Jeremiah 11:8 in Oriya 8 ତଥାପି ସେମାନେ ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କଲେ; ଏନିମନ୍ତେ ଆମ୍ଭେ ପାଳନ କରିବା ପାଇଁ ସେମାନଙ୍କୁ ଯେଉଁ ନିୟମ ଆଦେଶ କଲୁ, ତହିଁର ସକଳ କଥା ସେମାନଙ୍କ ଉପରେ ବର୍ତ୍ତାଇଲୁ, ତଥାପି ସେମାନେ ପାଳନ କଲେ ନାହିଁ।'”
Other Translations King James Version (KJV) Yet they obeyed not, nor inclined their ear, but walked every one in the imagination of their evil heart: therefore I will bring upon them all the words of this covenant, which I commanded them to do: but they did them not.
American Standard Version (ASV) Yet they obeyed not, nor inclined their ear, but walked every one in the stubbornness of their evil heart: therefore I brought upon them all the words of this covenant, which I commanded them to do, but they did them not.
Bible in Basic English (BBE) But they gave no attention and did not give ear, but they went on, every man in the pride of his evil heart: so I sent on them all the curses in this agreement, which I gave them orders to keep, but they did not.
Darby English Bible (DBY) But they have not hearkened, nor inclined their ear, but have walked every one in the stubbornness of their evil heart; and I have brought upon them all the words of this covenant, which I commanded [them] to do, and they have not done.
World English Bible (WEB) Yet they didn't obey, nor turn their ear, but walked everyone in the stubbornness of their evil heart: therefore I brought on them all the words of this covenant, which I commanded them to do, but they didn't do them.
Young's Literal Translation (YLT) And they have not hearkened nor inclined their ear, And they walk each in the stubbornness of their evil heart, And I bring on them all the words of this covenant, That I commanded to do, and they did not.'
Cross Reference Leviticus 26:14 in Oriya 14 ମାତ୍ର, ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ;
Deuteronomy 28:15 in Oriya 15 ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।
Deuteronomy 29:21 in Oriya 21 ପୁଣି ଏହି ବ୍ୟବସ୍ଥା ପୁସ୍ତକର ଲିଖିତ ନିୟମର ସମସ୍ତ ଅଭିଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ବଂଶ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ୍ କରିବେ।
Deuteronomy 30:17 in Oriya 17 ମାତ୍ର ଯଦି ତୁମ୍ଭର ହୃଦୟ ବିମୁଖ ହେବ ଓ ତୁମ୍ଭେ ଶୁଣିବ ନାହିଁ, ମାତ୍ର ଭ୍ରାନ୍ତ ହୋଇ ଅନ୍ୟ ଦେବତାମାନଙ୍କୁ ପ୍ରଣାମ କରିବ ଓ ସେମାନଙ୍କୁ ସେବା କରିବ;
Deuteronomy 31:17 in Oriya 17 ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, “ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହି ସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ ?”
Deuteronomy 32:20 in Oriya 20 ଆଉ ସେ କହିଲେ, “ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ସେମାନଙ୍କର ଶେଷ ଦଶା କ'ଣ ହେବ, ତାହା ଆମ୍ଭେ ଦେଖିବା; କାରଣ ସେମାନେ ନିତାନ୍ତ ବକ୍ରଗାମୀ ବଂଶ, ଏପରି ସନ୍ତାନ, ଯେଉଁମାନଙ୍କଠାରେ କିଛି ବିଶ୍ୱସ୍ତତା ନାହିଁ।
Joshua 23:13 in Oriya 13 ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ିଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାଶ୍ୱର୍ରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।
Nehemiah 9:16 in Oriya 16 ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣାକୁ କଠିନ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ,
Nehemiah 9:26 in Oriya 26 ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।
Nehemiah 9:29 in Oriya 29 ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।
Jeremiah 3:17 in Oriya 17 ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।
Jeremiah 6:16 in Oriya 16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।”
Jeremiah 7:24 in Oriya 24 ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।
Jeremiah 7:26 in Oriya 26 ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ,ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।
Jeremiah 9:13 in Oriya 13 ଆହୁରି, ସଦାପ୍ରଭୁ କହନ୍ତି, “କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି;
Jeremiah 35:15 in Oriya 15 ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
Jeremiah 44:17 in Oriya 17 ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶ ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।
Ezekiel 20:8 in Oriya 8 ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସ୍ରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Ezekiel 20:18 in Oriya 18 ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ;
Ezekiel 20:37 in Oriya 37 ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବା ଓ ଆମ୍ଭେ ତୁମ୍ଭମାନଙ୍କୁ ନିୟମରୂପ ବନ୍ଧନରେ ଆବଦ୍ଧ କରିବା;
Zechariah 7:11 in Oriya 11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।