James 3:2 in Oriya 2 ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।
Other Translations King James Version (KJV) For in many things we offend all. If any man offend not in word, the same is a perfect man, and able also to bridle the whole body.
American Standard Version (ASV) For in many things we all stumble. If any stumbleth not in word, the same is a perfect man, able to bridle the whole body also.
Bible in Basic English (BBE) For we all go wrong in a number of things. If a man never makes a slip in his talk, then he is a complete man and able to keep all his body in control.
Darby English Bible (DBY) For we all often offend. If any one offend not in word, *he* [is] a perfect man, able to bridle the whole body too.
World English Bible (WEB) For in many things we all stumble. If anyone doesn't stumble in word, the same is a perfect man, able to bridle the whole body also.
Young's Literal Translation (YLT) for we all make many stumbles; if any one in word doth not stumble, this one `is' a perfect man, able to bridle also the whole body;
Cross Reference 1 Kings 8:46 in Oriya 46 ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ଯେ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁଦେଶକୁ ନେଇ ଯା'ନ୍ତି;
2 Chronicles 6:36 in Oriya 36 ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି (କାରଣ ଏପରି କୌଣସି ମନୁଷ୍ୟ ନାହିଁ ଯେ ପାପ କରେ ନାହିଁ), ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁର ହସ୍ତରେ ସମର୍ପଣ କଲେ, ଯେବେ ସେମାନେ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ କିମ୍ବା ନିକଟସ୍ଥ ଦେଶକୁ ନେଇଯା'ନ୍ତି;
Psalm 34:13 in Oriya 13 ତୁମ୍ଭେ ହିଂସାରୁ ଆପଣା ଜିହ୍ୱା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର।
Proverbs 13:3 in Oriya 3 ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ।
Proverbs 20:9 in Oriya 9 ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କିଏ କହିପାରେ ?
Ecclesiastes 7:20 in Oriya 20 ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।
Isaiah 64:6 in Oriya 6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।
Matthew 12:37 in Oriya 37 ଯେଣୁ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ।
Romans 3:10 in Oriya 10 ଯେପରି ଲେଖା ଅଛି, ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ,
Romans 7:21 in Oriya 21 ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋ' ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ମୋଶାଙ୍କ ବ୍ୟବସ୍ଥା ମୁଁ ଦେଖୁଅଛି।
1 Corinthians 9:27 in Oriya 27 ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।
Galatians 3:22 in Oriya 22 କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧିନ ବୋଲି ଗଣନା କରିଅଛି।
Galatians 5:17 in Oriya 17 କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହି ସବୁ କରି ପାର ନାହିଁ।
Colossians 1:28 in Oriya 28 ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;
Colossians 4:12 in Oriya 12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଇଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।
Hebrews 13:21 in Oriya 21 ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।
James 1:4 in Oriya 4 ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ।
James 1:26 in Oriya 26 ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା।
James 2:10 in Oriya 10 କାରଣ ଯେ କେହି ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ।
James 3:5 in Oriya 5 ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହା ଗର୍ବର କଥା କହେ। ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ।
1 Peter 3:10 in Oriya 10 ଯେଣୁ ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି, ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ୱାକୁ ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ବନ୍ଦ କରୁ;
1 Peter 5:10 in Oriya 10 ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ୱର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
1 John 1:8 in Oriya 8 ଆମ୍ଭମାନଙ୍କର ପାପ ନାହିଁ ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ।