Jeremiah 15:1 in Oriya 1 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।
Other Translations King James Version (KJV) Then said the LORD unto me, Though Moses and Samuel stood before me, yet my mind could not be toward this people: cast them out of my sight, and let them go forth.
American Standard Version (ASV) Then said Jehovah unto me, Though Moses and Samuel stood before me, yet my mind would not be toward this people: cast them out of my sight, and let them go forth.
Bible in Basic English (BBE) Then the Lord said to me, Even if Moses and Samuel came before me, I would have no desire for this people: send them away from before me, and let them go.
Darby English Bible (DBY) And Jehovah said unto me, Though Moses and Samuel stood before me, my soul [would] not [turn] toward this people. Send [them] out of my sight, and let them go forth.
World English Bible (WEB) Then said Yahweh to me, Though Moses and Samuel stood before me, yet my mind would not be toward this people: cast them out of my sight, and let them go forth.
Young's Literal Translation (YLT) And Jehovah saith unto me: Though Moses and Samuel should stand before Me, My soul is not toward this people, Send from before My face, and they go out.
Cross Reference Genesis 19:27 in Oriya 27 ଆଉ ଅବ୍ରହାମ ପ୍ରଭାତରୁ ଉଠି ପୂର୍ବେ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଛାମୁରେ ଠିଆ ହୋଇଥିଲେ, ସେହି ସ୍ଥାନରେ ଉପସ୍ଥିତ ହୋଇ
Exodus 32:11 in Oriya 11 ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ ?
Numbers 14:13 in Oriya 13 ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିସ୍ରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ।
Judges 5:9 in Oriya 9 ମୋହର ହୃଦୟ ଇସ୍ରାଏଲର ଶାସନକର୍ତ୍ତାମାନଙ୍କ ଆଡେ ଅଛି, ଯେଉଁମାନେ ସ୍ୱେଚ୍ଛାରେ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କୁ ଉତ୍ସର୍ଗ କଲେ। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
1 Samuel 7:9 in Oriya 9 ତହୁଁ ଶାମୁୟେଲ ଏକ ଦୁଗ୍ଧପୋଷ୍ୟ ମେଷବତ୍ସ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୁଦାୟ ହୋମବଳି ଉତ୍ସର୍ଗ କଲେ; ଆଉ ଶାମୁୟେଲ ଇସ୍ରାଏଲ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ଓ ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ।
1 Samuel 12:23 in Oriya 23 ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।
2 Kings 17:20 in Oriya 20 ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।
Psalm 99:6 in Oriya 6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।
Psalm 106:23 in Oriya 23 ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ।
Proverbs 14:35 in Oriya 35 ବୁଦ୍ଧିମାନ୍ ଦାସ ରାଜାଙ୍କର ଅନୁଗ୍ରହପାତ୍ର; ପୁଣି, ଯେ ଲଜ୍ଜା ଜନ୍ମାଏ, ତାହା ପ୍ରତି ସେ କ୍ରୋଧ କରନ୍ତି।
Jeremiah 7:15 in Oriya 15 ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃଗଣକୁ, ଅର୍ଥାତ୍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା।
Jeremiah 11:14 in Oriya 14 ଏହେତୁ ତୁମ୍ଭେ ଏହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ ଉଚ୍ଚ ଆର୍ତ୍ତସ୍ୱର ଅବା ପ୍ରାର୍ଥନା କର ନାହିଁ, କାରଣ ସେମାନେ ଆପଣାମାନଙ୍କର ବିପଦ ସକାଶୁ ଆମ୍ଭ ନିକଟରେ ଆର୍ତ୍ତସ୍ୱର କଲା ବେଳେ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।
Jeremiah 14:11 in Oriya 11 ଆହୁରି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏହି ଲୋକମାନଙ୍କ ପକ୍ଷରେ ମଙ୍ଗଳ ପ୍ରାର୍ଥନା କର ନାହିଁ।
Jeremiah 15:19 in Oriya 19 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରି ଯିବ ନାହିଁ।”
Jeremiah 18:20 in Oriya 20 ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ ? କାରଣ ସେମାନେ ମୋ' ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି। ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ଡ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର।
Jeremiah 23:39 in Oriya 39 ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା,ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;
Jeremiah 35:19 in Oriya 19 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।'”
Jeremiah 52:3 in Oriya 3 କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।
Ezekiel 14:14 in Oriya 14 ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯଦି ତହିଁ ମଧ୍ୟରେ ଥା'ନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ezekiel 14:20 in Oriya 20 ତେବେ ନୋହ, ଦାନିୟେଲ ଓ ଆୟୁବ ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାକୁ ଉଦ୍ଧାର କରି ପାରିବେ ନାହିଁ; ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା କେବଳ ନିଜ ନିଜ ପ୍ରାଣ ଉଦ୍ଧାର କରିବେ।”
Zechariah 3:3 in Oriya 3 ଏହି ସମୟରେ ଯିହୋଶୂୟ ମଳିନ ବସ୍ତ୍ର ପିନ୍ଧି ଦୂତ ସମ୍ମୁଖରେ ଠିଆ ହୋଇଥିଲେ।
Hebrews 9:24 in Oriya 24 କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଇଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି।