James 1:2 in Oriya 2 ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,
Other Translations King James Version (KJV) My brethren, count it all joy when ye fall into divers temptations;
American Standard Version (ASV) Count it all joy, my brethren, when ye fall into manifold temptations;
Bible in Basic English (BBE) Let it be all joy to you, my brothers, when you undergo tests of every sort;
Darby English Bible (DBY) Count it all joy, my brethren, when ye fall into various temptations,
World English Bible (WEB) Count it all joy, my brothers{The word for "brothers" here and where context allows may also be correctly translated "brothers and sisters" or "siblings."}, when you fall into various temptations,
Young's Literal Translation (YLT) All joy count `it', my brethren, when ye may fall into temptations manifold;
Cross Reference Matthew 5:10 in Oriya 10 ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
Luke 6:22 in Oriya 22 ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ।
Acts 5:41 in Oriya 41 ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;
Romans 8:17 in Oriya 17 ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଇଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।
Romans 8:35 in Oriya 35 ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଙ୍ଗତା, କି ବିପଦ, କି ଖଡ଼୍ଗ ?
2 Corinthians 12:9 in Oriya 9 ଆଉ, ସେ ମୋତେ କହିଅଛନ୍ତି, ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ। ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।
Philippians 1:29 in Oriya 29 କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;
Philippians 2:17 in Oriya 17 ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,
Colossians 1:24 in Oriya 24 ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;
Hebrews 10:34 in Oriya 34 କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ।
Hebrews 11:36 in Oriya 36 ଅନ୍ୟମାନେ ବିଦ୍ରୁପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ;
James 1:12 in Oriya 12 ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ।
1 Peter 1:6 in Oriya 6 ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,
1 Peter 4:13 in Oriya 13 ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।
2 Peter 2:9 in Oriya 9 ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।
Revelation 2:10 in Oriya 10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।