Jeremiah 1:5 in Oriya 5 “ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।”
Other Translations King James Version (KJV) Before I formed thee in the belly I knew thee; and before thou camest forth out of the womb I sanctified thee, and I ordained thee a prophet unto the nations.
American Standard Version (ASV) Before I formed thee in the belly I knew thee, and before thou camest forth out of the womb I sanctified thee; I have appointed thee a prophet unto the nations.
Bible in Basic English (BBE) Before you were formed in the body of your mother I had knowledge of you, and before your birth I made you holy; I have given you the work of being a prophet to the nations.
Darby English Bible (DBY) Before I formed thee in the belly I knew thee; and before thou camest forth out of the womb I hallowed thee, I appointed thee a prophet unto the nations.
World English Bible (WEB) Before I formed you in the belly I knew you, and before you came forth out of the womb I sanctified you; I have appointed you a prophet to the nations.
Young's Literal Translation (YLT) `Before I form thee in the belly, I have known thee; and before thou comest forth from the womb I have separated thee, a prophet to nations I have made thee.'
Cross Reference Exodus 33:12 in Oriya 12 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋ' ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ୱାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହ ପାତ୍ର ହୋଇଅଛ।”
Exodus 33:17 in Oriya 17 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଯେଉଁ କଥା ତୁମ୍ଭେ କହିଅଛ, ତାହା ହିଁ ଆମ୍ଭେ କରିବା, କାରଣ ତୁମ୍ଭେ ମୋ' ଦୃଷ୍ଟିରେ ଅନୁଗ୍ରହ ପାଇଅଛ, ପୁଣି, ଆମ୍ଭେ ତୁମ୍ଭକୁ ନାମ ଦ୍ୱାରା ଜାଣିଅଛୁ।”
Psalm 71:5 in Oriya 5 କାରଣ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ହିଁ ମୋହର ଭରସା; ମୋ' ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି।
Psalm 139:16 in Oriya 16 ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।
Isaiah 44:2 in Oriya 2 ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; “ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୂଣ, ଭୟ କର ନାହିଁ।
Isaiah 49:1 in Oriya 1 ହେ ଦ୍ୱୀପସମୂହ, ମୋ' କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;
Isaiah 49:5 in Oriya 5 ପୁଣି, ମୋତେ ତାହାଙ୍କର ସେବକ ହେବା ପାଇଁ ଓ ଯାକୁବକୁ ତାହାଙ୍କ ନିକଟକୁ ଆଣିବା ପାଇଁ ଓ ଇସ୍ରାଏଲ ତାହାଙ୍କ ନିକଟରେ ସଂଗୃହୀତ ହେବା ପାଇଁ ଯେ ମୋତେ ଗର୍ଭରୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ କହନ୍ତି; (କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଆଦରଣୀୟ ଅଟେ ଓ ମୋହର ପରମେଶ୍ୱର ମୋହର ବଳ ସ୍ୱରୂପ ହୋଇଅଛନ୍ତି;)
Jeremiah 1:10 in Oriya 10 ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।”
Jeremiah 25:15 in Oriya 15 କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।
Jeremiah 50:34 in Oriya 34 (ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକି ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।”
Luke 1:15 in Oriya 15 ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,
Luke 1:41 in Oriya 41 ଆଉ, ଏଲୀଶାବେଥ ମରିୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ
Luke 1:76 in Oriya 76 ଆଉ ହେ ଶିଶୁ(ଯୋହନ), ତୁ ମଧ୍ୟ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;
Romans 1:1 in Oriya 1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ୱର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,
Romans 8:29 in Oriya 29 କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।
Galatians 1:15 in Oriya 15 କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,
Ephesians 1:22 in Oriya 22 ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;
Ephesians 4:11 in Oriya 11 ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
2 Timothy 2:19 in Oriya 19 ତଥାପି ଇଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।