Isaiah 8:7 in Oriya 7 ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ;
Other Translations King James Version (KJV) Now therefore, behold, the Lord bringeth up upon them the waters of the river, strong and many, even the king of Assyria, and all his glory: and he shall come up over all his channels, and go over all his banks:
American Standard Version (ASV) now therefore, behold, the Lord bringeth up upon them the waters of the River, strong and many, `even' the king of Assyria and all his glory: and it shall come up over all its channels, and go over all its banks;
Bible in Basic English (BBE) For this cause the Lord is sending on them the waters of the River, deep and strong, even the king of Assyria and all his glory: and it will come up through all its streams, overflowing all its edges:
Darby English Bible (DBY) therefore behold, the Lord will bring up upon them the waters of the river, strong and many, the king of Assyria and all his glory; and he shall mount up over all his channels, and go over all his banks:
World English Bible (WEB) now therefore, behold, the Lord brings up on them the waters of the River, strong and many, [even] the king of Assyria and all his glory: and it shall come up over all its channels, and go over all its banks;
Young's Literal Translation (YLT) Therefore, lo, the Lord is bringing up on them, The waters of the river, the mighty and the great, (The king of Asshur, and all his glory,) And it hath gone up over all its streams, And hath gone on over all its banks.
Cross Reference Genesis 6:17 in Oriya 17 ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।
Deuteronomy 28:49 in Oriya 49 ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;
2 Kings 17:3 in Oriya 3 ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ।
2 Kings 18:9 in Oriya 9 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ଅଧିକାରର ଚତୁର୍ଥ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କର ଅଧିକାରର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍ମନେଷର ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା।
Ezra 4:10 in Oriya 10 ଆଉ, ମହାମହିମ ସମ୍ଭ୍ରାନ୍ତ ଅସ୍ନପ୍ପର ଦ୍ୱାରା ଆନୀତ, ପୁଣି ଶମରୀୟା ନଗରରେ ଓ (ଫରାତ୍) ନଦୀ ସେପାରିସ୍ଥ ଦେଶର ଅନ୍ୟାନ୍ୟ ସ୍ଥାନରେ ସ୍ଥାପିତ, ଇତ୍ୟାଦି ଗୋଷ୍ଠୀୟମାନେ ଲେଖିଲେ।
Psalm 72:8 in Oriya 8 ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।
Isaiah 7:1 in Oriya 1 ଯିହୁଦା-ରାଜା ଉଷିୟର ପୌତ୍ର ଯୋଥମ୍ର ପୁତ୍ର ଆହସ୍ର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ।
Isaiah 7:17 in Oriya 17 ଇଫ୍ରୟିମ ଯିହୁଦାଠାରୁ ପୃଥକ୍ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ।”
Isaiah 7:20 in Oriya 20 ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ।
Isaiah 10:8 in Oriya 8 କାରଣ ସେ କହେ, ଆମ୍ଭର ଅଧିପତିଗଣ ସମସ୍ତେ କି ରାଜା ନୁହଁନ୍ତି ?
Isaiah 17:12 in Oriya 12 ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି !
Isaiah 28:17 in Oriya 17 ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।
Isaiah 59:19 in Oriya 19 ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତପରି ଶତ୍ରୁ ମାଡ଼ି ଆସିବ।
Jeremiah 46:7 in Oriya 7 ନୀଳ ନଦୀ ପରି ଯେ ଉଠୁଅଛି, ଯାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି, ସେ କିଏ ?
Ezekiel 31:3 in Oriya 3 ଦେଖ, ଅଶୂର ଲିବାନୋନସ୍ଥ ଏରସ ବୃକ୍ଷ ସ୍ୱରୂପ ଥିଲା, ତାହାର ସୁନ୍ଦର ଘନଚ୍ଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା ଓ ତାହାର ଶିଖର ଗହଳିଆ ଡାଳ ମଧ୍ୟରେ ଥିଲା।
Daniel 9:26 in Oriya 26 ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନ ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଳାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।
Daniel 11:10 in Oriya 10 ଆଉ, ତାହାର ପୁତ୍ରଗଣ ଯୁଦ୍ଧ କରିବେ ଓ ମହା-ସୈନିକ ଜନତା ସଂଗ୍ରହ କରିବେ, ସେମାନେ ଆସି ବଢ଼ି ତୁଲ୍ୟ ଉଚ୍ଛୁଳି ବହି ଚାଲି ଯିବେ; ଆଉ, ସେମାନେ ଫେରି ତାହାର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ।
Daniel 11:22 in Oriya 22 ଆଉ, ପ୍ଲାବନରୂପ ସୈନ୍ୟଦଳ ଦ୍ୱାରା ସେମାନେ ତାହା ସମ୍ମୁଖରୁ ବହି ଯିବେ ଓ ଭଗ୍ନ ହେବେ; ହଁ, ନିୟମର ଅଧିପତି ମଧ୍ୟ ଭଗ୍ନ ହେବ।
Amos 8:8 in Oriya 8 ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ ଓ ତନ୍ନିବାସୀ ସମସ୍ତେ କି ଶୋକ କରିବେ ନାହିଁ ? ହଁ, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ତୁଲ୍ୟ ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ଉଚ୍ଛୁଳି ପୁନର୍ବାର ହ୍ରାସ ହେବ।
Amos 9:5 in Oriya 5 କାରଣ ଯେ ପୃଥିବୀକୁ ସ୍ପର୍ଶ କରନ୍ତେ, ତାହା ତରଳି ଯାଏ, ଆଉ ତନ୍ନିବାସୀ ସମସ୍ତେ ଶୋକ କରନ୍ତି; ସେ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଅଟନ୍ତି; ପୁଣି, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ପରି ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ପୁନର୍ବାର ହ୍ରାସ ହେବ।
Nahum 1:8 in Oriya 8 ମାତ୍ର ସେ ପ୍ଳାବନକାରୀ ବନ୍ୟା ଦ୍ୱାରା ସେହି ସ୍ଥାନ ନିଃଶେଷ ରୂପେ ସଂହାର କରିବେ ଓ ଆପଣା ଶତ୍ରୁଗଣକୁ ଅନ୍ଧକାରକୁ ତଡ଼ି ଦେବେ।
Luke 6:48 in Oriya 48 ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା।
Revelation 12:15 in Oriya 15 ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା।
Revelation 17:15 in Oriya 15 ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ଗୋଷ୍ଠୀ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ।