Cross Reference Genesis 18:23 in Oriya 23 ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ ?
Genesis 19:29 in Oriya 29 ଏହିରୂପେ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ୱର ଅବ୍ରହାମଙ୍କୁ ସ୍ମରଣ କଲେ, ପୁଣି, ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲା, ସେହି ସେହି ନଗରର ଉତ୍ପାଟନ ସମୟରେ ଉତ୍ପାଟନ ମଧ୍ୟରୁ ଲୋଟକୁ ବାହାର କଲେ।
Genesis 20:7 in Oriya 7 ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”
Genesis 20:17 in Oriya 17 ଏଥିଉତ୍ତାରେ ଅବ୍ରହାମ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ୱର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।
Genesis 32:28 in Oriya 28 ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”
Genesis 41:9 in Oriya 9 ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି।
Exodus 9:28 in Oriya 28 ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ୱରକୃତ ଗର୍ଜ୍ଜନ ଓ ଶିଳା ବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ବ ହେବ ନାହିଁ।
Exodus 9:33 in Oriya 33 ଏଥିଉତ୍ତାରେ ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘଗର୍ଜ୍ଜନ ଓ ଶିଳା ବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ।
Exodus 17:11 in Oriya 11 ପୁଣି, ମୋଶା ଆପଣା ହସ୍ତ ଉର୍ଦ୍ଧ୍ୱକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ।
Exodus 32:10 in Oriya 10 ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ି ଦିଅ, ମୋହର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ୱଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା।
Numbers 11:2 in Oriya 2 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟରେ କ୍ରନ୍ଦନ କଲେ; ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେହି ଅଗ୍ନି ଲିଭିଗଲା।
Numbers 14:13 in Oriya 13 ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିସ୍ରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।
Numbers 21:7 in Oriya 7 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
Deuteronomy 9:18 in Oriya 18 ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବ ଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ।
Joshua 10:12 in Oriya 12 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, ସୂର୍ଯ୍ୟ, ଗିବିୟୋନ୍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍ର ତଳ ଭୂମିରେ (ସ୍ତବ୍ଧ ହୁଅ)।
1 Samuel 12:18 in Oriya 18 ଏଥିରେ ଶାମୁୟେଲ ସଦାପ୍ରଭୁଙ୍କୁ ଡ଼ାକିଲେ, ପୁଣି, ସଦାପ୍ରଭୁ ସେହିଦିନ ମେଘଗର୍ଜନ ଓ ବୃଷ୍ଟି ପଠାଇଲେ; ତହିଁରେ ସମସ୍ତ ଲୋକ ସଦାପ୍ରଭୁଙ୍କୁ ଓ ଶାମୁୟେଲଙ୍କୁ ଅତ୍ୟନ୍ତ ଭୟ କଲେ।
2 Samuel 19:19 in Oriya 19 ଆଉ ଶିମୀୟି ରାଜାଙ୍କୁ କହିଲା, “ମୋ' ପ୍ରଭୁ, ମୋହର ଅପରାଧ ଗଣନା ନ କରନ୍ତୁ, ଅବା ମୋ' ପ୍ରଭୁ ମହାରାଜ ଯିରୂଶାଲମରୁ ବାହାରି ଯିବା ଦିନ ଆପଣଙ୍କ ଦାସ ଅବାଧ୍ୟତାପୂର୍ବକ ଯାହା କରିଅଛି, ତାହା ଆପଣ ସ୍ମରଣ ନ କରନ୍ତୁ, ମହାରାଜ ତାହା ଆପଣା ମନକୁ ନ ନେଉନ୍ତୁ।
1 Kings 13:6 in Oriya 6 ସେତେବେଳେ ରାଜା ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଲେ, “ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋ' ପାଇଁ ପ୍ରାର୍ଥନା କର। ତହିଁରେ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।
1 Kings 17:18 in Oriya 18 ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି ? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋ' ପୁତ୍ରକୁ ବଧ କରିବାକୁ ଆସିଅଛ !”
2 Kings 4:33 in Oriya 33 ଏହେତୁ ସେ ଭିତରକୁ ଯାଇ ନିଜେ ଓ ବାଳକ ଉଭୟେ ରହି ଦ୍ୱାର ବନ୍ଦ କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
2 Kings 19:15 in Oriya 15 ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
2 Kings 20:2 in Oriya 2 ଏଥିରେ ସେ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ,
2 Chronicles 14:11 in Oriya 11 ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୁ, ବଳବାନ୍ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”
2 Chronicles 30:20 in Oriya 20 ପୁଣି, ସଦାପ୍ରଭୁ ହିଜକିୟଙ୍କର ବାକ୍ୟରେ କର୍ଣ୍ଣପାତ କଲେ ଓ ଲୋକମାନଙ୍କୁ ସୁସ୍ଥ କଲେ।
2 Chronicles 32:20 in Oriya 20 ଏଥିରେ ହିଜକିୟ ରାଜା ଓ ଆମୋସର ପୁତ୍ର ଯିଶାଇୟ ଏସକାଶୁ ପ୍ରାର୍ଥନା କରି ସ୍ୱର୍ଗ ଆଡ଼େ ଡାକ ପକାଇଲେ।
Job 42:8 in Oriya 8 ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”
Psalm 10:17 in Oriya 17 ହେ ସଦାପ୍ରଭୁ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;
Psalm 34:15 in Oriya 15 ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।
Psalm 145:18 in Oriya 18 ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।
Proverbs 15:8 in Oriya 8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।
Proverbs 15:29 in Oriya 29 ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
Proverbs 28:9 in Oriya 9 ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।
Jeremiah 15:1 in Oriya 1 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।
Jeremiah 29:12 in Oriya 12 ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।
Jeremiah 33:3 in Oriya 3 ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।'
Daniel 2:18 in Oriya 18 ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମିଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।
Daniel 9:20 in Oriya 20 ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋ'ର ପାପ ଓ ମୋ'ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋ' ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋ' ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;
Hosea 12:3 in Oriya 3 ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;
Matthew 3:6 in Oriya 6 ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦନ ନଦୀରେ ବାପ୍ତିଜିତ ହେଲେ।
Matthew 7:7 in Oriya 7 ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
Matthew 18:15 in Oriya 15 ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ।
Matthew 21:22 in Oriya 22 ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହି ସବୁ ପାଇବ।
Luke 7:3 in Oriya 3 ସେ ଯୀଶୁଙ୍କ ବିଷୟରେ ଖବର ପାଇ, ସେ ଯେପରି ଆସି ତାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥି ନିମନ୍ତେ ତାହାଙ୍କ ପାଖକୁ ଯିହୂଦୀମାନଙ୍କର କେତେକ ପ୍ରାଚୀନମାନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ।
Luke 9:6 in Oriya 6 ସେଥିରେ ସେମାନେ ଯାଇ ସବୁଆଡ଼େ ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ।
Luke 11:11 in Oriya 11 ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ ?
Luke 18:1 in Oriya 1 କ୍ଲାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,
John 9:31 in Oriya 31 ଈଶ୍ୱର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ୱରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତା'ର କଥା ଶୁଣନ୍ତି।
Acts 4:24 in Oriya 24 ସେମାନେ ତାହା ଶୁଣି ଏକଚିତ୍ତରେ ଇଶ୍ବରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ।
Acts 10:38 in Oriya 38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ।
Acts 12:5 in Oriya 5 ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ର ଭାବରେ ଇଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା।
Acts 19:18 in Oriya 18 ପୁଣି, ବିଶ୍ୱାସୀମାନଙ୍କ ମଧ୍ୟରୁ ଅନେକେ ଆସି ଆପଣା ଆପଣା କର୍ମ ସ୍ୱୀକାର ଓ ପ୍ରକାଶ କରିବାକୁ ଲାଗିଲେ,
Romans 3:10 in Oriya 10 ଯେପରି ଲେଖା ଅଛି, ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ,
Romans 5:19 in Oriya 19 କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ।
Colossians 1:9 in Oriya 9 ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଇଶ୍ବରଙ୍କ ଅଭିମତ ଜ୍ଞାତ ହୋଇ
1 Thessalonians 5:17 in Oriya 17 ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;
1 Thessalonians 5:23 in Oriya 23 ଶାନ୍ତିଦାତା ଈଶ୍ୱର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।
1 Thessalonians 5:25 in Oriya 25 ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର।
Hebrews 11:4 in Oriya 4 ବିଶ୍ୱାସ ଦ୍ୱାରା ହେବଲ ଇଶ୍ବରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ୱର ନିଜେ ତାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି।
Hebrews 11:7 in Oriya 7 ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।
Hebrews 12:13 in Oriya 13 ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ।
Hebrews 13:18 in Oriya 18 ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।
1 Peter 2:24 in Oriya 24 ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
1 John 3:22 in Oriya 22 ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହି ସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।