Isaiah 9:3 in Oriya 3 ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟିତ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି,
Other Translations King James Version (KJV) Thou hast multiplied the nation, and not increased the joy: they joy before thee according to the joy in harvest, and as men rejoice when they divide the spoil.
American Standard Version (ASV) Thou hast multiplied the nation, thou hast increased their joy: they joy before thee according to the joy in harvest, as men rejoice when they divide the spoil.
Bible in Basic English (BBE) You have made them very glad, increasing their joy. They are glad before you as men are glad in the time of getting in the grain, or when they make division of the goods taken in war.
Darby English Bible (DBY) Thou hast multiplied the nation, hast increased its joy: they joy before thee like to the joy in harvest; as [men] rejoice when they divide the spoil.
World English Bible (WEB) You have multiplied the nation, you have increased their joy: they joy before you according to the joy in harvest, as men rejoice when they divide the spoil.
Young's Literal Translation (YLT) Thou hast multiplied the nation, Thou hast made great its joy, They have joyed before Thee as the joy in harvest, As `men' rejoice in their apportioning spoil.
Cross Reference Judges 5:3 in Oriya 3 ହେ ରାଜାଗଣ, ଶୁଣ; ହେ ଭୂପତିଗଣ, କର୍ଣ୍ଣ ଡେର; ମୁଁ, ମୁଁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା ଗାନ କରିବି।
1 Samuel 30:16 in Oriya 16 ଏଉତ୍ତାରେ ସେ ତାଙ୍କୁ ନେଇଯାଆନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି।
2 Chronicles 20:25 in Oriya 25 ତହିଁରେ ଯିହୋଶାଫଟ୍ ଓ ତାଙ୍କର ଲୋକମାନେ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେବା ପାଇଁ ଆସନ୍ତେ, ସେମାନଙ୍କ ମଧ୍ୟରେ ବିସ୍ତର ସମ୍ପତ୍ତି ଓ ଶବ ଓ ବହୁମୂଲ୍ୟ ରତ୍ନ ଦେଖିଲେ, ତାହାସବୁ ସେମାନେ ଆପଣାମାନଙ୍କ ପାଇଁ କାଢ଼ି ନେଲେ, ତାହା ସେମାନଙ୍କର ବୋହି ନେଇ ପାରିବା ଅପେକ୍ଷା ଅଧିକ ଥିଲା; ସେହି ଲୁଟ ଦ୍ରବ୍ୟ ଏତେ ଅଧିକ ଥିଲା ଯେ, ତାହା ବହି ନେବା ପାଇଁ ସେମାନଙ୍କୁ ତିନି ଦିନ ଲାଗିଲା।
Nehemiah 9:23 in Oriya 23 ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ।
Psalm 4:7 in Oriya 7 ତୁମ୍ଭେ ମୋ' ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ।
Psalm 107:38 in Oriya 38 ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି, ତହିଁରେ ସେମାନେ ଅତିଶୟ ବୃଦ୍ଧି ପାଆନ୍ତି; ପୁଣି, ସେ ସେମାନଙ୍କ ପଶୁପଲ ଊଣା ହେବାକୁ ଦିଅନ୍ତି ନାହିଁ।
Psalm 119:162 in Oriya 162 କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ।
Psalm 126:5 in Oriya 5 ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।
Isaiah 12:1 in Oriya 1 ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।
Isaiah 16:9 in Oriya 9 ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ଶିବ୍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଶ୍ବୋନ୍, ହେ ଇଲିୟାଲି ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବା; କାରଣ ତୁମ୍ଭର ଗ୍ରୀଷ୍ମ କାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ୱନି ପଡ଼ିଅଛି।
Isaiah 25:9 in Oriya 9 ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।”
Isaiah 26:15 in Oriya 15 ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ, ହେ ସଦାପ୍ରଭୁ, ତୁମ୍ଭେ ଏହି ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ; ତୁମ୍ଭେ ଗୌରବାନ୍ୱିତ ହୋଇଅଛ; ତୁମ୍ଭେ ଦେଶର ସୀମାସକଳ ବିସ୍ତାର କରିଅଛ।
Isaiah 35:2 in Oriya 2 ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।
Isaiah 35:10 in Oriya 10 ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇ ଯିବ।
Isaiah 49:20 in Oriya 20 ତୁମ୍ଭର ଅପହୃତ ସନ୍ତାନଗଣ ପୁନର୍ବାର ତୁମ୍ଭ କର୍ଣ୍ଣଗୋଚରରେ କହିବେ, ମୋ' ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ; ମୋତେ ସ୍ଥାନ ଦିଅ, ମୁଁ ବାସ କରିବି।
Isaiah 54:1 in Oriya 1 “ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦ ଧ୍ୱନି କର,” କାରଣ ସଦାପ୍ରଭୁ କହନ୍ତି, ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥାର ସନ୍ତାନ ଅଧିକ।
Isaiah 55:12 in Oriya 12 ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ।
Isaiah 61:7 in Oriya 7 ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇ ଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇ ଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ।
Isaiah 61:10 in Oriya 10 ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋ' ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।
Isaiah 65:18 in Oriya 18 ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭେମାନେ ସଦାକାଳ ତହିଁରେ ଆନନ୍ଦିତ ହୋଇ ଉଲ୍ଲାସ କର; କାରଣ ଦେଖ, ଆମ୍ଭେ ଯିରୂଶାଲମକୁ ଉଲ୍ଲାସ ସ୍ୱରୂପ ଓ ତହିଁର ଲୋକମାନଙ୍କୁ ଆନନ୍ଦର ପାତ୍ର କରି ସୃଷ୍ଟି କରୁ।
Isaiah 66:10 in Oriya 10 ହେ ଯିରୂଶାଲମକୁ ପ୍ରେମକାରୀ ସମସ୍ତେ, ତୁମ୍ଭେମାନେ ତାହା ସହିତ ଆନନ୍ଦ କର ଓ ତାହା ନିମନ୍ତେ ଉଲ୍ଲାସ କର; ତାହା ବିଷୟରେ ଶୋକକାରୀ ସମସ୍ତେ, ତୁମ୍ଭେମାନେ ଆନନ୍ଦ ସକାଶୁ ତାହା ସହିତ ଉଲ୍ଲାସ କର;
Jeremiah 31:7 in Oriya 7 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ୱନି କର; ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।'
Jeremiah 31:12 in Oriya 12 ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।
Hosea 4:7 in Oriya 7 ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।
Zechariah 2:11 in Oriya 11 “ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ,” ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।
Zechariah 8:23 in Oriya 23 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।'”
Zechariah 10:8 in Oriya 8 ଆମ୍ଭେ ସେମାନଙ୍କ ପାଇଁ ଶୀଷ୍ ଶବ୍ଦ କରି ସେମାନଙ୍କୁ ଏକତ୍ର କରିବା; କାରଣ ଆମ୍ଭେ ସେମାନଙ୍କୁ ମୁକ୍ତ କରିବା ଓ ସେମାନେ ଯେପରି ବହୁବଂଶ ହୋଇଥିଲେ, ସେପରି ବହୁବଂଶ ହେବେ।
Luke 11:22 in Oriya 22 କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ର ଉପରେ ତାହାର ଭରସା ଥିଲା, ସେହି ସବୁ ସେ ଛଡ଼ାଇ ନିଏ, ପୁଣି, ତାହାର ଲୁଟ କରିଥିବା ଧନସମ୍ପତ୍ତି ବାଣ୍ଟିନିଏ।
Acts 8:8 in Oriya 8 ସେଥିରେ ସେ ନଗରରେ ମହା ଆନନ୍ଦ ହେଲା।
Philippians 4:4 in Oriya 4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।
1 Peter 1:8 in Oriya 8 ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ