Isaiah 7:2 in Oriya 2 ଏଥିଉତ୍ତାରେ ଦାଉଦବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।
Other Translations King James Version (KJV) And it was told the house of David, saying, Syria is confederate with Ephraim. And his heart was moved, and the heart of his people, as the trees of the wood are moved with the wind.
American Standard Version (ASV) And it was told the house of David, saying, Syria is confederate with Ephraim. And his heart trembled, and the heart of his people, as the trees of the forest tremble with the wind.
Bible in Basic English (BBE) And word came to the family of David that Aram had put up its tents in Ephraim. And the king's heart, and the hearts of his people, were moved, like the trees of the wood shaking in the wind.
Darby English Bible (DBY) And it was told the house of David saying, Syria is allied with Ephraim. Then his heart and the heart of his people shook, as the trees of the forest are shaken with the wind.
World English Bible (WEB) It was told the house of David, saying, "Syria is allied with Ephraim." His heart trembled, and the heart of his people, as the trees of the forest tremble with the wind.
Young's Literal Translation (YLT) And it is declared to the house of David, saying, `Aram hath been led towards Ephraim,' And his heart and the heart of his people is moved, like the moving of trees of a forest by the presence of wind.
Cross Reference Leviticus 26:36 in Oriya 36 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ଭୀରୁତା ପଠାଇବା ଯଦ୍ଦ୍ୱାରା (ବାୟୁରେ) ଚାଳିତ ପତ୍ରର ଶବ୍ଦ ମଧ୍ୟ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ୍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ।
Numbers 14:1 in Oriya 1 ଏଥିରେ ସମସ୍ତ ମଣ୍ଡଳୀ ଉଚ୍ଚସ୍ୱରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ।
Deuteronomy 28:65 in Oriya 65 ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ।
2 Samuel 7:16 in Oriya 16 ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ୱ ତୁମ୍ଭ ସମ୍ମୁଖରେ ଅନନ୍ତ କାଳ ସ୍ଥିରିକୃତ ହେବ; ତୁମ୍ଭର ସିଂହାସନ ଅନନ୍ତ କାଳସ୍ଥାୟୀ ହେବ।”
1 Kings 11:32 in Oriya 32 ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଇସ୍ରାଏଲର ସମସ୍ତ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ନଗର ଯିରୂଶାଲମ ସକାଶୁ ସେ ଏକ ଗୋଷ୍ଠୀ ପାଇବ।
1 Kings 12:16 in Oriya 16 ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି ? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ।” ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।
1 Kings 13:2 in Oriya 2 ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚ ସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”
2 Kings 7:6 in Oriya 6 କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ ଶବ୍ଦ ଓ ଅଶ୍ୱ ଶବ୍ଦ, ଅର୍ଥାତ୍, ମହାସୈନ୍ୟ ଶବ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସ୍ରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।”
2 Chronicles 25:10 in Oriya 10 ତହୁଁ ଅମତ୍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ୱଳିତ ହେଲା ଓ ସେମାନେ ପ୍ରଚଣ୍ଡ କ୍ରୋଧରେ ଗୃହକୁ ଫେରିଗଲେ।
2 Chronicles 28:12 in Oriya 12 ଏଥିରେ ଯିହୋହାନନର ପୁତ୍ର ଅସରୀୟ, ମଶିଲ୍ଲୋମୋତ୍ର ପୁତ୍ର ବେରିଖୀୟ ଓ ଶଲ୍ଲୁମର ପୁତ୍ର ଯିହିଷ୍କିୟ ଓ ହଦ୍ଲୟର ପୁତ୍ର ଅମାସା, ଏହି କେତେକ ଇଫ୍ରୟିମ-ସନ୍ତାନଗଣର ପ୍ରଧାନ ଲୋକ ଯୁଦ୍ଧରୁ ଆଗତ ଲୋକମାନଙ୍କ ବିରୁଦ୍ଧରେ ଠିଆ ହୋଇ ସେମାନଙ୍କୁ କହିଲେ,
Psalm 11:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋ' ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ ?
Psalm 27:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି ? ସଦାପ୍ରଭୁ ମୋ' ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି ?
Psalm 112:7 in Oriya 7 ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ।
Proverbs 28:1 in Oriya 1 କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।
Isaiah 6:13 in Oriya 13 ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ୍ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।
Isaiah 7:13 in Oriya 13 ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋ' ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ ?
Isaiah 7:17 in Oriya 17 ଇଫ୍ରୟିମ ଯିହୁଦାଠାରୁ ପୃଥକ୍ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ।”
Isaiah 8:12 in Oriya 12 ଏହି ଲୋକମାନେ ଯେଉଁ ସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।
Isaiah 9:9 in Oriya 9 ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି,
Isaiah 11:13 in Oriya 13 ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।
Isaiah 22:22 in Oriya 22 ପୁଣି, ଆମ୍ଭେ ଦାଉଦବଂଶର ଚାବି ତାହାର ସ୍କନ୍ଧରେ ରଖିବା, ସେ ଫିଟାଇଲେ, କେହି ବନ୍ଦ କରିବ ନାହିଁ ଓ ସେ ବନ୍ଦ କଲେ, କେହି ଫିଟାଇବ ନାହିଁ।
Isaiah 37:27 in Oriya 27 ଏହେତୁ ତନ୍ନିବାସୀମାନେ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଘାସ ଓ ନବୀନ ତୃଣ, ଗୃହଛାତର ଉପରିସ୍ଥ ଘାସ ଓ ଅପକ୍ୱ ଶସ୍ୟକ୍ଷେତ୍ର ତୁଲ୍ୟ ହେଲେ।
Isaiah 37:35 in Oriya 35 କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବା ପାଇଁ ସପକ୍ଷ ହେବା।”
Jeremiah 21:12 in Oriya 12 ହେ ଦାଉଦ ବଂଶ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ଡ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ଲିଭାଇ ପାରିବ ନାହିଁ।”
Ezekiel 37:16 in Oriya 16 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ଯିହୂଦା ନିମନ୍ତେ ଓ ତାହାର ସଖା ଇସ୍ରାଏଲ-ସନ୍ତାନଗଣ ନିମନ୍ତେ; ତହିଁ ଉତ୍ତାରେ ଆଉ ଏକ ଯଷ୍ଟି ନେଇ ତହିଁ ଉପରେ ଏହି କଥା ଲେଖ, ଯୋଷେଫ ନିମନ୍ତେ, ଇଫ୍ରୟିମର ଓ ତାହାର ସଖା ସମୁଦାୟ ଇସ୍ରାଏଲ ବଂଶର ଯଷ୍ଟି;
Hosea 12:1 in Oriya 1 ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।
Matthew 2:3 in Oriya 3 ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍ବିଗ୍ନ ହେଲେ;