James 1:5 in Oriya 5 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
Other Translations King James Version (KJV) If any of you lack wisdom, let him ask of God, that giveth to all men liberally, and upbraideth not; and it shall be given him.
American Standard Version (ASV) But if any of you lacketh wisdom, let him ask of God, who giveth to all liberally and upbraideth not; and it shall be given him.
Bible in Basic English (BBE) But if any man among you is without wisdom, let him make his request to God, who gives freely to all without an unkind word, and it will be given to him.
Darby English Bible (DBY) But if any one of you lack wisdom, let him ask of God, who gives to all freely and reproaches not, and it shall be given to him:
World English Bible (WEB) But if any of you lacks wisdom, let him ask of God, who gives to all liberally and without reproach; and it will be given to him.
Young's Literal Translation (YLT) and if any of you do lack wisdom, let him ask from God, who is giving to all liberally, and not reproaching, and it shall be given to him;
Cross Reference Exodus 31:3 in Oriya 3 ପୁଣି, ଶିଳ୍ପକର୍ମ, ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ-ଖୋଦନ ପ୍ରଭୃତି
Exodus 31:6 in Oriya 6 ଆଉ ଦେଖ, ଆମ୍ଭେ ଦାନ ବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କରିଅଛୁ; ପୁଣି, ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଇଅଛୁ; ଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତାହାସବୁ ସେମାନେ ନିର୍ମାଣ କରି ପାରିବେ।
Exodus 36:1 in Oriya 1 ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହିସବୁ ବିଜ୍ଞମନା ଲୋକେ କର୍ମ କରିବେ।
1 Kings 3:7 in Oriya 7 ଏବେ ହେ ସଦାପ୍ରଭୁ, ମୋହର ପରମେଶ୍ୱର, ତୁମ୍ଭେ ମୋ' ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ।
1 Chronicles 22:12 in Oriya 12 କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦିଅନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବ୍ୟବସ୍ଥା ପାଳନ କରି ପାରିବ।
2 Chronicles 1:10 in Oriya 10 ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ୍ ତୁମ୍ଭର ଏହି ଗୋଷ୍ଠୀକି କିଏ ବିଚାର କରି ପାରିବ ?”
Job 28:12 in Oriya 12 ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ ? ଓ ବୁଦ୍ଧିର ସ୍ଥାନ କାହିଁ ?
Proverbs 2:3 in Oriya 3 ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;
Proverbs 3:5 in Oriya 5 ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।
Proverbs 9:4 in Oriya 4 ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ; ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ,
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Jeremiah 1:6 in Oriya 6 ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”
Jeremiah 29:12 in Oriya 12 ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।
Daniel 2:18 in Oriya 18 ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମିଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।
Matthew 7:7 in Oriya 7 ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
Matthew 11:20 in Oriya 20 ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ ପରିବର୍ତ୍ତନ କରି ନ ଥିଲେ।
Mark 16:14 in Oriya 14 ଏଥିଉତ୍ତାରେ ଏକାଦଶ (ଏଗାର) ଶିଷ୍ୟ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।
Luke 11:9 in Oriya 9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇଦିଆଯିବ।
Luke 15:20 in Oriya 20 ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ।
John 4:10 in Oriya 10 ଯୀଶୁ ତାହାକୁ ଉତ୍ତର ଦେଲେ, ଇଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।
John 14:13 in Oriya 13 ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥି ନିମନ୍ତେ ତୁମ୍ଭେମାନେ ମୋ' ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।
John 15:7 in Oriya 7 ଯଦି ତୁମ୍ଭେମାନେ ମୋ'ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।
John 16:23 in Oriya 23 ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋ' ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ।
2 Corinthians 2:16 in Oriya 16 ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ ?
James 1:17 in Oriya 17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
James 3:17 in Oriya 17 କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
James 5:16 in Oriya 16 ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ।
1 John 3:22 in Oriya 22 ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହି ସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।
1 John 5:14 in Oriya 14 ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି।