James 1:12 in Oriya 12 ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ।
Other Translations King James Version (KJV) Blessed is the man that endureth temptation: for when he is tried, he shall receive the crown of life, which the Lord hath promised to them that love him.
American Standard Version (ASV) Blessed is the man that endureth temptation; for when he hath been approved, he shall receive the crown of life, which `the Lord' promised to them that love him.
Bible in Basic English (BBE) There is a blessing on the man who undergoes testing; because, if he has God's approval, he will be given the crown of life, which the Lord has said he will give to those who have love for him.
Darby English Bible (DBY) Blessed [is the] man who endures temptation; for, having been proved, he shall receive the crown of life, which He has promised to them that love him.
World English Bible (WEB) Blessed is the man who endures temptation, for when he has been approved, he will receive the crown of life, which the Lord promised to those who love him.
Young's Literal Translation (YLT) Happy the man who doth endure temptation, because, becoming approved, he shall receive the crown of the life, which the Lord did promise to those loving Him.
Cross Reference Exodus 20:6 in Oriya 6 ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ।
Deuteronomy 7:9 in Oriya 9 ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି।
Deuteronomy 8:2 in Oriya 2 ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।
Deuteronomy 13:3 in Oriya 3 ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।
Nehemiah 1:5 in Oriya 5 “ହେ ସଦାପ୍ରଭୁ, ସ୍ୱର୍ଗସ୍ଥ ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ୍ ଓ ଭୟଙ୍କର ପରମେଶ୍ୱର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ;
Job 5:17 in Oriya 17 ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର।
Psalm 5:11 in Oriya 11 ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ; ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ୱନି କରନ୍ତୁ; କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ।
Psalm 119:67 in Oriya 67 ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ।
Psalm 119:71 in Oriya 71 ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋ' ପକ୍ଷରେ ଭଲ ହେଲା।
Psalm 119:75 in Oriya 75 ହେ ସଦାପ୍ରଭୁ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।
Proverbs 3:11 in Oriya 11 ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଯୋଗ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ।
Proverbs 17:3 in Oriya 3 କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।
Isaiah 64:4 in Oriya 4 କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।
Zechariah 13:9 in Oriya 9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ' ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।'”
Malachi 3:2 in Oriya 2 ମାତ୍ର ତାହାଙ୍କର ଆଗମନ ଦିନ କିଏ ସହି ପାରେ ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ;
Matthew 10:22 in Oriya 22 ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
Matthew 19:28 in Oriya 28 ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲରେ ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।
Matthew 25:34 in Oriya 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Romans 2:7 in Oriya 7 ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,
Romans 8:28 in Oriya 28 ଯେଉଁମାନେ ଈଶ୍ୱରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ୱର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
1 Corinthians 2:9 in Oriya 9 କିନ୍ତୁ ଯେପରି ଲେଖା ଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ୱର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”
1 Corinthians 8:3 in Oriya 3 କିନ୍ତୁ ଯଦି କେହି ଈଶ୍ୱରଙ୍କୁ ପ୍ରେମ କରେ, ସେହି ଜଣ ତାହାଙ୍କ ପରିଚିତ।
1 Corinthians 9:25 in Oriya 25 ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।
2 Timothy 4:8 in Oriya 8 ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
Hebrews 6:15 in Oriya 15 ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ।
Hebrews 10:32 in Oriya 32 କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;
Hebrews 11:17 in Oriya 17 ବିଶ୍ୱାସ ଦ୍ୱାରା ଅବ୍ରହାମ ପରୀକ୍ଷିତ ହୋଇ ଇସ୍ହାକଙ୍କୁ ଉତ୍ସର୍ଗ କଲେ, ହଁ, ଯେଉଁ ବ୍ୟକ୍ତି ପ୍ରତିଜ୍ଞାସମୂହ ପ୍ରାପ୍ତ ହୋଇଥିଲେ, ଯାହାଙ୍କୁ କୁହାଯାଇଥିଲା ଯେ,
Hebrews 12:5 in Oriya 5 ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ;
James 1:2 in Oriya 2 ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?
James 5:11 in Oriya 11 ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।
1 Peter 1:6 in Oriya 6 ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,
1 Peter 3:14 in Oriya 14 ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ;
1 Peter 4:13 in Oriya 13 ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।
1 Peter 5:4 in Oriya 4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ।
1 Peter 5:10 in Oriya 10 ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ୱର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
1 John 4:19 in Oriya 19 ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।
Revelation 2:10 in Oriya 10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
Revelation 3:19 in Oriya 19 ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍ଯୋଗୀ ହୋଇ ମନପରିବର୍ତ୍ତନ କର।
Revelation 3:21 in Oriya 21 ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି।