11 in Oriya 11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।
Isaiah 27:6 in Oriya 6 ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ।”
Isaiah 32:18 in Oriya 18 ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।
Isaiah 45:19 in Oriya 19 ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର, ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ କଥା ପ୍ରକାଶ କରୁ।
Isaiah 65:15 in Oriya 15 ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଶାପାସ୍ପଦ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;
Isaiah 65:22 in Oriya 22 ସେମାନେ ନିର୍ମାଣ କଲେ, ଅନ୍ୟ କେହି ତହିଁରେ ବାସ କରିବ ନାହିଁ; ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ; କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁ ତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘ କାଳ ପର୍ଯ୍ୟନ୍ତ ଆପଣାମାନଙ୍କ ହସ୍ତକୃତ କର୍ମର ଫଳ ଭୋଗ କରିବେ।
Jeremiah 31:36 in Oriya 36 “ଯଦି ଏହି ସକଳ ବିଧାନ ଆମ୍ଭ ସମ୍ମୁଖରୁ ବିଚଳିତ ହୁଏ, ତେବେ ଇସ୍ରାଏଲ ବଂଶ ହିଁ ଆମ୍ଭ ସମ୍ମୁଖରେ ସଦାକାଳ ଏକ ଗୋଷ୍ଠୀ ହୋଇ ରହିବା ପାଇଁ ନିବୃତ୍ତ ହେବେ,” ଏହା ପ୍ରଭୁ କହନ୍ତି।
Jeremiah 33:17 in Oriya 17 କାରଣ ସଦାପ୍ରଭୁ ଏହି କଥା କହନ୍ତି: “ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କଦାପି ହେବ ନାହିଁ,
Ezekiel 36:8 in Oriya 8 ମାତ୍ର ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ଆପଣାମାନଙ୍କର ଶାଖା ବାହାର କରିବ ଓ ଆମ୍ଭର ଇସ୍ରାଏଲର ଲୋକଙ୍କ ନିମନ୍ତେ ଆପଣା ଆପଣାର ଫଳ ଉତ୍ପନ୍ନ କରିବ; କାରଣ ସେମାନଙ୍କର ଆଗମନ ସନ୍ନିକଟ।
Ezekiel 36:24 in Oriya 24 କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା।
Ezekiel 37:21 in Oriya 21 ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;
Ezekiel 39:25 in Oriya 25 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍ଯୋଗୀ ହେବା।
Amos 9:11 in Oriya 11 “ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା ସ୍ଥାନ ସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନ ସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;
Obadiah 1:17 in Oriya 17 ମାତ୍ର ରକ୍ଷାପ୍ରାପ୍ତ ଲୋକମାନେ ସିୟୋନରେ ଥିବେ ଓ ତାହା ପବିତ୍ର ହେବ; ଆଉ, ଯାକୁବର ବଂଶ ଆପଣାମାନଙ୍କର ଅଧିକାର ଭୋଗ କରିବେ।
Zephaniah 3:20 in Oriya 20 ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ସମୟରେ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ସୁଖ୍ୟାତି ଓ ପ୍ରଶଂସାର ପାତ୍ର କରିବା, ଏହା ସଦାପ୍ରଭୁ କହନ୍ତି।
Zechariah 10:6 in Oriya 6 ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ୍ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।
Matthew 24:22 in Oriya 22 ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ।
Romans 11:5 in Oriya 5 ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି।
Romans 11:28 in Oriya 28 ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃପୁରୁଷଙ୍କ ସକାଶେ ସେମାନେ ଇଶ୍ବରଙ୍କ ପ୍ରିୟପାତ୍ର।