James 4:3 in Oriya 3 ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ।
Other Translations King James Version (KJV) Ye ask, and receive not, because ye ask amiss, that ye may consume it upon your lusts.
American Standard Version (ASV) Ye ask, and receive not, because ye ask amiss, that ye may spend `it' in your pleasures.
Bible in Basic English (BBE) You make your request but you do not get it, because your request has been wrongly made, desiring the thing only so that you may make use of it for your pleasure.
Darby English Bible (DBY) Ye ask and receive not, because ye ask evilly, that ye may consume [it] in your pleasures.
World English Bible (WEB) You ask, and don't receive, because you ask with wrong motives, so that you may spend it for your pleasures.
Young's Literal Translation (YLT) ye ask, and ye receive not, because evilly ye ask, that in your pleasures ye may spend `it'.
Cross Reference Job 27:8 in Oriya 8 କାରଣ ଅଧାର୍ମିକ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ ?
Job 35:12 in Oriya 12 ଦୁଷ୍ଟ ଲୋକଙ୍କ ଅହଙ୍କାର ସକାଶୁ ସେମାନେ କ୍ରନ୍ଦନ କରନ୍ତି, ମାତ୍ର କେହି ଉତ୍ତର ଦିଏ ନାହିଁ।
Psalm 18:41 in Oriya 41 ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।
Psalm 66:18 in Oriya 18 ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋ' କଥା ଶୁଣିବେ ନାହିଁ;
Proverbs 1:28 in Oriya 28 ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।
Proverbs 15:8 in Oriya 8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।
Proverbs 21:13 in Oriya 13 ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।
Proverbs 21:27 in Oriya 27 ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।
Isaiah 1:15 in Oriya 15 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।
Jeremiah 11:11 in Oriya 11 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ୱର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।
Jeremiah 11:14 in Oriya 14 ଏହେତୁ ତୁମ୍ଭେ ଏହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ ଉଚ୍ଚ ଆର୍ତ୍ତସ୍ୱର ଅବା ପ୍ରାର୍ଥନା କର ନାହିଁ, କାରଣ ସେମାନେ ଆପଣାମାନଙ୍କର ବିପଦ ସକାଶୁ ଆମ୍ଭ ନିକଟରେ ଆର୍ତ୍ତସ୍ୱର କଲା ବେଳେ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।
Jeremiah 14:12 in Oriya 12 ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”
Micah 3:4 in Oriya 4 ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।
Zechariah 7:13 in Oriya 13 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,
Matthew 20:22 in Oriya 22 କିନ୍ତୁ ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର ?
Mark 10:38 in Oriya 38 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କ'ଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର ? ଅବା ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ସେଥିରେ କି ତୁମ୍ଭେମାନେ ବାପ୍ତିଜିତ ହୋଇ ପାର ?
Luke 15:13 in Oriya 13 ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା।
Luke 16:1 in Oriya 1 ସେ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ,
James 1:6 in Oriya 6 କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ।
James 4:1 in Oriya 1 ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ ? କ'ଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ ?
1 John 3:22 in Oriya 22 ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହି ସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।
1 John 5:14 in Oriya 14 ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି।