Jeremiah 13:22 in Oriya 22 ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋ' ପ୍ରତି ଏପରି ଦଶା କାହିଁକି ଘଟିଲା ? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।
Other Translations King James Version (KJV) And if thou say in thine heart, Wherefore come these things upon me? For the greatness of thine iniquity are thy skirts discovered, and thy heels made bare.
American Standard Version (ASV) And if thou say in thy heart, Wherefore are these things come upon me? for the greatness of thine iniquity are thy skirts uncovered, and thy heels suffer violence.
Bible in Basic English (BBE) And if you say in your heart, Why have these things come on me? because of the number of your sins, your skirts have been uncovered and violent punishment overtakes you.
Darby English Bible (DBY) And if thou say in thy heart, Wherefore come these things upon me? For the greatness of thine iniquity are thy skirts uncovered, [and] thy heels have suffered violence.
World English Bible (WEB) If you say in your heart, Why are these things come on me? for the greatness of your iniquity are your skirts uncovered, and your heels suffer violence.
Young's Literal Translation (YLT) And when thou dost say in thy heart, `Wherefore have these met me?' For the abundance of thine iniquity Have thy skirts been uncovered, Have thy heels suffered violence.
Cross Reference Deuteronomy 7:17 in Oriya 17 ଯେବେ ତୁମ୍ଭେ ଆପଣା ମନେ ମନେ କହିବ, ଏହି ଗୋଷ୍ଠୀୟ ଲୋକମାନେ ଆମ୍ଭଠାରୁ ଅଧିକ; ଆମ୍ଭେ କିପରି ସେମାନଙ୍କୁ ଅଧିକାରଚ୍ୟୁତ କରି ପାରିବା ? ତଥାପି ତୁମ୍ଭେ ସେମାନଙ୍କଠାରୁ ଭୀତ ହେବ ନାହିଁ।
Deuteronomy 8:17 in Oriya 17 ପୁଣି ତୁମ୍ଭେ ଆପଣା ମନେ ମନେ କହିବ, ଆମ୍ଭର ପରାକ୍ରମ ଓ ବାହୁବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି।
Deuteronomy 18:21 in Oriya 21 ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା ?
Isaiah 3:17 in Oriya 17 ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତ ସ୍ଥାନ ଅନାବୃତ କରିବେ।
Isaiah 20:4 in Oriya 4 ସେହିପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।
Isaiah 47:2 in Oriya 2 ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ପୋଷାକ କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ।
Isaiah 47:8 in Oriya 8 ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ,”
Jeremiah 2:17 in Oriya 17 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନି ଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ ?
Jeremiah 5:19 in Oriya 19 ଆଉ, ତୁମ୍ଭେମାନେ ଯେତେବେଳେ କହିବ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର କାହିଁକି ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି,” ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, “ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।”
Jeremiah 9:2 in Oriya 2 ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥା'ନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି ! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।
Jeremiah 13:26 in Oriya 26 ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ।
Jeremiah 16:10 in Oriya 10 ଆଉ, ତୁମ୍ଭେ ଏହିସବୁ କଥା ଏ ଲୋକମାନଙ୍କ ନିକଟରେ ଯେତେବେଳେ ପ୍ରକାଶ କରିବ ଓ ସେମାନେ ତୁମ୍ଭକୁ କହିବେ, ସଦାପ୍ରଭୁ କାହିଁକି ଏହିସବୁ ମହା ଅମଙ୍ଗଳର କଥା ଆମ୍ଭମାନଙ୍କ ବିରୁଦ୍ଧରେ କହିଅଛନ୍ତି ? ଅବା ଆମ୍ଭମାନଙ୍କର ଅପରାଧ କି ? ଅବା ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ବିରୁଦ୍ଧରେ କି ପାପ କରିଅଛୁ ?
Lamentations 1:8 in Oriya 8 ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।
Ezekiel 16:37 in Oriya 37 ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।
Ezekiel 23:27 in Oriya 27 ଏହିରୂପେ ଆମ୍ଭେ ତୁମ୍ଭର ଲମ୍ପଟାଚରଣ ଓ ମିସର ଦେଶରୁ ଶିକ୍ଷିତ ତୁମ୍ଭର ବ୍ୟଭିଚାର କ୍ରିୟା ନିବୃତ୍ତ କରାଇବା; ତହିଁରେ ତୁମ୍ଭେ ସେମାନଙ୍କ ପ୍ରତି ଆଉ ଅନାଇବ ନାହିଁ, କି ମିସରକୁ ଆଉ ସ୍ମରଣ କରିବ ନାହିଁ।
Hosea 2:3 in Oriya 3 ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;
Hosea 2:10 in Oriya 10 ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।
Hosea 12:8 in Oriya 8 ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋ'ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋ'ଠାରେ ପାଇବେ ନାହିଁ।”
Nahum 3:5 in Oriya 5 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା।
Zephaniah 1:12 in Oriya 12 ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।
Luke 5:21 in Oriya 21 ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କରିବାକୁ ଲାଗିଲେ, ଏ ଯେ ଈଶ୍ୱର ନିନ୍ଦା କରୁଅଛି, ଏ କିଏ ? କେବଳ ଇଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରି ପାରେ ?