Cross Reference Genesis 3:4 in Oriya 4 ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;
Leviticus 24:11 in Oriya 11 ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍, ସେ ଦାନ ବଂଶୀୟ ଦିବ୍ରିର କନ୍ୟା ଥିଲା।
Numbers 25:2 in Oriya 2 ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ।
Numbers 31:16 in Oriya 16 ଦେଖ, ଏମାନେ ବିଲୀୟମର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।
Deuteronomy 13:6 in Oriya 6 ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ମଧ୍ୟରେ ଯେ କୌଣସି ଗୋଷ୍ଠୀର ଯେ କୌଣସି ଦେବତା ହେଉ,
Judges 12:4 in Oriya 4 ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ।
Judges 16:15 in Oriya 15 ଏଣୁ ସେ ତାହାକୁ କହିଲା, ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ତୁମ୍ଭେ ମୋତେ ପ୍ରେମ କରୁଛ ବୋଲି କିପରି କହୁଅଛ ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ।
1 Samuel 22:9 in Oriya 9 ତେବେ ଶାଉଲଙ୍କର ଦାସମାନଙ୍କ ନିକଟରେ ଠିଆ ହୋଇଥିବା ଇଦୋମୀୟ ଦୋୟେଗ୍ ଉତ୍ତର ଦେଇ କହିଲା, ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବର ପୁତ୍ର ଅହୀମେଲକ୍ ନିକଟକୁ ଯିବାର ଦେଖିଥିଲି।
2 Samuel 13:26 in Oriya 26 ଏଥିରେ ଅବଶାଲୋମ କହିଲା, “ଯେବେ ଏହା ନ ହୁଏ, ତେବେ ଆପଣ ଆମ୍ଭ ଭାଇ ଅମ୍ନୋନକୁ ଆମ୍ଭମାନଙ୍କ ସଙ୍ଗରେ ଯିବାକୁ ଦିଅନ୍ତୁ।” ତେବେ ରାଜା ତାହାକୁ କହିଲେ, “ଅମ୍ନୋନ କାହିଁକି ତୁମ୍ଭ ସଙ୍ଗେ ଯିବ ?”
2 Samuel 15:2 in Oriya 2 ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ୱାରର ପଥ ପାର୍ଶ୍ୱରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାର ଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, “ତୁମ୍ଭେ କେଉଁ ନଗରର ଲୋକ ?” ତହିଁରେ ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ,
2 Samuel 16:20 in Oriya 20 ସେତେବେଳେ ଅବଶାଲୋମ ଅହୀଥୋଫଲକୁ କହିଲା, “ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏ ବିଷୟରେ ତୁମ୍ଭେ ପରାମର୍ଶ ଦିଅ।”
2 Samuel 19:43 in Oriya 43 ତହିଁରେ ଇସ୍ରାଏଲ-ଲୋକମାନେ ଯିହୁଦା- ଲୋକମାନଙ୍କୁ ଉତ୍ତର କରି କହିଲେ, “ରାଜାଙ୍କଠାରେ ଆମ୍ଭମାନଙ୍କର ଦଶ ଅଂଶ ଅଧିକାର ଅଛି, କାରଣ ଦଶ ଗୋଷ୍ଠୀର ସମ୍ପର୍କ ରାଜାଙ୍କ ସହିତ ଅଛି ଏବଂ ଦାଉଦଙ୍କଠାରେ ତୁମ୍ଭମାନଙ୍କ ଅପେକ୍ଷା ମଧ୍ୟ ଆମ୍ଭମାନଙ୍କ ଅଧିକାର ଅଧିକ; ତେବେ ଆମ୍ଭମାନଙ୍କ ରାଜାଙ୍କୁ ଫେରାଇ ଆଣିବା ପାଇଁ ଆମ୍ଭମାନଙ୍କ ପରାମର୍ଶ ପ୍ରଥମେ ନ ନେଇ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ତୁଚ୍ଛ କଲ ?” ତହୁଁ ଇସ୍ରାଏଲ-ଲୋକମାନଙ୍କ ବାକ୍ୟ ଅପେକ୍ଷା ଯିହୁଦା ଲୋକମାନଙ୍କ ବାକ୍ୟ ଅଧିକ କଠୋର ହେଲା।
1 Kings 21:5 in Oriya 5 ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍ ତାଙ୍କ ନିକଟକୁ ଆସି କହିଲା, “ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁନାହଁ ?”
2 Chronicles 10:13 in Oriya 13 ତହିଁରେ ରାଜା ସେମାନଙ୍କୁ କଟୁ ଉତ୍ତର ଦେଲେ। ପୁଣି ରିହବୀୟାମ୍ ରାଜା ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି
2 Chronicles 13:17 in Oriya 17 ତହୁଁ ଅବୀୟ ଓ ତାଙ୍କର ଲୋକମାନେ ମହାସଂହାରରେ ସେମାନଙ୍କୁ ବଧ କଲେ; ଏଥିରେ ଇସ୍ରାଏଲର ପାଞ୍ଚ ଲକ୍ଷ ବଚ୍ଛା ଲୋକ ହତ ହୋଇ ପଡ଼ିଲେ।
Psalm 64:3 in Oriya 3 ସେମାନେ ଖଡ଼୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି
Psalm 120:2 in Oriya 2 ହେ ସଦାପ୍ରଭୁ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ୱାରୁ ମୋ' ପ୍ରାଣକୁ ଉଦ୍ଧାର କର।
Psalm 140:3 in Oriya 3 ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। ସେଲା
Proverbs 1:10 in Oriya 10 ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ।
Proverbs 6:19 in Oriya 19 ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ।
Proverbs 7:5 in Oriya 5 ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ।
Proverbs 7:21 in Oriya 21 ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା।
Proverbs 15:1 in Oriya 1 କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।
Proverbs 16:27 in Oriya 27 ପାପାଧମ ଲୋକ ଅନିଷ୍ଟ କଳ୍ପନା କରେ, ପୁଣି, ତାହାର ଓଷ୍ଠରେ ଜ୍ୱଳନ୍ତା ଅଗ୍ନି ପରି ଥାଏ।
Proverbs 26:20 in Oriya 20 କାଷ୍ଠ ଶେଷ ହେଲେ ଅଗ୍ନି ନିଭି ଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ।
Isaiah 30:27 in Oriya 27 ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;
Jeremiah 20:10 in Oriya 10 କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।
Jeremiah 28:16 in Oriya 16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।'”
Matthew 5:22 in Oriya 22 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ମୂର୍ଖ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ପାଷାଣ୍ଡ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।
Matthew 12:24 in Oriya 24 ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତ ପରି ବାଲ୍ଜିବୂଲ୍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ।
Matthew 12:32 in Oriya 32 ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ।
Matthew 15:11 in Oriya 11 ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ।
Mark 7:15 in Oriya 15 ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରି ପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହି ସବୁ ତାହାକୁ ଅଶୁଚି କରେ।
Mark 7:20 in Oriya 20 ଆଉ ସେ କହିଲେ, ଯାହା ମନୁଷ୍ୟଠାରୁ ବାହାରେ, ତାହା ହିଁ ତାହାକୁ ଅଶୁଚି କରେ।
Mark 14:55 in Oriya 55 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ୱେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ;
Luke 16:24 in Oriya 24 ସେଥିରେ ସେ ଡାକି କହିଲେ, ହେ ପିତା ଅବ୍ରାହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି।
Acts 5:3 in Oriya 3 ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି ?
Acts 6:13 in Oriya 13 ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ,ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ,
Acts 20:30 in Oriya 30 ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।
Romans 3:13 in Oriya 13 ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ୱାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି,
Romans 16:17 in Oriya 17 ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
2 Corinthians 11:13 in Oriya 13 କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।
Ephesians 5:3 in Oriya 3 କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହି ସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
Colossians 3:8 in Oriya 8 କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହି ସବୁ ବିଷୟ, ଅର୍ଥାତ୍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହି ସବୁ ପରିତ୍ୟାଗ କର।
2 Thessalonians 2:9 in Oriya 9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
Titus 1:11 in Oriya 11 ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।
James 2:7 in Oriya 7 ଯେଉଁ ମହତ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କ'ଣ ସେହି ନାମର ନିନ୍ଦା କରନ୍ତି ନାହିଁ ?
2 Peter 2:1 in Oriya 1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
2 Peter 3:3 in Oriya 3 ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,
3 John 1:10 in Oriya 10 ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି, ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି, ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ଡଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହି ସମସ୍ତ କୃତ କର୍ମ ସ୍ମରଣରେ ଆଣିବି।
Jude 1:8 in Oriya 8 ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ପ୍ରଭୁତ୍ୱ ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି।
Jude 1:15 in Oriya 15 ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ,ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁ ସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁ ସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।
Revelation 2:14 in Oriya 14 କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।
Revelation 12:9 in Oriya 9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।
Revelation 13:1 in Oriya 1 ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶିଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ୱରନିନ୍ଦାସୂଚକ ବିଭିନ୍ନ ନାମ।
Revelation 13:14 in Oriya 14 ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।
Revelation 18:23 in Oriya 23 ପ୍ରଦୀପର ଆଲୋକ ତୋ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,
Revelation 19:20 in Oriya 20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।