James 5:7 in Oriya 7 ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ।
Other Translations King James Version (KJV) Be patient therefore, brethren, unto the coming of the Lord. Behold, the husbandman waiteth for the precious fruit of the earth, and hath long patience for it, until he receive the early and latter rain.
American Standard Version (ASV) Be patient therefore, brethren, until the coming of the Lord. Behold, the husbandman waiteth for the precious fruit of the earth, being patient over it, until it receive the early and latter rain.
Bible in Basic English (BBE) Go on waiting calmly, my brothers, till the coming of the Lord, like the farmer waiting for the good fruit of the earth till the early and late rains have come.
Darby English Bible (DBY) Have patience, therefore, brethren, till the coming of the Lord. Behold, the labourer awaits the precious fruit of the earth, having patience for it until it receive [the] early and [the] latter rain.
World English Bible (WEB) Be patient therefore, brothers, until the coming of the Lord. Behold, the farmer waits for the precious fruit of the earth, being patient over it, until it receives the early and late rain.
Young's Literal Translation (YLT) Be patient, then, brethren, till the presence of the Lord; lo, the husbandman doth expect the precious fruit of the earth, being patient for it, till he may receive rain -- early and latter;
Cross Reference Deuteronomy 11:14 in Oriya 14 ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍, ଆଦ୍ୟବୃଷ୍ଟି ଓ ଶେଷବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।
Jeremiah 5:24 in Oriya 24 ଅଥବା ଯେ ଯଥା ସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ।
Hosea 6:3 in Oriya 3 ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।
Joel 2:23 in Oriya 23 ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।
Zechariah 10:1 in Oriya 1 ତୁମ୍ଭେମାନେ ଶେଷ ବୃଷ୍ଟି ସମୟରେ ସଦାପ୍ରଭୁଙ୍କ ନିକଟରେ, ଅର୍ଥାତ୍, ଯେ ବିଜୁଳିର ସୃଷ୍ଟି କରନ୍ତି, ସେହି ସଦାପ୍ରଭୁଙ୍କ ନିକଟରେ ବୃଷ୍ଟି ମାଗ ତହିଁରେ ସେ ପ୍ରଚୁର ବୃଷ୍ଟି ଦେଇ ପ୍ରତ୍ୟେକ ଜଣଙ୍କ କ୍ଷେତ୍ରରେ ତୃଣ ଦେବେ।
Matthew 24:27 in Oriya 27 କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ।
Matthew 24:44 in Oriya 44 ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।
Luke 8:15 in Oriya 15 ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।
Luke 18:8 in Oriya 8 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର (ଯୀଶୁ) ଆସି ପୃଥିବୀରେ କ'ଣ ବିଶ୍ୱାସ ଦେଖିବେ ?
Luke 21:27 in Oriya 27 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ।
Romans 2:7 in Oriya 7 ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,
Romans 8:24 in Oriya 24 କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ ?
Romans 15:4 in Oriya 4 ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥି ନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହି ସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।
1 Corinthians 1:7 in Oriya 7 ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ;
2 Corinthians 6:4 in Oriya 4 ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,
Galatians 5:5 in Oriya 5 କାରଣ ଆମ୍ଭେମାନେ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ।
Galatians 6:9 in Oriya 9 ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଲାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।
Colossians 1:11 in Oriya 11 ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,
1 Thessalonians 1:3 in Oriya 3 ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛୁ;
1 Thessalonians 2:19 in Oriya 19 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କ'ଣ ? ତାହା କି ତୁମ୍ଭେମାନେ ନୁହଁ?
1 Thessalonians 3:13 in Oriya 13 ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ।
Hebrews 6:15 in Oriya 15 ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ।
Hebrews 12:1 in Oriya 1 ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧିଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।
James 5:8 in Oriya 8 ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ।
2 Peter 3:4 in Oriya 4 ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ ? କାରଣ ପିତୃପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି।