Jeremiah 1:17 in Oriya 17 ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା।
Other Translations King James Version (KJV) Thou therefore gird up thy loins, and arise, and speak unto them all that I command thee: be not dismayed at their faces, lest I confound thee before them.
American Standard Version (ASV) Thou therefore gird up thy loins, and arise, and speak unto them all that I command thee: be not dismayed at them, lest I dismay thee before them.
Bible in Basic English (BBE) So make yourself ready, and go and say to them everything I give you orders to say: do not be overcome by fear of them, or I will send fear on you before them.
Darby English Bible (DBY) Thou, therefore, gird up thy loins, and arise, and speak unto them all that I shall command thee: be not dismayed at them, lest I cause thee to be dismayed before them.
World English Bible (WEB) You therefore gird up your loins, and arise, and speak to them all that I command you: don't be dismayed at them, lest I dismay you before them.
Young's Literal Translation (YLT) `And thou, thou dost gird up thy loins, and hast arisen, and spoken unto them all that I command thee: be not affrighted because of them, lest I affright thee before them.
Cross Reference Exodus 3:12 in Oriya 12 ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”
Exodus 7:2 in Oriya 2 ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହା ସବୁ ତୁମ୍ଭେ କହିବ; ପୁଣି, ତୁମ୍ଭ ଭ୍ରାତା ହାରୋଣ ଇସ୍ରାଏଲ-ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଯିବାକୁ ଫାରୋଙ୍କୁ କହିବ।
1 Kings 18:46 in Oriya 46 ଏଥିରେ ସଦାପ୍ରଭୁଙ୍କ ହସ୍ତ ଏଲୀୟଙ୍କ ଉପରେ ଅବସ୍ଥାନ କରନ୍ତେ, ସେ ଆପଣା କଟି ବାନ୍ଧି ଯିଷ୍ରିୟେଲର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ଆହାବଙ୍କର ଆଗେ ଆଗେ ଦୌଡ଼ି ଗଲେ।
2 Kings 4:29 in Oriya 29 ତହୁଁ ଇଲୀଶାୟ ଗିହେଜୀକୁ କହିଲେ, “ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ଯଦି ତୁମ୍ଭେ କୌଣସି ଲୋକକୁ ସାକ୍ଷାତ କର, ତାହାକୁ ନମସ୍କାର କର ନାହିଁ; ଆଉ ଯଦି କେହି ତୁମ୍ଭକୁ ନମସ୍କାର କରନ୍ତି, ତାହାକୁ ଫେରି ଉତ୍ତର ଦିଅ ନାହିଁ; ପୁଣି ମୋ' ଯଷ୍ଟି ସେହି ବାଳକର ମୁଖ ଉପରେ ରଖ।”
2 Kings 9:1 in Oriya 1 ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍ବକ୍ତା ଭବିଷ୍ୟଦ୍ବକ୍ତାଗଣଙ୍କ ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍ ଗିଲୀୟଦକୁ ଯାଅ।
Job 38:3 in Oriya 3 ଏବେ ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ, କାରଣ ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା ଓ ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।
Jeremiah 1:7 in Oriya 7 ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
Jeremiah 17:18 in Oriya 18 ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।
Jeremiah 23:28 in Oriya 28 ଯେଉଁ ଭବିଷ୍ୟଦ୍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, “ଶସ୍ୟ ନିକଟରେ ପାଳ କଅଣ ?”
Ezekiel 2:6 in Oriya 6 ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।
Ezekiel 3:10 in Oriya 10 ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହିସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର।
Ezekiel 3:14 in Oriya 14 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋ' ଉପରେ ପ୍ରବଳ ଥିଲା।
Ezekiel 33:6 in Oriya 6 ମାତ୍ର ସେ ପ୍ରହରୀ ଯଦି ଖଡ଼୍ଗ ଆସିବାର ଦେଖି ତୂରୀ ନ ବଜାଏ, ପୁଣି, ଲୋକମାନେ ସଚେତନ ନ ହୁଅନ୍ତି, ଆଉ ଖଡ଼୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ସଂହାର କରେ; ତେବେ ସେ ନିଜ ଅଧର୍ମରେ ସଂହାରିତ ହେଲା, ମାତ୍ର ଆମ୍ଭେ ତାହାର ରକ୍ତର ପରିଶୋଧ ସେହି ପ୍ରହରୀର ହସ୍ତରୁ ନେବା।
Jonah 3:2 in Oriya 2 “ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର।”
Luke 12:35 in Oriya 35 ତୁମ୍ଭମାନଙ୍କ କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ;
Acts 20:20 in Oriya 20 କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ
Acts 20:27 in Oriya 27 ମୁଁ ଇଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ପଛେଇ ଯାଇ ନ ଥିଲି।
1 Corinthians 9:16 in Oriya 16 କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର।
1 Thessalonians 2:2 in Oriya 2 ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଇଶ୍ବରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଇଶ୍ବରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ।
1 Peter 1:13 in Oriya 13 ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।