Isaiah 66:18 in Oriya 18 “କାରଣ ଆମ୍ଭେ ସେମାନଙ୍କର କ୍ରିୟା ଓ କଳ୍ପନାସବୁ ଜାଣୁ; ସର୍ବଦେଶୀୟ ଓ ଭାଷାବାଦୀ ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ।
Other Translations King James Version (KJV) For I know their works and their thoughts: it shall come, that I will gather all nations and tongues; and they shall come, and see my glory.
American Standard Version (ASV) For I `know' their works and their thoughts: `the time' cometh, that I will gather all nations and tongues; and they shall come, and shall see my glory.
Bible in Basic English (BBE) And I am coming to get together all nations and tongues: and they will come and will see my glory.
Darby English Bible (DBY) And I, -- their works and their thoughts [are before me]. ... [The time] cometh for the gathering of all nations and tongues; and they shall come, and see my glory.
World English Bible (WEB) For I [know] their works and their thoughts: [the time] comes, that I will gather all nations and languages; and they shall come, and shall see my glory.
Young's Literal Translation (YLT) And I -- their works and their thoughts, I come to gather all the nations and tongues, And they have come and seen My honour.
Cross Reference Deuteronomy 31:21 in Oriya 21 ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।
Job 42:2 in Oriya 2 “ମୁଁ ଜାଣେ ଯେ, ତୁମ୍ଭେ ସବୁ କରିପାର ଓ ତୁମ୍ଭର କୌଣସି ସଙ୍କଳ୍ପ ନିବାରଣ କରାଯାଇ ନ ପାରେ।
Psalm 67:2 in Oriya 2 ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ।
Psalm 72:11 in Oriya 11 ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।
Psalm 72:17 in Oriya 17 ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
Psalm 82:8 in Oriya 8 ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।
Psalm 86:9 in Oriya 9 ହେ ପ୍ରଭୁ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ।
Isaiah 2:2 in Oriya 2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Isaiah 37:28 in Oriya 28 ମାତ୍ର ତୁମ୍ଭର ବସିବାର, ବାହାରେ ଯିବାର, ଭିତରେ ଆସିବାର ଓ ଆମ୍ଭ ବିରୁଦ୍ଧରେ କ୍ରୋଧ କରିବାର ଆମ୍ଭେ ଜାଣୁ।
Isaiah 66:10 in Oriya 10 ହେ ଯିରୂଶାଲମକୁ ପ୍ରେମକାରୀ ସମସ୍ତେ, ତୁମ୍ଭେମାନେ ତାହା ସହିତ ଆନନ୍ଦ କର ଓ ତାହା ନିମନ୍ତେ ଉଲ୍ଲାସ କର; ତାହା ବିଷୟରେ ଶୋକକାରୀ ସମସ୍ତେ, ତୁମ୍ଭେମାନେ ଆନନ୍ଦ ସକାଶୁ ତାହା ସହିତ ଉଲ୍ଲାସ କର;
Ezekiel 38:10 in Oriya 10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଙ୍କଳ୍ପ କରିବ;
Ezekiel 39:21 in Oriya 21 ପୁଣି, ଆମ୍ଭେ ଗୋଷ୍ଠୀଗଣଙ୍କ ମଧ୍ୟରେ ଆପଣାର ଗୌରବ ସ୍ଥାପନ କରିବା, ତହିଁରେ ଆମ୍ଭେ ଯାହା ସଫଳ କରିଅଛୁ, ଆମ୍ଭର ସେହି ଶାସନ ଓ ଆମ୍ଭେ ସେମାନଙ୍କ ଉପରେ ଆପଣାର ଯେଉଁ ହସ୍ତ ଥୋଇଅଛୁ, ତାହା ସକଳ ଗୋଷ୍ଠୀ ଦେଖିବେ।
Joel 3:2 in Oriya 2 ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।
Amos 5:12 in Oriya 12 କାରଣ ତୁମ୍ଭମାନଙ୍କର ଅପରାଧ କିପରି ବହୁବିଧ ଓ ତୁମ୍ଭମାନଙ୍କର ପାପସକଳ କିପରି ପ୍ରବଳ, ଏହା ଆମ୍ଭେ ଜାଣୁ; ତୁମ୍ଭେମାନେ ଧାର୍ମିକକୁ କ୍ଲେଶ ଦେଉଅଛ, ଲାଞ୍ଚ ନେଉଅଛ ଓ ନଗର ଦ୍ୱାରରେ ଦୀନହୀନମାନଙ୍କ ପ୍ରତି ଅନ୍ୟାୟ କରୁଅଛ।
Matthew 9:4 in Oriya 4 ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ ?
Matthew 12:25 in Oriya 25 କିନ୍ତୁ ସେ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ଧ୍ୱଂସ ହୋଇ ଯାଏ; ପୁଣି, ଯେକୌଣସି ନଗରରେ କିମ୍ବା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ।
Luke 5:22 in Oriya 22 କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କ'ଣ ତର୍କବିତର୍କ କରୁଅଛ ?
John 5:42 in Oriya 42 ମାତ୍ର ମୁଁ ତୁମ୍ଭମାନଙ୍କୁ ଜାଣିଅଛି, ତୁମ୍ଭମାନଙ୍କ ଅନ୍ତରରେ ଇଶ୍ବରଙ୍କ ପ୍ରେମ ନାହିଁ।
John 17:24 in Oriya 24 ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।
Romans 15:8 in Oriya 8 କାରଣ ମୁଁ କହେ, ଖ୍ରୀଷ୍ଟ, ଇଶ୍ବରଙ୍କ ସତ୍ୟ ନିମନ୍ତେ ସୁନ୍ନତିପ୍ରାପ୍ତ ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି,
Romans 16:26 in Oriya 26 ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଇଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ଜାତୀୟ ଲୋକଙ୍କ ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,
1 Corinthians 3:20 in Oriya 20 ପୁନଶ୍ଚ, “ଜ୍ଞାନୀମାନଙ୍କର ତର୍କବିତର୍କ ଅସାର ବୋଲି ପ୍ରଭୁ ଜାଣନ୍ତି।”
2 Corinthians 4:4 in Oriya 4 ଇଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
Hebrews 4:12 in Oriya 12 କାରଣ ଇଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
Revelation 2:2 in Oriya 2 ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରିକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ,
Revelation 2:9 in Oriya 9 ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୂଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।
Revelation 2:13 in Oriya 13 ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ।
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।