Jeremiah 15:15 in Oriya 15 ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘ ସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ।
Other Translations King James Version (KJV) O LORD, thou knowest: remember me, and visit me, and revenge me of my persecutors; take me not away in thy longsuffering: know that for thy sake I have suffered rebuke.
American Standard Version (ASV) O Jehovah, thou knowest; remember me, and visit me, and avenge me of my persecutors; take me not away in thy longsuffering: know that for thy sake I have suffered reproach.
Bible in Basic English (BBE) O Lord, you have knowledge: keep me in mind and come to my help, and give their right reward to those who are attacking me; take me not away, for you are slow to be angry: see how I have undergone shame because of you from all those who make little of your word;
Darby English Bible (DBY) Jehovah, thou knowest: remember me, and visit me, and avenge me of my persecutors; in thy long-suffering take me not away: know that for thy sake I bear reproach.
World English Bible (WEB) Yahweh, you know; remember me, and visit me, and avenge me of my persecutors; don't take me away in your longsuffering: know that for your sake I have suffered reproach.
Young's Literal Translation (YLT) Thou, Thou hast known, O Jehovah, Remember me, and inspect me, And take vengeance for me of my pursuers, In Thy long-suffering take me not away, Know -- I have borne for Thee reproach.
Cross Reference Nehemiah 5:19 in Oriya 19 ହେ ମୋହର ପରମେଶ୍ୱର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଯେଉଁ କାର୍ଯ୍ୟ କରିଅଛି, ମୋ' ପକ୍ଷରେ ମଙ୍ଗଳ ନିମନ୍ତେ ତାହାସବୁ ସ୍ମରଣ କର।
Nehemiah 6:14 in Oriya 14 ହେ ମୋହର ପରମେଶ୍ୱର, ଟୋବୀୟ ଓ ସନ୍ବଲ୍ଲଟର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍ବକ୍ତା, ସେମାନଙ୍କୁ ସ୍ମରଣ କର।
Nehemiah 13:22 in Oriya 22 ଏଉତ୍ତାରେ ମୁଁ ଲେବୀୟମାନଙ୍କୁ ବିଶ୍ରାମଦିନ ପବିତ୍ର କରିବା ନିମନ୍ତେ ଆପଣା ଆପଣାକୁ ଶୁଚି କରିବାକୁ ଓ ଆସି ଦ୍ୱାରସବୁ ରକ୍ଷା କରିବାକୁ ଆଜ୍ଞା କଲି। ହେ ମୋହର ପରମେଶ୍ୱର, ମୋ' ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଦୟାର ମହତ୍ତ୍ୱାନୁସାରେ ମୋତେ ରକ୍ଷା କର।
Nehemiah 13:31 in Oriya 31 ଆଉ, ନିରୂପିତ ସମୟରେ କାଷ୍ଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋହର ପରମେଶ୍ୱର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।
Job 10:7 in Oriya 7 ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ ଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ।
Psalm 7:3 in Oriya 3 ହେ ସଦାପ୍ରଭୁ ମୋହର ପରମେଶ୍ୱର, ଯଦି ମୁଁ ଏହା କରିଥାଏ, ଯଦି ମୋ' ହସ୍ତରେ ଅଧର୍ମ ଥାଏ;
Psalm 17:3 in Oriya 3 ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।
Psalm 39:13 in Oriya 13 ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋ'ଠାରୁ ଦୃଷ୍ଟି ଫେରାଅ।”
Psalm 69:7 in Oriya 7 କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋ' ମୁଖ ଆଚ୍ଛାଦନ କରିଅଛି।
Psalm 102:24 in Oriya 24 ମୁଁ କହିଲି, ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ।
Psalm 106:4 in Oriya 4 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ୱ ନିଅ;
Psalm 109:26 in Oriya 26 ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୋହର ସାହାଯ୍ୟ କର; ତୁମ୍ଭ ଦୟାନୁସାରେ ମୋହର ପରିତ୍ରାଣ କର।
Psalm 119:84 in Oriya 84 ତୁମ୍ଭ ଦାସର ଦିନ କେତେ ? ତୁମ୍ଭେ କେବେ ମୋ' ତାଡ଼ନାକାରୀମାନଙ୍କର ବିଚାର କରିବ ?
Psalm 119:132 in Oriya 132 ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋ' ପ୍ରତି ଫେର ଓ ମୋତେ ଦୟା କର।
Isaiah 38:3 in Oriya 3 “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା।
Jeremiah 11:18 in Oriya 18 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ ଜ୍ଞାନ ଦିଅନ୍ତେ, ମୁଁ ତାହା ଜାଣିଲି; ସେସମୟରେ ତୁମ୍ଭେ ମୋତେ ସେମାନଙ୍କର କ୍ରିୟା ଦେଖାଇଲ।
Jeremiah 12:3 in Oriya 3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ଆଣ ଓ ହତ୍ୟା ଦିନର ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ।
Jeremiah 15:10 in Oriya 10 ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି।
Jeremiah 17:16 in Oriya 16 ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋ' ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।
Jeremiah 20:8 in Oriya 8 କାରଣ ମୁଁ ଯେତେ ଥର କଥା କହେ, ସେତେଥର କ୍ରନ୍ଦନ କରେ; ମୁଁ ଦୌରାତ୍ମ୍ୟ ଓ ଧନାପହାର ବୋଲି ଉଚ୍ଚ ସ୍ୱର କରେ; କାରଣ ସଦାପ୍ରଭୁଙ୍କର ବାକ୍ୟ ମୋ' ପ୍ରତି ଦିନଯାକ ଧିକ୍କାର ଓ ବିଦ୍ରୂପର ବିଷୟ ହୋଇଅଛି।
Jeremiah 20:12 in Oriya 12 ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ଧାର୍ମିକର ପରୀକ୍ଷକ, ତୁମ୍ଭେ ମର୍ମ ଓ ଅନ୍ତଃକରଣ ଦେଖୁଅଛ, ସେମାନଙ୍କ ପ୍ରତି ତୁମ୍ଭର ଦତ୍ତ ପ୍ରତିଫଳ ମୋତେ ଦେଖାଅ; କାରଣ ତୁମ୍ଭଙ୍କୁ ମୁଁ ଆପଣା ଗୁହାରି ଜଣାଇଅଛି।
Matthew 5:10 in Oriya 10 ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
Matthew 10:22 in Oriya 22 ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
Matthew 19:29 in Oriya 29 ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ।
Luke 6:22 in Oriya 22 ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ।
Luke 18:7 in Oriya 7 ତେବେ ଈଶ୍ୱରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁୁ ଅଟନ୍ତି ?
Luke 21:17 in Oriya 17 ପୁଣି, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ।
John 21:15 in Oriya 15 ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ।
Romans 8:35 in Oriya 35 ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଙ୍ଗତା, କି ବିପଦ, କି ଖଡ଼୍ଗ ?
Romans 12:19 in Oriya 19 ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଇଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖା ଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା'।
2 Corinthians 5:11 in Oriya 11 ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ପ୍ରବର୍ତ୍ତାଉଅଛୁ, କିନ୍ତୁ ଆମ୍ଭେମାନେ ଇଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।
2 Timothy 4:14 in Oriya 14 କଂସାରି ଆଲେକ୍ଜାଣ୍ଡର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାଙ୍କୁ ପ୍ରତିଫଳ ଦେବେ;
1 Peter 4:14 in Oriya 14 ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଇଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।
Revelation 6:10 in Oriya 10 ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ ?
Revelation 18:20 in Oriya 20 ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି।