Jeremiah 14:7 in Oriya 7 ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
Other Translations King James Version (KJV) O LORD, though our iniquities testify against us, do thou it for thy name's sake: for our backslidings are many; we have sinned against thee.
American Standard Version (ASV) Though our iniquities testify against us, work thou for thy name's sake, O Jehovah; for our backslidings are many; we have sinned against thee.
Bible in Basic English (BBE) Though our sins give witness against us, do something, O Lord, for the honour of your name: for again and again we have been turned away from you, we have done evil against you.
Darby English Bible (DBY) Jehovah, though our iniquities testify against us, do thou act for thy name's sake; for our backslidings are many -- we have sinned against thee.
World English Bible (WEB) Though our iniquities testify against us, work you for your name's sake, Yahweh; for our backslidings are many; we have sinned against you.
Young's Literal Translation (YLT) Surely our iniquities have testified against us, O Jehovah, work for Thy name's sake, For many have been our backslidings, Against Thee we have sinned.
Cross Reference Deuteronomy 32:27 in Oriya 27 ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ।
Joshua 7:9 in Oriya 9 କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କ'ଣ କରିବ?
Ezra 9:6 in Oriya 6 “ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭ ଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଉର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।
Ezra 9:15 in Oriya 15 ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇ ପାରେ ନାହିଁ।”
Nehemiah 9:33 in Oriya 33 ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
Psalm 25:11 in Oriya 11 ହେ ସଦାପ୍ରଭୁ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼।
Psalm 115:1 in Oriya 1 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର।
Isaiah 59:12 in Oriya 12 କାରଣ ତୁମ୍ଭ ସାକ୍ଷାତରେ ଆମ୍ଭମାନଙ୍କର ଅଧର୍ମ ବୃଦ୍ଧି ପାଇଅଛି ଓ ଆମ୍ଭମାନଙ୍କର ପାପ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି; ଯେହେତୁ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ଅପରାଧସବୁ ଆମ୍ଭେମାନେ ତ ଜାଣୁ;
Jeremiah 2:19 in Oriya 19 ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।
Jeremiah 3:6 in Oriya 6 ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।
Jeremiah 5:6 in Oriya 6 ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆ ବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେ ପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି।
Jeremiah 8:14 in Oriya 14 ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ ? ଏକତ୍ରିତ ହୁଅ,ଆସ, ଆମ୍ଭେମାନେ ପ୍ରାଚୀରବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।
Jeremiah 14:20 in Oriya 20 ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
Ezekiel 20:9 in Oriya 9 ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ୱାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
Ezekiel 20:14 in Oriya 14 ତଥାପି ଯେଉଁ ଗୋଷ୍ଠୀଗଣ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେମାନଙ୍କ ଦୃଷ୍ଟିରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
Ezekiel 20:22 in Oriya 22 ତଥାପି ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେହି ଗୋଷ୍ଠୀୟମାନଙ୍କ ନିକଟରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ହସ୍ତ ସମ୍ବରଣ କଲୁ ଓ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
Daniel 9:5 in Oriya 5 ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।
Daniel 9:18 in Oriya 18 ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ।
Hosea 5:5 in Oriya 5 ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ; ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ।
Hosea 7:10 in Oriya 10 ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ; ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରି ନାହାନ୍ତି, କିଅବା ଏହିସବୁ ଘଟିଲେ ମଧ୍ୟ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି।
Ephesians 1:6 in Oriya 6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
Ephesians 1:12 in Oriya 12 ଯେପରି ଖ୍ରୀଷ୍ଟଙ୍କଠାରେ ପୁର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଇଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।