James 1:25 in Oriya 25 କିନ୍ତୁ ଯେ ସିଦ୍ଧ, ଅର୍ଥାତ୍, ସ୍ୱାଧୀନତାର ମୋଶାଙ୍କ ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ।
Other Translations King James Version (KJV) But whoso looketh into the perfect law of liberty, and continueth therein, he being not a forgetful hearer, but a doer of the work, this man shall be blessed in his deed.
American Standard Version (ASV) But he that looketh into the perfect law, the `law' of liberty, and `so' continueth, being not a hearer that forgetteth but a doer that worketh, this man shall be blessed in his doing.
Bible in Basic English (BBE) But he who goes on looking into the true law which makes him free, being not a hearer without memory but a doer putting it into effect, this man will have a blessing on his acts.
Darby English Bible (DBY) But *he* that fixes his view on [the] perfect law, that of liberty, and abides in [it], being not a forgetful hearer but a doer of [the] work, *he* shall be blessed in his doing.
World English Bible (WEB) But he who looks into the perfect law, the law of freedom, and continues, not being a hearer who forgets but a doer of the work, this man will be blessed in what he does.
Young's Literal Translation (YLT) and he who did look into the perfect law -- that of liberty, and did continue there, this one -- not a forgetful hearer becoming, but a doer of work -- this one shall be happy in his doing.
Cross Reference 1 Samuel 12:14 in Oriya 14 ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;
Psalm 19:7 in Oriya 7 ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
Psalm 106:3 in Oriya 3 ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ।
Psalm 119:2 in Oriya 2 ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ।
Psalm 119:32 in Oriya 32 ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞାପଥରେ ଧାବମାନ ହେବି।
Psalm 119:45 in Oriya 45 ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି।
Psalm 119:96 in Oriya 96 ମୁଁ ସବୁ ସିଦ୍ଧିର ଅନ୍ତ ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ଅତିଶୟ ପ୍ରଶସ୍ତ।
Proverbs 14:15 in Oriya 15 ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।
Isaiah 8:20 in Oriya 20 ବ୍ୟବସ୍ଥା ଓ ପ୍ରମାଣବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।
Luke 6:47 in Oriya 47 ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହି ସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି।
Luke 11:28 in Oriya 28 ମାତ୍ର ସେ କହିଲେ, ନା, ବରଂ ଯେଉଁମାନେ ଇଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେହିମାନେ ଧନ୍ୟ।
John 8:31 in Oriya 31 ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୂଦୀମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,
John 8:36 in Oriya 36 ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ।
John 13:17 in Oriya 17 ଯଦି ତୁମ୍ଭେମାନେ ଏହି ସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ।
John 15:9 in Oriya 9 ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ।
Acts 2:42 in Oriya 42 ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ।
Acts 13:43 in Oriya 43 ସଭା ସମାପ୍ତ ହେଲା ଉତ୍ତାରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଇଶ୍ବରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ।
Acts 26:22 in Oriya 22 ଅତଏବ, ଈଶ୍ୱରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ କ୍ଷୁଦ୍ର ଓ ମହାନ ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହି ସବୁ ଛଡ଼ା ଆଉ କିଛି କହୁ ନାହିଁ,
Romans 2:7 in Oriya 7 ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,
Romans 7:12 in Oriya 12 ଅତଏବ, ମୋଶାଙ୍କ ବ୍ୟବସ୍ଥା ପବିତ୍ର, ପୁଣି, ଆଜ୍ଞା ପବିତ୍ର, ନ୍ୟାୟସଙ୍ଗତ ଓ ଉତ୍ତମ।
Romans 7:22 in Oriya 22 କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଇଶ୍ବରଙ୍କ ମୋଶାଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,
Romans 8:15 in Oriya 15 କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
Romans 11:22 in Oriya 22 ଅତଏବ, ଇଶ୍ବରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଇଶ୍ବରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ।
1 Corinthians 15:58 in Oriya 58 ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।
2 Corinthians 3:17 in Oriya 17 ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କଆତ୍ମା ସେଠାରେ ସ୍ୱାଧୀନତା।
2 Corinthians 13:5 in Oriya 5 ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ।
Galatians 2:4 in Oriya 4 ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;
Galatians 5:1 in Oriya 1 ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଯୁଆଳିରେ ଆଉ ଥରେ ଯୋଚା ନ ଯାଅ।
Colossians 1:23 in Oriya 23 ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହି ସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।
1 Timothy 2:15 in Oriya 15 କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବ।
1 Timothy 4:16 in Oriya 16 ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ,ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।
Hebrews 12:15 in Oriya 15 କାଳେ କେହି ଇଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;
James 1:23 in Oriya 23 କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ,
James 2:12 in Oriya 12 ସ୍ୱାଧୀନତାର ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ତୁମ୍ଭେମାନେ ବିଚାରିତ ହେବ, ଏହା ଜାଣି ସେହି ପ୍ରକାର କଥା କୁହ ଓ କାର୍ଯ୍ୟ କର।
1 Peter 2:16 in Oriya 16 ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଇଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।
1 John 2:24 in Oriya 24 ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ। ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ।
Revelation 14:13 in Oriya 13 ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।
Revelation 22:14 in Oriya 14 ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।