Isaiah 66:2 in Oriya 2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
Other Translations King James Version (KJV) For all those things hath mine hand made, and all those things have been, saith the LORD: but to this man will I look, even to him that is poor and of a contrite spirit, and trembleth at my word.
American Standard Version (ASV) For all these things hath my hand made, and `so' all these things came to be, saith Jehovah: but to this man will I look, even to him that is poor and of a contrite spirit, and that trembleth at my word.
Bible in Basic English (BBE) For all these things my hand has made, and they are mine, says the Lord; but to this man only will I give attention, to him who is poor and broken in spirit, fearing my word.
Darby English Bible (DBY) Even all these things hath my hand made, and all these things have been, saith Jehovah. But to this man will I look: to the afflicted and contrite in spirit, and who trembleth at my word.
World English Bible (WEB) For all these things has my hand made, and [so] all these things came to be, says Yahweh: but to this man will I look, even to him who is poor and of a contrite spirit, and who trembles at my word.
Young's Literal Translation (YLT) And all these My hand hath made, And all these things are, An affirmation of Jehovah! And unto this one I look attentively, Unto the humble and bruised in spirit, And who is trembling at My word.
Cross Reference Genesis 1:1 in Oriya 1 ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
2 Kings 22:19 in Oriya 19 ଏହି କଥା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
2 Chronicles 34:27 in Oriya 27 ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ୱରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
Ezra 9:4 in Oriya 4 ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।
Ezra 10:3 in Oriya 3 ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରି ଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ।
Psalm 34:18 in Oriya 18 ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
Psalm 51:17 in Oriya 17 ଭଗ୍ନ-ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।
Psalm 119:120 in Oriya 120 ତୁମ୍ଭ ଭୟ ସକାଶୁ ମୋ' ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ।
Psalm 119:161 in Oriya 161 ଶିନ୍। ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ।
Psalm 138:6 in Oriya 6 ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି।
Proverbs 28:14 in Oriya 14 ଯେଉଁ ଲୋକ ସବୁବେଳେ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।
Isaiah 40:26 in Oriya 26 ଉର୍ଦ୍ଧ୍ୱ ଦୃଷ୍ଟି କରି ଦେଖ, ଏହି ସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି ? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।
Isaiah 57:15 in Oriya 15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Isaiah 66:5 in Oriya 5 ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ; ମାତ୍ର ସେମାନେ ଲଜ୍ଜିତ ହେବେ।
Jeremiah 31:19 in Oriya 19 ମୁଁ ଫେରିଲା ଉତ୍ତାରେ ନିତାନ୍ତ ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି।'
Ezekiel 9:4 in Oriya 4 ପୁଣି, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ନଗରର ମଧ୍ୟ ଦେଇ, ଯିରୂଶାଲମର ମଧ୍ୟ ଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।”
Habakkuk 3:16 in Oriya 16 ମୁଁ ଶୁଣିଲି ଓ ମୋ' ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋ' ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।
Matthew 5:3 in Oriya 3 ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
Luke 18:13 in Oriya 13 କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ।
Acts 9:6 in Oriya 6 କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କ'ଣ କରିବାକୁ ହେବ, ତାହା କୁହାଯିବ।
Acts 16:29 in Oriya 29 ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,
Philippians 2:12 in Oriya 12 ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲାପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,
Colossians 1:17 in Oriya 17 ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି।
Hebrews 1:2 in Oriya 2 ଏହି ଶେଷକାଳରେ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ତାହାଙ୍କୁ ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;