Jeremiah 14:22 in Oriya 22 ଅନ୍ୟ ଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି ? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରି ପାରେ ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।
Other Translations King James Version (KJV) Are there any among the vanities of the Gentiles that can cause rain? or can the heavens give showers? art not thou he, O LORD our God? therefore we will wait upon thee: for thou hast made all these things.
American Standard Version (ASV) Are there any among the vanities of the nations that can cause rain? or can the heavens give showers? art not thou he, O Jehovah our God? therefore we will wait for thee; for thou hast made all these things.
Bible in Basic English (BBE) Are any of the false gods of the nations able to make rain come? are the heavens able to give showers? are you not he, O Lord our God? so we will go on waiting for you, for you have done all these things.
Darby English Bible (DBY) Are there any among the vanities of the nations that can cause rain? or can the heavens give showers? Art not thou HE, Jehovah, our God? And we wait upon thee; for thou hast made all these things.
World English Bible (WEB) Are there any among the vanities of the nations that can cause rain? or can the sky give showers? Aren't you he, Yahweh our God? therefore we will wait for you; for you have made all these things.
Young's Literal Translation (YLT) Are there among the vanities of the nations any causing rain? And do the heavens give showers? Art not Thou He, O Jehovah our God? And we wait for thee, for Thou -- Thou hast done all these!
Cross Reference Deuteronomy 28:12 in Oriya 12 ସଦାପ୍ରଭୁ ଯଥା ସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ଡାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ।
Deuteronomy 32:21 in Oriya 21 ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।
1 Kings 8:36 in Oriya 36 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କ ଗନ୍ତବ୍ୟ ସତ୍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି, ତୁମ୍ଭ ଲୋକମାନଙ୍କର ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।
1 Kings 17:1 in Oriya 1 ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିସ୍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋ' ବାକ୍ୟାନୁସାରେ ହେବ।”
1 Kings 17:14 in Oriya 14 କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେପର୍ଯ୍ୟନ୍ତ ସଦାପ୍ରଭୁ ଭୂମିରେ ବୃଷ୍ଟି ନ ବର୍ଷାନ୍ତି, ସେଦିନ ପର୍ଯ୍ୟନ୍ତ ମଇଦା-କଳସ ଶୂନ୍ୟ ହେବ ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେବ ନାହିଁ।”
1 Kings 18:1 in Oriya 1 ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।
1 Kings 18:39 in Oriya 39 ଏଥିରେ ସମଗ୍ର ଲୋକ ଏହା ଦେଖି ମୁହଁ ମାଡ଼ି ପଡ଼ି କହିଲେ, “ସଦାପ୍ରଭୁ ହିଁ ପରମେଶ୍ୱର, ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।”
Job 5:10 in Oriya 10 ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତି ଓ କ୍ଷେତ୍ରକୁ ଜଳ ପଠାନ୍ତି।
Job 38:26 in Oriya 26 କିଏ ପୃଥିବୀର ନିର୍ଜନ ସ୍ଥାନରେ ଓ ନରଶୂନ୍ୟ ପ୍ରାନ୍ତରରେ ବର୍ଷାଇବାକୁ,
Psalm 25:3 in Oriya 3 ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ।
Psalm 25:21 in Oriya 21 ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ ମୁଁ ତୁମ୍ଭର ଅନୁସରଣ କରେ।
Psalm 27:14 in Oriya 14 ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ୍ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
Psalm 74:1 in Oriya 1 ଆସଫର ମସ୍କୀଲ୍। ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି ?
Psalm 130:5 in Oriya 5 ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋ' ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।
Psalm 135:7 in Oriya 7 ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
Psalm 147:8 in Oriya 8 ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
Isaiah 30:18 in Oriya 18 ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
Isaiah 30:23 in Oriya 23 ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।
Isaiah 41:29 in Oriya 29 ଦେଖ, ସେସମସ୍ତେ, ସେମାନଙ୍କର କର୍ମସବୁ ଅସାର ଓ ଅବସ୍ତୁ ମାତ୍ର; ସେମାନଙ୍କର ଛାଞ୍ଚରେ ଢଳା ପ୍ରତିମାଗଣ ବାୟୁ ଓ ଶୂନ୍ୟ ମାତ୍ର।
Isaiah 44:12 in Oriya 12 କର୍ମକାର ଲୌହ ଅସ୍ତ୍ର ନିର୍ମାଣ କରି ତପ୍ତ ଅଙ୍ଗାରରେ କର୍ମ କରେ ଓ ହାତୁଡ଼ିରେ ତାହା ଗଢ଼ି ନିଜର ବଳିଷ୍ଠ ବାହୁରେ ତାହା ପ୍ରସ୍ତୁତ କରେ; ହଁ, ସେ କ୍ଷୁଧିତ ହୁଏ ଓ ତାହାର ବଳ ଊଣା ପଡ଼ିଯାଏ, ସେ ଜଳପାନ ନ କରି କ୍ଳାନ୍ତ ହୁଏ।
Jeremiah 5:24 in Oriya 24 ଅଥବା ଯେ ଯଥା ସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ।
Jeremiah 10:13 in Oriya 13 ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଏ, ପୁଣି ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ପ୍ରସ୍ତୁତ କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
Jeremiah 10:15 in Oriya 15 ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।
Jeremiah 16:19 in Oriya 19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।”
Jeremiah 51:16 in Oriya 16 ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଅଇ ଓ ପୃଥିବୀର ପ୍ରାନ୍ତରୁ ସେ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଦ୍ୟୁତ୍ ସୃଷ୍ଟି କରନ୍ତି ଓ ଆପଣା ଭଣ୍ଡାର ସମୂହରୁ ବାୟୁ ବାହାର କରି ଆଣନ୍ତି।
Lamentations 3:25 in Oriya 25 ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।
Joel 2:23 in Oriya 23 ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।
Amos 4:7 in Oriya 7 “ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା।
Micah 7:7 in Oriya 7 ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋ' ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋ' ପରମେଶ୍ୱର ମୋର କଥା ଶୁଣିବେ।
Habakkuk 3:17 in Oriya 17 କାରଣ ଯଦ୍ୟପି ଡିମିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
Zechariah 10:1 in Oriya 1 ତୁମ୍ଭେମାନେ ଶେଷ ବୃଷ୍ଟି ସମୟରେ ସଦାପ୍ରଭୁଙ୍କ ନିକଟରେ, ଅର୍ଥାତ୍, ଯେ ବିଜୁଳିର ସୃଷ୍ଟି କରନ୍ତି, ସେହି ସଦାପ୍ରଭୁଙ୍କ ନିକଟରେ ବୃଷ୍ଟି ମାଗ ତହିଁରେ ସେ ପ୍ରଚୁର ବୃଷ୍ଟି ଦେଇ ପ୍ରତ୍ୟେକ ଜଣଙ୍କ କ୍ଷେତ୍ରରେ ତୃଣ ଦେବେ।
Matthew 5:45 in Oriya 45 ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।
Acts 14:15 in Oriya 15 ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି ? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଇଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;