Isaiah 7:14 in Oriya 14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
Other Translations King James Version (KJV) Therefore the Lord himself shall give you a sign; Behold, a virgin shall conceive, and bear a son, and shall call his name Immanuel.
American Standard Version (ASV) Therefore the Lord himself will give you a sign: behold, a virgin shall conceive, and bear a son, and shall call his name Immanuel.
Bible in Basic English (BBE) For this cause the Lord himself will give you a sign; a young woman is now with child, and she will give birth to a son, and she will give him the name Immanuel.
Darby English Bible (DBY) Therefore will the Lord himself give you a sign: Behold, the virgin shall conceive and shall bring forth a son, and call his name Immanuel.
World English Bible (WEB) Therefore the Lord himself will give you a sign. Behold, the virgin will conceive, and bear a son, and shall call his name Immanuel.{"Immanuel" means "God with us."}
Young's Literal Translation (YLT) Therefore the Lord Himself giveth to you a sign, Lo, the Virgin is conceiving, And is bringing forth a son, And hath called his name Immanuel,
Cross Reference Genesis 3:15 in Oriya 15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
Genesis 4:1 in Oriya 1 ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”
Genesis 4:25 in Oriya 25 ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
Genesis 16:11 in Oriya 11 ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାଏଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।
Genesis 29:32 in Oriya 32 ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋ' ସ୍ୱାମୀ ମୋତେ ଭଲ ପାଇବେ।”
Genesis 30:6 in Oriya 6 ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ (ବିଚାର) ରଖିଲା।
Genesis 30:8 in Oriya 8 ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା।
1 Samuel 1:20 in Oriya 20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।
1 Samuel 4:21 in Oriya 21 ଆଉ ପରମେଶ୍ୱରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ୱଶୁର ଆଉ ସ୍ୱାମୀ ହେତୁରୁ ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, ଏହା କହି ସେ ବାଳକର ନାମ ଐକାବୋଦ (ହୀନ ଗୌରବ) ରଖିଲା।
Isaiah 8:8 in Oriya 8 ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠ ସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।”
Isaiah 8:10 in Oriya 10 ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Jeremiah 31:22 in Oriya 22 ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।
Matthew 1:23 in Oriya 23 “ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ୱର।”
Luke 1:31 in Oriya 31 ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।
Luke 1:35 in Oriya 35 ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଇଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଇଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।
John 1:1 in Oriya 1 ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଇଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ।
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
Romans 9:5 in Oriya 5 ପିତୃପୁରୁଷମାନେ ସେମାନଙ୍କର, ଆଉ ଶାରୀରିକଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ, ଆମେନ୍।
1 Timothy 3:16 in Oriya 16 ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ।