James 1:27 in Oriya 27 ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।
Other Translations King James Version (KJV) Pure religion and undefiled before God and the Father is this, To visit the fatherless and widows in their affliction, and to keep himself unspotted from the world.
American Standard Version (ASV) Pure religion and undefiled before our God and Father is this, to visit the fatherless and widows in their affliction, `and' to keep oneself unspotted from the world.
Bible in Basic English (BBE) The religion which is holy and free from evil in the eyes of our God and Father is this: to take care of children who have no fathers and of widows who are in trouble, and to keep oneself untouched by the world.
Darby English Bible (DBY) Pure and undefiled religion before God and the Father is this: to visit orphans and widows in their affliction, to keep oneself unspotted from the world.
World English Bible (WEB) Pure religion and undefiled before our God and Father is this: to visit the fatherless and widows in their affliction, and to keep oneself unstained by the world.
Young's Literal Translation (YLT) religion pure and undefiled with the God and Father is this, to look after orphans and widows in their tribulation -- unspotted to keep himself from the world.
Cross Reference Job 29:12 in Oriya 12 ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି।
Job 31:15 in Oriya 15 ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି ?
Psalm 68:5 in Oriya 5 ପରମେଶ୍ୱର ଆପଣା ପବିତ୍ର ବାସସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ବିଚାରକର୍ତ୍ତା ଅଟନ୍ତି।
Psalm 119:1 in Oriya 1 ଆଲେଫ୍। ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।
Isaiah 1:16 in Oriya 16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
Isaiah 1:23 in Oriya 23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା'ନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
Isaiah 58:6 in Oriya 6 ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ି ଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,
Matthew 5:8 in Oriya 8 ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଇଶ୍ବରଙ୍କ ଦର୍ଶନ ପାଇବେ।
Matthew 25:34 in Oriya 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Luke 1:6 in Oriya 6 ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଇଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।
John 17:14 in Oriya 14 ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି।
Romans 12:2 in Oriya 2 ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଇଶ୍ବରଙ୍କ ଇଚ୍ଛା କ'ଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କ'ଣ, ଏହା ପରୀକ୍ଷା କରି ଜାଣି ପାର, ଏଥି ନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।
Galatians 1:4 in Oriya 4 ସେ ଆମ୍ଭମାନଙ୍କ ପିତା ଇଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;
Galatians 5:6 in Oriya 6 ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।
Galatians 6:9 in Oriya 9 ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଲାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।
Galatians 6:14 in Oriya 14 କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋ'ଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋ' ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି।
Colossians 3:1 in Oriya 1 ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର।
1 Timothy 1:5 in Oriya 5 କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ଵାସରୁ ଜାତ ଯେଉଁ ପ୍ରେମ,
1 Timothy 5:4 in Oriya 4 କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଇଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ।
James 3:17 in Oriya 17 କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
James 4:4 in Oriya 4 ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା, ଏହା କ'ଣ ଜାଣ ନାହିଁ ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଇଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।
1 John 2:15 in Oriya 15 ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;
1 John 3:17 in Oriya 17 କିନ୍ତୁ ଯେ ଜାଗତିକ ଭାବେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଇଶ୍ବରଙ୍କ ପ୍ରେମ କିପରି ରହିପାରେ ?
1 John 5:4 in Oriya 4 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।
1 John 5:18 in Oriya 18 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ୱରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।