Isaiah 9:18 in Oriya 18 ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ୱଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ।
Other Translations King James Version (KJV) For wickedness burneth as the fire: it shall devour the briers and thorns, and shall kindle in the thickets of the forest, and they shall mount up like the lifting up of smoke.
American Standard Version (ASV) For wickedness burneth as the fire; it devoureth the briers and thorns; yea, it kindleth in the thickets of the forest, and they roll upward in a column of smoke.
Bible in Basic English (BBE) For evil was burning like a fire; the blackberries and thorns were burned up; the thick woods took fire, rolling up in dark clouds of smoke.
Darby English Bible (DBY) For wickedness burneth as a fire: it devoureth briars and thorns, and kindleth in the thickets of the forest, and they go rolling up like a pillar of smoke.
World English Bible (WEB) For wickedness burns as the fire; it devours the briers and thorns; yes, it kindles in the thickets of the forest, and they roll upward in a column of smoke.
Young's Literal Translation (YLT) For burned as a fire hath wickedness, Brier and thorn it devoureth, And it kindleth in thickets of the forest, And they lift themselves up, an exaltation of smoke!
Cross Reference Numbers 11:1 in Oriya 1 ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣ-ଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତ ଭାଗ ଗ୍ରାସ କଲା।
Deuteronomy 32:22 in Oriya 22 କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକି ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।
Job 31:11 in Oriya 11 କାରଣ ତାହା ଗୁରୁତର ଦୋଷ; ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ;
Psalm 37:20 in Oriya 20 ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ।
Psalm 83:14 in Oriya 14 ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;
Isaiah 1:31 in Oriya 31 ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।
Isaiah 5:24 in Oriya 24 ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନି ଶିଖାରେ ଭସ୍ମସାତ୍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।
Isaiah 10:16 in Oriya 16 ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ।
Isaiah 27:4 in Oriya 4 ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ ! ତେବେ ଆମ୍ଭେ ଆକ୍ରମଣ କରି ସେହି ସବୁକୁ ଏକାବେଳେ ଦଗ୍ଧ କରନ୍ତୁ।
Isaiah 30:30 in Oriya 30 ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।
Isaiah 30:33 in Oriya 33 କାରଣ ତୋଫତ୍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।
Isaiah 33:12 in Oriya 12 ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ।
Isaiah 34:8 in Oriya 8 କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।
Isaiah 66:16 in Oriya 16 କାରଣ ସଦାପ୍ରଭୁ ଅଗ୍ନି ଦ୍ୱାରା ଓ ଆପଣା ଖଡ଼୍ଗ ଦ୍ୱାରା ଯାବତୀୟ ମର୍ତ୍ତ୍ୟ ସହିତ ବିବାଦ ନିଷ୍ପନ୍ନ କରିବେ; ତହିଁରେ ସଦାପ୍ରଭୁଙ୍କ ଦ୍ୱାରା ହତ ଲୋକ ଅନେକ ହେବେ।
Ezekiel 20:47 in Oriya 47 ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ।
Hosea 13:3 in Oriya 3 ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।
Joel 2:20 in Oriya 20 ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ି ଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ି ଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି।”
Amos 7:4 in Oriya 4 ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପେ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ୱାରା ବିବାଦ କରିବା ପାଇଁ ଆହ୍ୱାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥା'ନ୍ତା।
Nahum 1:6 in Oriya 6 ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।
Nahum 1:10 in Oriya 10 କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।
Malachi 4:1 in Oriya 1 “କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 13:49 in Oriya 49 ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ,
Matthew 25:41 in Oriya 41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,
Mark 9:43 in Oriya 43 ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
Hebrews 6:8 in Oriya 8 କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ।
Revelation 14:11 in Oriya 11 ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ।