Jeremiah 13:14 in Oriya 14 ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ‘ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।'”
Other Translations King James Version (KJV) And I will dash them one against another, even the fathers and the sons together, saith the LORD: I will not pity, nor spare, nor have mercy, but destroy them.
American Standard Version (ASV) And I will dash them one against another, even the fathers and the sons together, saith Jehovah: I will not pity, nor spare, nor have compassion, that I should not destroy them.
Bible in Basic English (BBE) I will have them smashed against one another, fathers and sons together, says the Lord: I will have no pity or mercy, I will have no feeling for them to keep me from giving them to destruction.
Darby English Bible (DBY) And I will dash them one against another, both the fathers and the sons together, saith Jehovah; I will not pity, nor spare, nor have mercy so as not to destroy them.
World English Bible (WEB) I will dash them one against another, even the fathers and the sons together, says Yahweh: I will not pity, nor spare, nor have compassion, that I should not destroy them.
Young's Literal Translation (YLT) And have dashed them one against another, And the fathers and the sons together, An affirmation of Jehovah, I do not pity, nor spare, nor have I mercy, So as not to destroy them.
Cross Reference Deuteronomy 29:20 in Oriya 20 ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।
Judges 7:20 in Oriya 20 ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳଶ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, ଖଡ୍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ।
1 Samuel 14:16 in Oriya 16 ସେତେବେଳେ ବିନ୍ୟାମୀନ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗି ଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି।
2 Chronicles 20:23 in Oriya 23 କାରଣ ଅମ୍ମୋନର ଓ ମୋୟାବର ସନ୍ତାନଗଣ ସେୟୀର-ପର୍ବତ ନିବାସୀମାନଙ୍କୁ ନିଃଶେଷ ରୂପେ ବଧ ଓ ବିନାଶ କରିବାକୁ ସେମାନଙ୍କ ପ୍ରତିକୂଳରେ ଉଠିଲେ; ଆଉ ସେମାନେ ସେୟୀର ନିବାସୀମାନଙ୍କୁ ଉଚ୍ଛିନ୍ନ କଲା ଉତ୍ତାରେ ପ୍ରତି ଜଣ ଏକ ଆରେକକୁ ବିନାଶ କରିବା ପାଇଁ ସାହାଯ୍ୟ କଲେ।
Psalm 2:9 in Oriya 9 ତୁମ୍ଭେ ଲୌହଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”
Isaiah 9:20 in Oriya 20 ତହିଁରେ ଲୋକେ ଦକ୍ଷିଣ ହସ୍ତରେ ଛଡ଼ାଇବେ, ପୁଣି, କ୍ଷୁଧିତ ହେବେ; ପୁଣି, ବାମ ହସ୍ତରେ ଭୋଜନ କରିବେ ଓ ତୃପ୍ତ ହେବେ ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ବାହୁର ମାଂସ ଭୋଜନ କରିବେ;
Isaiah 27:11 in Oriya 11 ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗା ଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।
Jeremiah 6:21 in Oriya 21 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।”
Jeremiah 16:5 in Oriya 5 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ;” କାରଣ ସଦାପ୍ରଭୁ କହନ୍ତି “ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ।
Jeremiah 19:9 in Oriya 9 ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।”
Jeremiah 21:7 in Oriya 7 ଆଉ, ସଦାପ୍ରଭୁ କହନ୍ତି, ‘ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।'
Jeremiah 47:3 in Oriya 3 ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶବ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;
Jeremiah 48:12 in Oriya 12 ଏହେତୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି।
Ezekiel 5:10 in Oriya 10 ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା।
Ezekiel 7:4 in Oriya 4 ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 7:9 in Oriya 9 ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 8:18 in Oriya 18 ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”
Ezekiel 9:5 in Oriya 5 ଆଉ, ସେ ଅନ୍ୟମାନଙ୍କୁ ମୋର କର୍ଣ୍ଣଗୋଚରରେ କହିଲେ, “ତୁମ୍ଭେମାନେ ତାହାର ପଛେ ପଛେ ନଗର ମଧ୍ୟକୁ ଯାଇ ସଂହାର କର; ଚକ୍ଷୁଲଜ୍ଜା କି ଦୟା କର ନାହିଁ।
Ezekiel 9:10 in Oriya 10 ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।”
Ezekiel 24:14 in Oriya 14 ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ସିଦ୍ଧ ହେବ ଓ ଆମ୍ଭେ ଏହା ସାଧନ କରିବା; ଆମ୍ଭେ ଫେରି ଯିବା ନାହିଁ, କିଅବା ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; ଅଥବା ଆମ୍ଭେ ଅନୁତାପ କରିବା ନାହିଁ; ତୁମ୍ଭର ଆଚରଣ ଅନୁସାରେ ଓ ତୁମ୍ଭର କ୍ରିୟାନୁସାରେ ସେମାନେ ତୁମ୍ଭର ବିଚାର କରିବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Matthew 10:21 in Oriya 21 ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ।
Mark 13:12 in Oriya 12 ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;