Jeremiah 16:4 in Oriya 4 “ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।”
Other Translations King James Version (KJV) They shall die of grievous deaths; they shall not be lamented; neither shall they be buried; but they shall be as dung upon the face of the earth: and they shall be consumed by the sword, and by famine; and their carcases shall be meat for the fowls of heaven, and for the beasts of the earth.
American Standard Version (ASV) They shall die grievous deaths: they shall not be lamented, neither shall they be buried; they shall be as dung upon the face of the ground; and they shall be consumed by the sword, and by famine; and their dead bodies shall be food for the birds of the heavens, and for the beasts of the earth.
Bible in Basic English (BBE) Death from evil diseases will overtake them; there will be no weeping for them and their bodies will not be put to rest; they will be like waste on the face of the earth: the sword and need of food will put an end to them; their dead bodies will be meat for the birds of heaven and for the beasts of the earth.
Darby English Bible (DBY) They shall die of painful deaths; they shall not be lamented, neither shall they be buried; they shall be as dung upon the face of the ground, and they shall be consumed by the sword, and by famine, and their carcases shall be food for the fowl of the heavens and for the beasts of the earth.
World English Bible (WEB) They shall die grievous deaths: they shall not be lamented, neither shall they be buried; they shall be as dung on the surface of the ground; and they shall be consumed by the sword, and by famine; and their dead bodies shall be food for the birds of the sky, and for the animals of the earth.
Young's Literal Translation (YLT) Of painful deaths they die, They are not lamented, nor are they buried, For dung on the face of the ground they are, And by sword and by famine are consumed, And their carcase hath been for food To the fowl of the heavens, And to the beast of the earth.
Cross Reference 1 Kings 14:10 in Oriya 10 ଏହେତୁ ଦେଖ, ଆମ୍ଭେ ଯାରବୀୟାମ-ବଂଶ ପ୍ରତି ଅମଙ୍ଗଳ ଘଟାଇବା, ପୁଣି, ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଯାରବୀୟାମଠାରୁ ଲୋପ କରିବା ଓ ଯେପରି କୌଣସି ମନୁଷ୍ୟ ମଇଳା ସମ୍ପୂର୍ଣ୍ଣ ଯିବା ପର୍ଯ୍ୟନ୍ତ ଝାଡୁ କରେ, ସେପରି ଆମ୍ଭେ ଯାରବୀୟାମ ଗୃହକୁ ନିଃଶେଷରେ ବିନାଶ କରିବା।
1 Kings 21:23 in Oriya 23 ଆଉ ଈଷେବଲ୍ ବିଷୟରେ ମଧ୍ୟ ସଦାପ୍ରଭୁ କହୁଅଛନ୍ତି, ଯିଷ୍ରିୟେଲର ଗଡ଼-ପାଚେରୀ ନିକଟରେ କୁକ୍କୁରମାନେ ଈଷେବଲ୍କୁ ଖାଇବେ।”
2 Kings 9:10 in Oriya 10 ପୁଣି କୁକ୍କୁରମାନେ ଈଷେବଲ୍କୁ ଯିଷ୍ରିୟେଲ ଭୂମିରେ ଖାଇବେ ଓ ତାହାକୁ କବର ଦେବା ପାଇଁ କେହି ନ ଥିବ।’” ତହୁଁ ଭବିଷ୍ୟଦ୍ବକ୍ତା ଦ୍ୱାର ଫିଟାଇ ପଳାଇଗଲେ।
2 Kings 9:36 in Oriya 36 ଏହେତୁ ସେମାନେ ଫେରି ଆସି ଯେହୂଙ୍କୁ ଜଣାଇଲେ। ତହିଁରେ ସେ କହିଲେ, “ଏ ତ ସଦାପ୍ରଭୁଙ୍କ ବାକ୍ୟ, ସେ ଆପଣା ଦାସ ତିଶ୍ବୀୟ ଏଲୀୟଙ୍କ ଦ୍ୱାରା ଏହା କହିଥିଲେ, ଯଥା, ‘ଯିଷ୍ରିୟେଲୀୟ ଭୂମିରେ କୁକ୍କୁରମାନେ ଈଷେବଲ୍ର ମାଂସ ଖାଇବେ;
Psalm 78:64 in Oriya 64 ସେମାନଙ୍କ ଯାଜକଗଣ ଖଡ଼୍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ।
Psalm 79:2 in Oriya 2 ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି, ତୁମ୍ଭ ସଦ୍ଭକ୍ତମାନଙ୍କ ମାଂସ ଭୂଚର ପଶୁଗଣକୁ ଦେଇଅଛନ୍ତି।
Psalm 83:10 in Oriya 10 ସେମାନେ ଐନ୍ଦୋର୍ ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।
Isaiah 5:25 in Oriya 25 ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 18:6 in Oriya 6 ପର୍ବତସ୍ଥ ଦୁରନ୍ତ ପକ୍ଷୀଗଣ ଓ ପୃଥିବୀର ପଶୁଗଣ ନିମନ୍ତେ ସେହି ସବୁ ପରିତ୍ୟକ୍ତ ହେବ; ଦୁରନ୍ତ ପକ୍ଷୀଗଣ ତହିଁ ଉପରେ ଗ୍ରୀଷ୍ମକାଳ କ୍ଷେପଣ କରିବେ ଓ ପୃଥିବୀର ପଶୁସବୁ ତହିଁ ଉପରେ ଶୀତକାଳ କ୍ଷେପଣ କରିବେ।
Jeremiah 7:33 in Oriya 33 ତହିଁରେ ଏହି ଲୋକମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ; ଆଉ, ସେମାନଙ୍କୁ କେହି ତଡ଼ି ଦେବ ନାହିଁ।
Jeremiah 8:1 in Oriya 1 ସଦାପ୍ରଭୁ କହନ୍ତି, “ସେହି ସମୟରେ ଲୋକମାନେ ଯିହୁଦାର ରାଜାଗଣର ଅସ୍ଥି ଓ ତାହାର ଅଧିପତିଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍ବକ୍ତାଗଣଙ୍କ ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ।
Jeremiah 9:22 in Oriya 22 କୁହ, ସଦାପ୍ରଭୁ ଏହି କଥା କହନ୍ତି, “ମନୁଷ୍ୟମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ।”
Jeremiah 14:15 in Oriya 15 ଏହେତୁ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,' ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ସେହି ଭବିଷ୍ୟଦ୍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।
Jeremiah 15:2 in Oriya 2 ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା ?' ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହନ୍ତି, ‘ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ୍ଗଯୋଗ୍ୟ ଲୋକମାନେ ଖଡ୍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ୱର ଯୋଗ୍ୟ ଲୋକମାନେ ବନ୍ଦୀ ସ୍ଥାନକୁ ଯାଉନ୍ତୁ।'”
Jeremiah 16:5 in Oriya 5 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ;” କାରଣ ସଦାପ୍ରଭୁ କହନ୍ତି “ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ।
Jeremiah 22:18 in Oriya 18 ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ ! କହି ତାହା ପାଇଁ ବିଳାପ କରିବେ ନାହିଁ; ହାୟ, ପ୍ରଭୁ ! ଅବା ହାୟ, ତାଙ୍କର ମହିମା ! ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।”
Jeremiah 25:33 in Oriya 33 ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ହେବେ ନାହିଁ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ।”
Jeremiah 34:17 in Oriya 17 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।
Jeremiah 34:20 in Oriya 20 ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।
Jeremiah 36:30 in Oriya 30 ଏହେତୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନବେଳେ ଖରାରେ ଓ ରାତ୍ରିବେଳେ କାକରରେ ପକାଯିବ।'
Jeremiah 44:12 in Oriya 12 ପୁଣି, ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିସର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଉତ୍ସୁକ ଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା ଓ ସେସମସ୍ତେ ଲୁପ୍ତ ହେବେ; ମିସର ଦେଶରେ ସେମାନେ ପତିତ ହେବେ; ଖଡ୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ଖଡ୍ଗ ଓ ଦୁର୍ଭିକ୍ଷରେ ମରିବେ; ଆଉ, ସେମାନେ ଅଭିଶାପ, ବିସ୍ମୟ ଓ ନିନ୍ଦାର ପାତ୍ର ହେବେ।
Jeremiah 44:27 in Oriya 27 ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନ ହେବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ।
Ezekiel 5:12 in Oriya 12 ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ଼୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ଼୍ଗ ନିଷ୍କୋଷ କରିବା।
Ezekiel 39:17 in Oriya 17 ପୁଣି, ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରତ୍ୟେକ ବନ୍ୟ ପଶୁକୁ କୁହ, “ତୁମ୍ଭେମାନେ ଏକତ୍ର ହୋଇ ଆସ; ତୁମ୍ଭେମାନେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ଯଜ୍ଞର ଚାରିଆଡ଼େ ଏକତ୍ର ହୁଅ, ଆମ୍ଭେ ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭମାନଙ୍କ ନିମନ୍ତେ ଯଜ୍ଞ, ଏକ ମହାଯଜ୍ଞ କରୁଅଛୁ।
Amos 6:9 in Oriya 9 ତହିଁରେ ଏକ ଗୃହରେ ଯଦି ଦଶ ଜଣ ଅବଶିଷ୍ଟ ରହିବେ, ତେବେ ସମସ୍ତେ ମରିବେ।
Zephaniah 1:17 in Oriya 17 ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳା ଯିବ।
Revelation 19:17 in Oriya 17 ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, ଆସ, ଇଶ୍ବରଙ୍କ ମହାଭୋଜରେ ଏକତ୍ର ହୁଅ,